ପୂର୍ବତନ ବୋହୂଙ୍କ କଥା ପଚାରି ବୁଝିଲେ ନାଗାର୍ଜୁନ

ସାଉଥ ସୁପରଷ୍ଟାର ନାଗାର୍ଜୁନ ରିଆଲିଟି ଶୋା ବିଗ ବସ ତେଲୁଗୁ ୭ର ହୋଷ୍ଟ କରିବାକୁ ଯାଉଛନ୍ତି। ଶୋ’ର ପ୍ରୋମୋ ସାମ୍ନାକୁ ଆସିଛି। ଏହି ପ୍ରୋମୋରେ ବିଜୟ ଦେବରାକୋଣ୍ଡା ତାଙ୍କ ଫିଲ୍ମ ‘କୁଶି’ର ପ୍ରମୋଶନ ପାଇଁ ଶୋ’ର ପ୍ରିମିୟରରେ ପହଞ୍ଚି ଥିବାର ଦେଖାଯାଇଛି। ଏହି ସମୟରେ ନାଗାର୍ଜୁନ ତାଙ୍କ ପୁଅ ନାଗା ଚେତୈନଙ୍କର ପୂର୍ବତନ ସ୍ତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁଙ୍କ ବିଷୟରେ ପଚାରୁଥିବାର ନଜର ଆସିଥିଲେ।
ଶୋ’ର ପ୍ରୋମୋରେ ଏହା ଦେଖିବାକୁ ମିଳେ ଯେ, ବିଜୟ ଦେବରାକୋଣ୍ଡା ମଞ୍ଚରେ ପ୍ରବେଶ କରିବା ମାତ୍ରେ ନାଗାର୍ଜୁନ ତାଙ୍କୁ ପଚାରନ୍ତି ତୁମେ କାହିଁକି ଏକୁଟିଆ ଆସିବାକୁ ସ୍ଥିର କଲ, ସାମନ୍ଥା କାହାନ୍ତି? ଏହା ଉପରେ ବିଜୟ କହିଥିଲେ ଯେ, ସାମନ୍ଥା ସ୍ବାସ୍ଥ୍ୟ କାରଣରୁ ଆମେରିକାରେ ଅଛନ୍ତି।
ବିଜୟ ଦେବରାକୋଣ୍ଡା ନିକଟରେ ରିଲିଜ ହୋଇଥିବା ଚଳଚ୍ଚିତ୍ର ‘କୁଶି’ର ପ୍ରମୋସନ ପାଇଁ ବିଗ ବସ ତେଲୁଗୁ ୭ର ପ୍ରିମିୟରରେ ପହଞ୍ଚିଥିଲେ। ଏହି ସମୟରେ ସେ ତାଙ୍କ ଚଳଚ୍ଚିତ୍ରର ଗୀତରେ ମଧ୍ୟ ନାଚୁଥିଲେ। ଏହି ଚଳଚ୍ଚିତ୍ରରେ ସାମନ୍ଥା ତାଙ୍କ ସହ ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି।
ସାମନ୍ଥା ନାଗାର୍ଜୁନଙ୍କ ବୋହୂ ଥିଲେ। ନାଗାର୍ଜୁନଙ୍କ ପୁଅ ନାଗା ଚୈତନ୍ୟ ଏବଂ ସାମନ୍ଥା ବିବାହ କରିଥିଲେ। ବିବାହର ୪ ବର୍ଷ ପରେ ୨୦୨୧ରେ ଦୁହେଁ ଛାଡପତ୍ର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Kalabaisakhi in Odisha: ଆଲର୍ଟ, ଏସବୁ ଜିଲାରେ ଆଜି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୧୩ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଜାରି ରହିଛି। ଶନିବାର ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର...

ରାଜ୍ୟପାଳ ଅଲୋଡ଼ା: ତାମିଲନାଡ଼ୁ ଆଣିଲା ୧୦ ଆଇନ

ଚେନ୍ନାଇ,୧୩/୪ତାମିଲନାଡୁ ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ୧୦ ନୂଆ ଆଇନ ହେଲା ତାମିଲନାଡ଼ୁ ଫିଶେରିଜ୍‌ ୟୁନିଭର୍ସିଟି (ସଂଶୋଧନ) ଆଇନ-୨୦୨୦, ତାମିଲନାଡୁ ପ୍ରାଣୀ ବିଜ୍ଞାନ ବିଶ୍ୱବିଦ୍ୟାଳୟ...

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ

କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ...

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image