ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପରିବାର

ଭୁବନେଶ୍ୱର,୧୯ା୩: ବୁଧବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ସ୍ବର୍ଗତ ନବ ଦାସଙ୍କ ପରିବାର। ସ୍ତ୍ରୀ ମିନତି, ଝିଅ ଦୀପାଳି ଏବଂ ପୁଅ ବିଶାଳ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଚାଲିଥିବା କ୍ରାଇମବ୍ରାଞ୍ଚ ତଦନ୍ତ ଏବଂ ସିବିଆଇ ତଦନ୍ତ ଦାବି ନେଇ ଆଲୋଚନା ଚାଲିଛି ।

ବହୁଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟାକାଣ୍ଡ ମାମଲା ଏବେ ରୋଚକ ମୋଡ଼ ନେଇଛି। ଦୀର୍ଘଦିନ ଧରି ତାଙ୍କ ଝିଅ ଦୀପାଳି ଦାସ ମୁଖ୍ୟମନ୍ତ୍ରୀଙ୍କଠାରେ ସିବିଆଇ ତଦନ୍ତ ଲାଗି ଦାବି କରିବେ ବୋଲି କହି ଆସୁଥିବାବେଳେ ସୋମବାର ନବଙ୍କ ସ୍ତ୍ରୀ ମିନତି ଦାସ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ୍‌ କରିଥିଲେ। ଉକ୍ତ ଘଟଣାରେ ସରକାର ହସ୍ତକ୍ଷେପ କରନ୍ତୁ ବୋଲି ସେ ଅନୁରୋଧ କରିଥିଲେ।
ଏହି ପରିପ୍ରେକ୍ଷୀରେ ବୁଧବାର ମୁଖ୍ୟମନ୍ତ୍ରୀଙ୍କୁ ମିନତି ଭେଟିବା ପାଇଁ ସମୟ ଦିଆଯାଇଥିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା। ଅପରାହ୍ନ ୫ଟାରେ ମିନତି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଉକ୍ତ ହତ୍ୟାକାଣ୍ଡ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି।

ଅନ୍ୟପକ୍ଷରେ ମଙ୍ଗଳବାର ଗୃହରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମୁଲତବୀ ଆଲୋଚନା କାଳରେ କହିଛନ୍ତି ଯେ, ବିରୋଧୀମାନେ ଆଜି ଯେଉଁ ଆଙ୍ଗୁଠି ଆମକୁ ଦେଖାଉଛନ୍ତି ଆଗେ ସେମାନେ ନିଜେ ବୁଝିବା ଦରକାର। ନବ ଦାସଙ୍କ ହତ୍ୟା ଘଟଣାରେ ପରିବାର ଲୋକେ ଅସନ୍ତୁଷ୍ଟ ରହିଛନ୍ତି। ପୂର୍ବ ସରକାର ତାଙ୍କୁ ନ୍ୟାୟ ଦେଇପାରିଲା ନାହିଁ। ଏବେ ସେମାନେ ମୋହନ ସରକାରଙ୍କ ଉପରେ ଭରସା କରିଛନ୍ତି। ଏହାକୁ ନେଇ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ମଙ୍ଗଳବାର କ୍ରାଇମ୍‌ବ୍ରାଞ୍ଚର ଗୋଟିଏ ଟିମ୍‌ ନବଙ୍କ ଘରେ ଘଟଣାର ଅନୁସନ୍ଧାନ କରି ବୟାନ ରେକର୍ଡ କରିଛି ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri