ମେ’ ୧ରୁ ବନ୍ଦ ରହିବ ନନ୍ଦନକାନନ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଏହି ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଅର୍ଥାତ୍‌ ଜନସାଧାରଣଙ୍କ ହିତ ଦୃଷ୍ଟିରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ବଟାନିକାଲ ଗାର୍ଡେନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ।ମେ’ ୧ରୁ ୧୫ ଯାଏ ପର୍ଯ୍ୟଟକଙ୍କ ଲାଗି ନନ୍ଦନକାନନ ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ବିମଳ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି।

Share