Advertisement

କାଲିଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା

ଭୁବନେଶ୍ୱର,୧୦।୪: କାଲିଠାରୁ ଅର୍ଥାତ ଏପ୍ରିଲ ୧୧ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଅପରାହ୍ନ ୧ଟାରେ ନଡ୍ଡା ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ କଟକରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା କାର୍ଯ୍ୟକ୍ରମରେ ଯୋଗଦେବେ। ସେହିଭଳି ସେ ୧୨ ତାରିଖରେ ପୁରୀରେ ଭାଜପା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟନ କରିବେ ବୋଲି ମନମୋହନ କହିଛନ୍ତି।
ପ୍ରକାଶ ଯେ, କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ନଡ୍ଡା ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଏଥିସହ ୨ ଉପମୁଖ୍ୟମନ୍ତ୍ରୀ, ୩ କେନ୍ଦ୍ର ମନ୍ତ୍ରୀ ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ।ରାଜ୍ୟର ସମସ୍ତ ୧୪୦୫ ପିଏଚ୍‌ସିରେ ଏହାର ସିଧା ପ୍ରସାରଣ କରାଯିବ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share