ନବ ଦାସଙ୍କ ହତ୍ୟାର ବନ୍ଧୁକ ଛଡ଼ାଇଥିବା ଯୁବକଙ୍କୁ ଜେରା

ଭୁବନେଶ୍ୱର,୨୨ା୩: ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଖୋଳତାଡ଼ ଆରମ୍ଭ କରିଛି। ବ୍ରଜରାଜନଗର ଥାନାରେ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ସରୋଜ ସା’ ନାମକ ଜଣେ ଯୁବକଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଉପସ୍ଥିତ ଥିଲେ ସରୋଜ। ତତ୍କାଳୀନ ଆଇଆଇସିଙ୍କ ବନ୍ଧୁକ ଛଡ଼ାଇ ଆଣିଥିଲେ ସରୋଜ। ତେବେ ଆଜି ତାଙ୍କୁ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ।

ଦୀର୍ଘ ଦୁଇ ବର୍ଷ ପରେ ପୁଣି ନବ ଦାସ ହତ୍ୟା ମାମଲାରେ ତଦନ୍ତ ଆରମ୍ଭ ହୋଇଛି । କ୍ରାଇମବ୍ରାଞ୍ଚ ପ୍ରଥମେ ପରିବାରକୁ ଭେଟିଥିଲା ଯେଉଁଠି ସମସ୍ତଙ୍କ ବୟାନ ରେକର୍ଡ କରାଯାଇଥିଲା ଏହା ପରେ ହତ୍ୟାକାଣ୍ତ ଘଟଣାସ୍ଥଳରେ ପହଞ୍ଚଥିଲା ଟିମ୍ ସେହିପରି, ଡାକ୍ତରଖାନାକୁ ଯାଇ ମଧ୍ୟ ପଚରାଉଚରା କରିଥିଲା କ୍ରାଇମବ୍ରାଞ୍ଚ ଟିମ। ମୁଖ୍ୟ ଡାକ୍ତରଖାନାର ତତ୍କାଳୀନ ସିଡିଏମ୍‌ଓ ଡୋଳାମଣି ପଟେଲଙ୍କୁ ନବ ଦାସ ହତ୍ୟାକାଣ୍ଡ ଦିନର ସମସ୍ତ ତଥ୍ୟ ପଚାରିବା ପରେ ୧୬୧ରେ ତାଙ୍କ ବୟାନ ରେକର୍ଡ କରାଯାଇଥିଲା।

ଏହାପରେ କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସ୍‌ପି ବିଜୟ ମଲ୍ଲିକ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ କହିଥିଲେ ଯେ ନବ ଦାସଙ୍କ ପରିବାରକୁ ଯାହା ପ୍ରଶ୍ନ ପଚାରିଥିଲୁ ସବୁ ପ୍ରଶ୍ନର ସନ୍ତୋଷ ମୂଳକ ଉତ୍ତର ଦେଇଥିଲେ। ସେମାନେ ଆମକୁ ଏହି ଘଟଣାର ତଦନ୍ତ ପାଇଁ ସାହାଯ୍ୟ କରୁଛନ୍ତି। ତତ୍କାଳୀନ ସିଡିଏମ୍‌ଓ ଡୋଳାମଣିଙ୍କୁ ମଧ୍ୟ ଏ ସମ୍ପର୍କରେ ସମସ୍ତ ପ୍ରଶ୍ନ ପଚାରି ୧୬୧ରେ ତାଙ୍କ ବୟାନ ରେକର୍ଡ କରାଯାଇଛି। ଆଗକୁ ନବ ଦାସଙ୍କୁ ଚିକିତ୍ସା କରିଥିବା ଡାକ୍ତରଙ୍କ ମଧ୍ୟ ବୟାନ ରେକର୍ଡ ହେବ ବୋଲି ମଲ୍ଲିକ କହିଥିଲେ।

ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେଇ ମଲ୍ଲିକ କହିଥିଲେ ଯେ ଝାରସୁଗୁଡ଼ା ବିମାନ ବନ୍ଦରରେ ନବ ଦାସଙ୍କୁ ଏୟାର ଲିଫ୍ଟ କରିବା ସମୟର ସମସ୍ତ ତଥ୍ୟ ମଗାଯାଇଛି, ତାହା ନେଇ ଯିବୁ। ଆମେ ତଦନ୍ତ ପ୍ରକ୍ରିୟାରେ ନୂତନ ପ୍ରମାଣ ଯୋଗାଡ଼ କରିବାକୁ ଏହି ଅତିରିକ୍ତ ତଦନ୍ତ ଚାଲିଛି ଏବଂ ଏହା କେତେ ଦିନ ପର୍ଯ୍ୟନ୍ତ ଚାଲିବ ଆମେ ମଧ୍ୟ ଜାଣି ନାହୁଁ ବୋଲି କହିଥିଲେ। ମଲ୍ଲିକ ଆହୁରି କହିଥିଲେ ଯେ ନବ ଦାସଙ୍କୁ ବାଜିଥିବା ଗୁଳି ଏ ଯାଏ ମିଳିନି।

ସେ ଗୁଳି ନ ପାଇଲେ କହିହେବ ନାହିଁ ଯେ ତାହା ପୋଲିସର ଗୁଳି ନା ଆଉ କାହାର। ତେଣୁ ନବ ଦାସଙ୍କ ହତ୍ୟା ଗୋପାଳ ଦାସଙ୍କ ଗୁଳିରେ ହୋଇଥିଲା ନା ଆଉ କାହା ଗୁଳିରେ। ଇସିଜି ରିପୋର୍ଟ କୋର୍ଟରେ ପୂର୍ବରୁ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଦେଇ ନ ଥିବା ପ୍ରଶ୍ନର ଉତ୍ତର ରଖି ସେ କହିଥିଲେ ଯେ, ଡକ୍ୟୁମେଣ୍ଟ ଭେରିଫିକେଶନ ହେବା ପରେ ଏହାର ଉତ୍ତର ଦିଆଯିବ। ବର୍ତ୍ତମାନ କୌଣସି ଡକ୍ୟୁମେଣ୍ଟ କିମ୍ବା ସାମଗ୍ରୀ ସିଜ୍‌ କରାଯାଇନାହିଁ, ଦରକାର ପଡିଲେ ସିଜ୍‌ କରିବୁ ବୋଲି ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର କରାଳ ରୂପ, ଉଜୁଡ଼ିଗଲା ଫସଲ

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ରହିଛି।...

ଆଧାରକାର୍ଡ ସାଜିଛି ବାଧକ: ସରକାରୀ ଯୋଜନାରୁ ବଞ୍ଚିତ ଅନେକ ପରିବାର

ଥୁଆମୂଳ ରାମପୁର,୨୪ା୩(ଦୁର୍ଗା କୀର୍ତ୍ତି): ସରକାରଙ୍କ ନିୟମ ଅନୁସାରେ ପ୍ରତ୍ୟେକ ଲୋକଙ୍କୁ ଆଧାର କାର୍ଡ କରିବା ନିହାତି ଭାବରେ ଆବଶ୍ୟକ କାହିଁକି ନା ଯେକୌଣସି ସରକାରୀ ଯୋଜନା...

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୨୪ା୩(ସୂର୍ଯ୍ୟକାନ୍ତ ବେହେରା): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାରଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଛତିଶଗଡ ରାଜଧାନୀ ରାୟପୁରସ୍ଥିତ ସ୍ବାମୀ...

ସରକାରୀ କର୍ମଚାରୀଙ୍କ ପାଇଁ ସ୍ବାସ୍ଥ୍ୟବୀମା ଲାଗୁ ଦାବି

ଭୁବନେଶ୍ୱର,୨୪।୩(ବନ୍ଦନା ସେଠୀ): ରାଜ୍ୟ ସରକାର ଓଡ଼ିଶାରେ ଆୟୁଷ୍ମାନ୍‌ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ଲାଗୁ କରିବାକୁ ଯାଉଛନ୍ତି। ରାଜ୍ୟର ୩ କୋଟି ୪୬...

ଭୂତଳ ଜଳପତ୍ତନ ଖସୁଛି

ଭୁବନେଶ୍ୱର,୨୪।୩(ରବିନାରାୟଣ ଜେନା): ରାଜ୍ୟରେ ଭୂତଳ ଜଳପତ୍ତନ ଦିନକୁ ଦିନ ଖସିବାରେ ଲାଗିଛି। ଏମିତିକି ଗତ ୫ବର୍ଷ ମଧ୍ୟରେ ୦.୫୩ ମିଟର ତଥା ଦେଢ଼ଫୁଟରୁ ଊର୍ଦ୍ଧ୍ୱ ଖସିଲାଣି...

୨୫ ତାରିଖ ଯାଏ ଝଡ଼ବର୍ଷା, ଆସନ୍ତା ୪ରୁ ୫ଦିନ ମଧ୍ୟରେ…

ଭୁବନେଶ୍ୱର,୨୪ା୩: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେଉଥିବାବେଳେ ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଲାଗି ରହିଛି। ମାତ୍ର ଆସନ୍ତା ୪ରୁ...

କାଳବୈଶାଖୀ କ୍ଷତିଗ୍ରସ୍ତଙ୍କ ପାଇଁ ୧୯.୬୫ କୋଟି ମଞ୍ଜୁର

ଭୁବନେଶ୍ୱର/ବାରିପଦା,୨୪ା୩ (ରବିନାରାୟଣ ଜେନା,ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଗତ ଶୁକ୍ରବାର କାଳବୈଶାଖୀଜନିତ ଝଡ଼ତୋଫାନ ଓ କୁଆପଥର ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରଭାବିତ ଅଞ୍ଚଳର...

କଇଁଚଙ୍କ ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ

ଗଞ୍ଜାମ,୨୩ା୩(ବିଦ୍ୟାଧର ସାହୁ): ଋଷିକୁଲ୍ୟା ମୁହାଁଣରେ ଏକ ମାସ ପରେ ପୁଣି ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୩୮ ହଜାର ୭୭୯...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image