ନବଘନପୁର ସରପଞ୍ଚ ନିଲମ୍ବିତ ମାମଲା: ତଳ କୋର୍ଟଙ୍କ ରାୟ କାଏମ

ନୟାଗଡ଼ ଅଫିସ,୮।୩: ନୟାଗଡ଼ ଅତିରିକ୍ତ ଜିଲା ଜଜଙ୍କ କୋର୍ଟରେ ନବଘନପୁର ସରପଞ୍ଚ ନିଲମ୍ବିତ ମାମଲା ଶୁଣାଣି ହୋଇଛି। ଅତିରିକ୍ତ ଜିଲା ଜଜ୍‌ ଲିଲି ସେନାପତି ତଳ କୋର୍ଟଙ୍କ ରାୟକୁ କାଏମ ରଖିବା ସହ ଚିତ୍ତରଞ୍ଜନ ଭଞ୍ଜଙ୍କୁ ସରପଞ୍ଚ ପଦବୀରେ କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚା ଯୋଗ୍ୟ, ୨୦୨୨ ପଞ୍ଚାୟତ ନିର୍ବାଚନରେ କବିରାଜ ସାହୁ ମିଥ୍ୟା ତଥ୍ୟ ଦେଇ ସତ୍ୟପାଠ ଦାଖଲ କରିଥିଲେ । ନିଜ ନାଁରେ ଥିବା ମାମଲାକୁ ସତ୍ୟପାଠରେ ଉଲ୍ଲେଖ କରି ନ ଥିଲେ । ଏହାକୁ ନେଇ ପ୍ରତିଦ୍ବନ୍ଦି ଚିତ୍ତରଞ୍ଜନ ଭଞ୍ଜ ଏସ୍‌ଡିଜେଏମ୍‌ଙ୍କ କୋର୍ଟର ଆଶ୍ରୟ ନେଇଥିଲେ । କୋର୍ଟ କିଛି ଦିନ ତଳେ ନିର୍ବାଚିତ ସରପଞ୍ଚ କବିରାଜ ସାହୁଙ୍କୁ ପଦଚ୍ୟୁତ କରିଥିଲେ। ଅନ୍ୟପକ୍ଷେ କବିରାଜଙ୍କ ବିରୋଧରେ ପ୍ରତିଦ୍ବନ୍ଦିତା କରୁଥିବା ଚିତ୍ତରଞ୍ଜନ ଭଞ୍ଜଙ୍କୁ ଏସ୍‌ଡିଜେଏମଙ୍କ କୋର୍ଟ ସରପଞ୍ଚ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶନାମା ବିରୋଧରେ କବିରାଜ ଅତିରିକ୍ତ ଜିଲା ଜଜ୍‌ କୋର୍ଟରେ ଅପିଲ କରିଥିଲେ । ଚିତ୍ତରଞ୍ଜନଙ୍କ ପାଇଁ ଆଇନଜୀବୀ ଅରୁଣ କୁମାର ମହାପାତ୍ର ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri