ନବୀନ ଧରିଲେ ବିଜେଡି ମଙ୍ଗ: ପଦିଏ କହିଦେଲେ ଗଣେଶ

ଭୁବନେଶ୍ୱର,୧୯।୪: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନିଦର୍‌ବନ୍ଦ୍ବରେ ସଭାପତି ନିର୍ବାଚିତ ହେଲେ ନବୀନ ପଟ୍ଟନାୟକ। ବିଜେଡି ସାଂଗଠନିକ ନିର୍ବାଚନରେ ନବୀନ ନିର୍ବାଚିତ ହୋଇଛନ୍ତି। ତେବେ ବିଜେଡି ସାଂଗଠନିକ ନିର୍ବାଚନ ପରେ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି।

ସେ କହିଛନ୍ତି, ନବୀନ ବାବୁଙ୍କ ଉପରେ ପୂର୍ଣ୍ଣ ଆସ୍ଥା ରହିଛି। ଦଳର ଭବିଷ୍ୟତକୁ ନବୀନ ବାବୁ ସୁଦୃଢ଼ କରିବେ। ସେ ଅନୁଭବୀ, ଦୃଢ଼ତାର ସହ ନିଷ୍ପତ୍ତି ନେବେ ବୋଲିବିଜେଡି ବିଧାୟକ ଗଣେଶ୍ବର ବେହେରା କହିଛନ୍ତି।

ବିଜେଡି ସଭାପତି ଭାବେ ନବୀନଙ୍କ ନାମ ଶନିବାର ବିଧିବଦ୍ଧ ଭାବେ ଘୋଷଣା ହୋଇଛି। କାରଣ ଦଳରୁ ନବୀନଙ୍କ ବ୍ୟତୀତ ଆଉ କେହି ଏହିି ପଦ ଲାଗି ନାମାଙ୍କନପତ୍ର ଦାଖଲ କରି ନ ଥିଲେ। ପୂର୍ବରୁ ମଧ୍ୟ ୧୯ରେ ନବୀନ ସଭାପତି ଭାବେ ୯ମ ଥର ଲାଗି ଦାୟିତ୍ୱ ନେବେ ବୋଲି ଦଳ ଭିତରେ ଚର୍ଚ୍ଚା ହେଉଥିଲା। ଅନ୍ୟପଟେ ଦଳର ରାଜ୍ୟ ପରିଷଦ ବୈଠକ ଶଙ୍ଖ ଭବନଠାରେ ଶନିବାର ଅନୁଷ୍ଠିତ ହୋଇଛି। ଏଥିରେ ଦଳର ବହୁ ବରିଷ୍ଠ ନେତାମାନେ ଯୋଗଦେଇଥିଲେ।
ତେବେ ଆଗକୁ ଦଳର ରଣନୀତି କ’ଣ ହେବ ଏବଂ ଦଳର କେଉଁ ସବୁ ସଙ୍ଗଠନର ଦାୟିତ୍ୱ କେଉଁମାନଙ୍କୁ ବଣ୍ଟାଯିବ ସେସବୁ ବିଷୟରେ ଆଲୋଚନା ହୋଇପାରେ। ଅନ୍ୟପଟେ ଦଳରେ ବହୁ ବରିଷ୍ଠ ନେତାମାନେ କିଛିଦିନ ହେବ ସିଧାସଳଖ ନବୀନଙ୍କୁ ବିଭିନ୍ନ କଥାରେ ଚ୍ୟାଲେଞ୍ଜ କରିବାରେ ଲାଗିଛନ୍ତି। ଯାହାକୁ ନେଇ ଦଳ ଭିତରେ ଏକ ଭିନ୍ନ ପ୍ରକାର ପରିସ୍ଥିତି ସୃଷ୍ଟି ହୋଇଛି। ତେଣୁ ଦଳ ସାଙ୍ଗଠନିକ ନିର୍ବାଚନ ଏବଂ କାହାକୁ କେଉଁ ଦାୟିତ୍ୱ ଦେବ ସେସବୁ ସ୍ଥିର କରିବା ଦିଗରେ ଦଳୀୟ ମୁଖିଆଙ୍କ ଚିନ୍ତା ବଢ଼ିଯାଇଛି। ତେବେ ନବୀନ ସଭାପତି ଦାୟିତ୍ୱ ନେବା ପରେ ରାଜ୍ୟ ପରିଷଦ ବୈଠକରେ କେଉଁସବୁ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହେଉଛି ତାହା ଉପରେ ସମସ୍ତଙ୍କ ନଜର ରହିବ।

Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri