ଶିକ୍ଷା କ୍ଷେତ୍ରରେ ନାମାଚାର୍ଯ୍ୟ ବାୟାବାବାଙ୍କ ଅବଦାନ ଅତୁଳନୀୟ

ମହାକାଳପଡ଼ା, ୮।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ମହାକାଳପଡ଼ାସ୍ଥିତ ଶ୍ରୀବାୟାବାବା କଲେଜ ସଭାଗୃହଠାରେ ୪୬ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ , ସମବାୟ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗଦେଇ ନାମାଚାର୍ଯ୍ୟ ବାୟାବାବାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ସଭାରେ ଯୋଗଦେଇ ନାମାଚାର୍ଯ୍ୟ ବାୟାବାବାଙ୍କ ଜୀବନୀ ସମ୍ପର୍କରେ ଆଲୋକପାତ କରିଥିଲେ। ବାୟାବାବା ୧୨ବର୍ଷ କାଳ ନିଷ୍ଠା, ଧୈର୍ଯ୍ୟର ସହ ମୌନବ୍ରତ ପାଳନ କରିଥିଲେ। ବୈପ୍ଲବିକ ଶିକ୍ଷା କ୍ଷେତ୍ରରେ ବାୟାବାବାଙ୍କ ଅବଦାନ ଅତୁଳନୀୟ ବୋଲି କହିଥିଲେ। ବାୟାବାବାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବା ପାଇଁ ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କୁ ପରାମର୍ଶ ଦେଇଥିଲେ। ଠିକ୍‌ ୪୬ ବର୍ଷ ପୂର୍ବେ ଆଜିର ଦିନରେ ଏହି ମହାକାଳପଡ଼ା ଶିଖର ମୌଜାରେ ଏକ କଲେଜ ଆରମ୍ଭ ପାଇଁ ନିଷ୍ପତ୍ତି ଗ୍ରହଣ କରିଥିଲେ। ଏବେ ଏହି କଲେଜ ଏକ ବିଶାଳ ଶିକ୍ଷା ଅନୁଷ୍ଠାନରେ ପରିଣତ ହୋଇଛି। ଉକ୍ତ କଲେଜରୁ ଶିକ୍ଷା ଲାଭକରି ଦେଶ ବିଦେଶରେ ଛାତ୍ରୀଛାତ୍ର ଉଚ୍ଚ ପଦବୀରେ ଅବସ୍ଥାପିତ ହୋଇଛନ୍ତି। ସେଦିନରେ ବାୟାବାବା ପ୍ରତିଷ୍ଠା କରିଥିବା ଶିକ୍ଷା ଅନୁଷ୍ଠାନକୁ ଗ୍ରାମାଞ୍ଚଳର ଗରିବ ଓ ଅଭାବୀ ପିଲାମାାନେ ପଖାଳ ଖାଇ ପାଠ ପଢ଼ିବାର ସୁଯୋଗ ପାଉଛନ୍ତି ବୋଲି ମନ୍ତ୍ରୀ ନାୟକ ମତବ୍ୟକ୍ତ କରିଥିଲେ। ଉପସ୍ଥିତ ଥିବ ଅତିଥିମାନଙ୍କ ମଧ୍ୟରେ ସମାଜ ସମ୍ପାଦକ ପ୍ରମୋଦ କୁମାର ମହାପାତ୍ର ଆଧୁନିକ ଯୁଗରେ ବିଜ୍ଞାନର ଅଗ୍ରଗତି ସମ୍ପର୍କରେ ଆଲୋକପାତ କରିଥିଲେ। ବିଶିଷ୍ଟ ଶିକ୍ଷାବିତ୍‌ ଅଭିରାମ ବିଶ୍ୱାଳ ଛାତ୍ରୀଛାତ୍ରମାନେ ଏହି ଅନୁଷ୍ଠାନରୁ ପାଠ ପଢ଼ି ସମାଜରେ ପ୍ରତିଷ୍ଠିତ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତ, ବିଡିଓ ସାଗର କୁମାର ନନ୍ଦ, ବରିଷ୍ଠ ମୁରବି ଶ୍ରୀଧର ସାମଲଙ୍କ ସମେତ କଲେଜ ଭାରପ୍ରାପ୍ତ ଅଧ୍ୟକ୍ଷା ସୁଲୋଚନା ଦାଶ କଲେଜର ଉନ୍ନତି ଉପରେ ଆଲୋକପାତ କରିଥିଲେ। କଲେଜର ସମସ୍ତ ଛାତ୍ରୀଛାତ୍ର, କର୍ମଚାରୀ , ଅଞ୍ଚଳର ମୁରବି , ସାମାଜିକ କର୍ମୀ , ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ

ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri