ଆଜି ଆସୁଛନ୍ତି ନଡ୍ଡା

ଭୁବନେଶ୍ୱର,୨୬।୯(ସୁନିତ୍‌ ମିଶ୍ର):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସକାଳ ୧୦ଟା ୩୦ରେ ନଡ୍ଡା ଭୁବନେଶ୍ୱର ବିମାନବନ୍ଦରଠାରେ ଆସି ପହଞ୍ଚିବେ। ଦଳ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଦଳର ରାଜ୍ୟ ସାଧାରଣ ସମ୍ପାଦକ ଯତୀନ ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି,ସଦସ୍ୟତା କାର୍ଯ୍ୟକର୍ତ୍ତା ଚୟନର ମୂଳ ଆଧାର। ସଙ୍ଗଠନର ମୂଳ କାର୍ଯ୍ୟକର୍ତ୍ତା। ଭାଜପାର ମୂଳ ଆଧାର ସଙ୍ଗଠନ। ସଙ୍ଗଠନର ଶକ୍ତି ସହ ଆମର ବୈଚାରିକ ସ୍ପଷ୍ଟତା ଓ ଗରିବ କଲ୍ୟାଣର ମନ୍ତ୍ର ଆମକୁ ଦେଶ ଓ ରାଜ୍ୟରେ ଲୋକଙ୍କ ବିଶ୍ୱାସଭାଜନ କରିଛି। ଦଳର ସାଙ୍ଗଠନିକ ମହାପର୍ବ ‘ସଦସ୍ୟତା ଅଭିଯାନ-୨୦୨୪’ ଚଳିତ ମାସ ୨ ତାରିଖରୁ ଦେଶବ୍ୟାପୀ ଏବଂ ୩ ତାରିଖରୁ ରାଜ୍ୟରେ ଆରମ୍ଭ ହୋଇଛି ା ଆମ ସଦସ୍ୟତା ଅଭିଯାନକୁ ସର୍ବବ୍ୟାପୀ ଓ ଗତିଶୀଳ କରିବା ପାଇଁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଡ଼ିଶା ଗସ୍ତରେ ଆସୁଛନ୍ତି ବୋଲି ଯତୀନ ସୂଚନା ଦେଇଛନ୍ତି। ନଡ୍ଡା ଏଜି ଛକ ସ୍ଥିତ ବାବା ସାହେବ ଡ.ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ। ଏହାପରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେଇ ଦଳର ସଦସ୍ୟତା ଅଭିଯାନ ସମ୍ପର୍କରେ ଆଲୋଚନା କରିବେ। ଏହି ଅବସରରେ ରାଜ୍ୟର ବିଭିନ୍ନ ଗୋଷ୍ଠୀ, ଅନୁଷ୍ଠାନ ଓ ସଙ୍ଗଠନକୁ ପ୍ରତିନିଧିତ୍ୱ କରୁଥିବା ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗଦେବେ ା ମଧ୍ୟାହ୍ନରେ ନଡ୍ଡା ରାଜ୍ୟ କାର୍ଯ୍ୟାଳୟଠାରେ ମନ୍ତ୍ରୀ, ସାଂସଦ, ବିଧାୟକ ଏବଂ ରାଜ୍ୟ ପଦାଧିକାରୀଙ୍କ ସହ ସଦସ୍ୟତା ଅଭିଯାନ ସମ୍ପର୍କରେ ଆଲୋଚନା କରିବେ ବୋଲି ଯତୀନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାରେ ପ୍ରତିଷ୍ଠା ହେବ ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟିର କ୍ୟାମ୍ପସ

ଭୁବନେଶ୍ୱର,୨୭ା୯: ଓଡିଶାରେ ‘ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ...

ଉଚ୍ଚଶିକ୍ଷା ମନ୍ତ୍ରୀ ଦେଲେ ସୂଚନା: ଖୁବଶୀଘ୍ର ପୂରଣ ହେବ ୧୫୦୦ରୁ ଊର୍ଦ୍ଧ୍ୱ ପ୍ରାଧ୍ୟାପକ ପଦବୀ

ଭୁବନେଶ୍ୱର,୨୭ା୯: ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ୧୫୦୦ ରୁ ଅଧିକ ପ୍ରାଧ୍ୟାପକ ପଦ ଶୀଘ୍ର ପୂରଣ ହେବ ବୋଲି ଶୁକ୍ରବାର ଦିନ ଉଚ୍ଚଶିକ୍ଷା ମନ୍ତ୍ରୀ...

ପିଆଜ ବିକିଲେ ସରକାର

ଭୁବନେଶ୍ୱର,୨୭।୯: ଖୁଚୁରା ବଜାରରେ ପିଆଜ ଦର ଆକାଶଛୁଆଁ ହୋଇଛି। କେଉଁଠି ପିଆଜ କିଲୋ ୬୦ ତ ପୁଣି କେଉଁଠି ୭୦ ଛୁଇଁଲାଣି। ଏହାକୁ ଦୃଷ୍ଟିରେ ରଖି...

ସୋସିଆଲ ମିଡିଆ ପୋଷ୍ଟରୁ ଭଦ୍ରକରେ ଶାନ୍ତି: ସନ୍ଥିଆରେ ୧୬୩ ଧାରା ଜାରି

ଭଦ୍ରକ,୨୭ା୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ଉତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଲୋକେ...

ସିନେମା ଷ୍ଟାଇଲ୍‌ରେ ଭିଣୋଇଙ୍କୁ ହତ୍ୟା କଲା ଶଳା, ଆଶ୍ଚର୍ଯ୍ୟ କରିଦେବ ହତ୍ୟା ପଛର କାରଣ…

ରାଉରକେଲା,୨୭ା୯(ସଙ୍ଗୀତା ଜେନା): ରାଉରକେଲା ସହରରେ ଘଟିଥିବା ଏକ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ମାଲଗୋଦାମ...

ଧାନ କିନାକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ: କଟନୀଛଟନୀ ବନ୍ଦ, ୪୮ ଘଣ୍ଟାରେ ଖାତାକୁ ଯିବ ଟଙ୍କା

ଭୁବନେଶ୍ୱର,୨୭ା୯: ଲୋକସେବା ଭବନର କନଭେନସନ ହଲରେ ଶୁକ୍ରବାର ଆୟୋଜିତ ଜିଲ୍ଲାପାଳ ସମ୍ମିଳନୀରେ ଯୋଗଦେଇ ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଧାନ ସଂଗ୍ରହ କାର୍ଯ୍ୟକୁ ସରଳ...

କପିଳାସ ଗଲା ନରହନ୍ତା ହାତୀ

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ ଉତ୍ପାତ ଚଳାଇଥିବା ନରହନ୍ତା ହାତୀକୁ ଟ୍ରାଙ୍କୁଲାଇଜ୍‌ ପରେ ଚିକିତ୍ସା ନିମନ୍ତେ ଢେଙ୍କାନାଳ ଜିଲାର କପିଳାସକୁ...

ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଲେ ସମିତିସଭ୍ୟ: ବ୍ୟାକ୍‌ଫୁଟ୍‌ରେ ବିଜେଡି

ଭବାନୀପାଟଣା/ଥୁଆମୁଳ ରାମପୁର,୨୭।୯ (ଉତ୍ତମ କୁମାର ଦାଶ/ ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ରାଜନିତୀରେ ଏବେ ହଟଚମଟ ଦେଖିବାକୁ ମିଳିଛି । ସ୍ଥାନୀୟ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri