Posted inଜାତୀୟ

ମୋ ରାଜ୍ୟ ଜଳୁଛି: ପ୍ରଧାନମନ୍ତ୍ରୀଙ୍କ ସହାୟତା ଲୋଡିଲେ ମେରିକୋମ…

ଇମ୍ଫାଲ,୪।୫ : ଖ୍ୟାତି ସମ୍ପନ୍ନ ବକ୍ସର ଏମସି ମେରିକୋମ ଗୁରୁବାର ମଣିପୁରରେ ଘଟିଥିବା ହିଂସାକୁ ଦୂର କରିବା ପାଇଁ କେନ୍ଦ୍ରର ସହାୟତା ଲୋଡିଛନ୍ତି। ବୁଧବାର ଏଠାରେ ଏକ ଆଦିବାସୀ ଆନ୍ଦୋଳନ ସମୟରେ ହିଂସା ଆରମ୍ଭ ହୋଇଥିଲା, ଯାହା ପରେ ରାଜ୍ୟର ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସେନା ଏବଂ ଆସାମ ରାଇଫଲ୍ସ ପଠାଯାଇଥିଲା।

ପଦକ ବିଜେତା ବକ୍ସର ତାଙ୍କ ଟୁଇଟରରେ ରାଜ୍ୟରେ ଚାଲିଥିବା ହିଂସାର ଫଟୋ ଶେୟାର କରିଛନ୍ତି। ଏହି ପୋଷ୍ଟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ମଧ୍ୟ ଟ୍ୟାଗ କରିଛନ୍ତି। କେନ୍ଦ୍ର ମନ୍ତ୍ରୀମାନଙ୍କୁ ଟ୍ୟାଗ କରି ମେରିକୋମ କହିଛନ୍ତି, ମୋ ରାଜ୍ୟ ଜଳୁଛି, ଦୟାକରି ସାହାଯ୍ୟ କରନ୍ତୁ।
ପ୍ରତିରକ୍ଷା ମୁଖପାତ୍ର କହିଛନ୍ତି, ରାତି ସମୟରେ ରାଜ୍ୟରେ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ସେନା ଏବଂ ଆସାମ ରାଇଫଲ୍ସ ରାଜ୍ୟ ପୋଲିସ ସହିତ ତତ୍ପର ହୋଇଥିଲେ। ସକାଳେ ଫୋର୍ସ ହିଂସାକାରୀଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିଲେ।

ଭାରତର ମହିଳା ବକ୍ସର ମେରିକୋମ ରାଜ୍ୟସଭାର ଏମପି ଅଛନ୍ତି। ତାଙ୍କ ରାଜ୍ୟରେ ଆରମ୍ଭ ହୋଇଥିବା ଏହି ହିଂସା ସମ୍ପର୍କରେ ଖବରଦାତାମାନଙ୍କ ସହ କଥାବାର୍ତ୍ତା କରି ଶାନ୍ତି ଏବଂ ନିରାପତ୍ତା ପାଇଁ ସରକାରଙ୍କୁ ନିବେଦନ କରିଛନ୍ତି। ସେ କହିଛନ୍ତି ମଣିପୁରର ପରିସ୍ଥିତି ଭଲ ନୁହେଁ। ଗତକାଲି ରାତିରୁ ରାଜ୍ୟରେ ଅବସ୍ଥା ବିଗିଡି ଯାଇଛି। ଏହି ପ୍ରସଙ୍ଗରେ ମୁଁ କେନ୍ଦ୍ର ସରକାରଙ୍କୁ ନିବେଦନ କରୁଛି, ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରନ୍ତୁ ଏବଂ ରାଜ୍ୟରେ ଶାନ୍ତି ଓ ନିରାପତ୍ତା ଯୋଗାଇ ଦିଅନ୍ତୁ। ହିଂସାରେ ଅନେକ ଲୋକ ନିଜ ପରିବାରକୁ ହରାଇଛନ୍ତି। ରାଜ୍ୟରେ ପରିସ୍ଥିତି ଶୀଘ୍ର ସ୍ବାଭାବିକ ହେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବକ୍‌ଫ କମିଟି ବୈଠକ ଅଧାରୁ ପଳାଇଲେ ବିରୋଧୀ

ନୂଆଦିଲ୍ଲୀ,୨୮ା୧୦: ଦିଲ୍ଲୀ ଓ୍ବକ୍‌ଫ ବୋର୍ଡ ରିପୋର୍ଟକୁ ବିରୋଧ କରି ବିରୋଧୀ ସଦସ୍ୟମାନେ ସୋମବାର ଓ୍ବକ୍‌ଫ ବିଲ୍‌ ବୈଠକରୁ ଉଠିଯାଇଥିଲେ। ଯୁଗ୍ମ ସଂସଦୀୟ କମିଟି ଅଧ୍ୟକ୍ଷ ତଥା...

ଏତିକି ଟଙ୍କା ପାଇଁ ସ୍ବାମୀଙ୍କୁ ମାରି ଦେଲେ ସ୍ତ୍ରୀ: ଆଉ ତା’ପରେ ମୃତଦେହ ନେଇ..

ବେଙ୍ଗାଲୁରୁ ,୨୮ା୧୦:କର୍ନାଟକର କୋଡାଗୁ ଜିଲା ଅନ୍ତର୍ଗତ ଏକ କଫି ବଗିଚାରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ୩ ସପ୍ତାହ ପୂର୍ବରୁ ମିଳିଥିଲା। ପୋଲିସ ଏହା ଉପରେ...

ଉଦ୍ଧବ ଠାକରେଙ୍କୁ ବଡ଼ ଝଟ୍‌କା: ଟିକେଟ୍‌ ମିଳିବା ପରେ ନାଁ ପ୍ରତ୍ୟାହାର କଲେ ପ୍ରାର୍ଥୀ: ଏବେ ଏକନାଥ ଶିନ୍ଦେଙ୍କୁ ସମର୍ଥନ

ପୁଣେ,୨୮।୧୦: ମହାରାଷ୍ଟ୍ରରେ ନିର୍ବାଚନ ତାତି ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସମ୍ଭାଜିନଗର ସେଣ୍ଟ୍ରାଲରୁ ଉଦ୍ଧବ ଠାକରେଙ୍କ ଦଳର ପ୍ରାର୍ଥୀ ତାଙ୍କ ନାମ ପ୍ରତ୍ୟାହାର...

ଭଙ୍ଗା-ଗଢା ରାଜନୀତି କରୁଛି ଭାଜପା: ସଞ୍ଜୟ ରାଉତ

ମୁମ୍ବାଇ,୨୮।୧୦: ଶିବସେନାର ରାଜ୍ୟ ସଭା ଏମପି (ଉଦ୍ଧବ ବାଲାସାହେବ ଠାକରେ) ଏବଂ ଦଳର ମୁଖପାତ୍ର ସଞ୍ଜୟ ରାଉତ ଅଭିଯୋଗ କରିଛନ୍ତି ଯେ ବିଭିନ୍ନ ଦଳ ଭାଙ୍ଗି...

ସ୍ପେନିସ ଫୁଟବଲକୁ ନେଇ ଏମିତି କହିଲେ ମୋଦି

ବଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ସୋମବାର ଭଦୋଦରାସ୍ଥିତ ଟାଟା ଆଡଭାନ୍ସଡ ସିଷ୍ଟମ ଲିମିଟେଡ କ୍ୟାମ୍ପସରେ C-295 ବିମାନ ଉତ୍ପାଦନ...

ଭୋଟ ପୂର୍ବରୁ ମାଗଣା ବିଜୁଳି, ଋଣ ଛାଡ ଭଳି ଲଲିପପ ଦେଖାଉଛନ୍ତି ନେତା!

ରାଞ୍ଚି,୨୮।୧୦: ଝାଡ଼ଖଣ୍ଡର ୨୦୨୪ ବିଧାନସଭା ନିର୍ବାଚନ ପାଖେଇ ଆସିବା ମାତ୍ରେ ଗୋଡ୍ଡା ଜିଲାର ପଥରଗାମା ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଓ ଅବିଶ୍ୱାସର ଭାବନା ସୃଷ୍ଟି...

ମୁହଁ ଖୋଲିଲେ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼, କହିଲେ କ’ଣ ହୋଇଥିଲା ଆଲୋଚନା

ନୂଆଦିଲ୍ଲୀ,୨୮ା୧୦: ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନ ବାସଭବନକୁ ଆସିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼। ଏହି ଘଟଣାକୁ ନେଇ...

ଓ୍ବେଟିଂ ଲିଷ୍ଟ କନଫର୍ମ ହେବ କି ନା, ଟିକେଟରେ ଥିବା କୋଡ ଦେଖି ନିଜେ କରିପାରିବେ ଚେକ୍‌

ନୂଆଦିଲ୍ଲୀ,୨୮।୧୦: ଦୀପାବଳି ସମୟରେ ପ୍ରାୟ ସବୁ ଟ୍ରେନରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହୋଇଥାଏ। ବିଶେଷକରି ଉତ୍ତର ପ୍ରଦେଶ-ବିହାର ଯାଉଥିବା ଟ୍ରେନରେ କନଫର୍ମ ଟିକେଟ ପାଇବା କଷ୍ଟକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri