ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରିଛନ୍ତି। ନୀତିନ ଗଡ଼କରୀଙ୍କୁ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ମିଳିଥିବା ବେଳେ ରାଜନାଥ ସିଂଙ୍କୁ ପ୍ରତିରକ୍ଷା, ଅମିତ ଶାହାଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ, ନିର୍ମଳା ସୀତାରମଣଙ୍କୁ ଅର୍ଥ ମନ୍ତ୍ରଣାଳୟ ମିଳିଛି। ସେହିପରି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ନୂଆ ଦାୟିତ୍ୱ ମିଳିଛି। ନଡ୍ଡାଙ୍କୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦିଆଯାଇଛି।