ନାରୀ ସଶକ୍ତୀକରଣର ମୂର୍ତ୍ତିମନ୍ତ ପ୍ରତୀକ ନନ୍ଦିନୀ

ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଛାତ୍ରୀ ଜୀବନରୁ କମ୍ୟୁନିଷ୍ଟ ଚିନ୍ତାଧାରାରେ ପ୍ରଭାବିତ ହୋଇ ରେଭେନ୍‌ଶା କଲେଜରେ ଛାତ୍ର ଆନ୍ଦୋଳନରେ ଯୋଗଦେଇଥିଲେ। ପରବର୍ତ୍ତୀ ସମୟରେ କଂଗ୍ରେସରେ ଯୋଗଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଅନ୍ତରଙ୍ଗ ସହଯୋଗୀ ପାଲଟିଯାଇଥିଲେ। ରାଜ୍ୟ ସଭାକୁ ନିର୍ବାଚିତ ହେବା ସହ କେନ୍ଦ୍ର ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଭଳି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସୁଚାରୁ ରୂପେ ସମ୍ପାଦନା କରିଥିଲେ। ଏହାପରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରି ଜଣେ ଦକ୍ଷ ପ୍ରଶାସିକାର ପରିଚୟ ଦେଇଥିଲେ। ସେ ପ୍ରଥମେ କଟକ ସହରରୁ ଉପନିର୍ବାଚନରେ ବିଧାୟିକା ଭାବେ ନିର୍ବାଚିତ ହେବାପରେ ବିଭିନ୍ନ ସମୟରେ ଅନ୍ୟ ନିର୍ବାଚନମଣ୍ଡଳୀରୁ ଜିତିଥିଲେ। ସେ ଥିଲେ ଜଣେ ଅପରାଜେୟ ନେତ୍ରୀ। ଏଥିସହ ସୁଲେଖିକା ଭାବେ ବହୁ ସାହିତ୍ୟ ରଚନା କରି ଓଡ଼ିଶାର ବାଣୀଭଣ୍ଡାରକୁ ସମୃଦ୍ଧ କରିଥିଲେ। ନନ୍ଦିନୀ ଶତପଥୀ ନାରୀ ସଶକ୍ତୀକରଣର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ ବୋଲି ଶୁକ୍ରବାର ତାଙ୍କ ୧୭ତମ ଶ୍ରାଦ୍ଧୋତ୍ସବରେ ବକ୍ତାମାନେ ମତ ପ୍ରକାଶ କରିଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ରାଜଭବନ ନିକଟସ୍ଥ ତାଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ଆୟୋଜିତ ଶ୍ରାଦ୍ଧୋତ୍ସବକୁ ବିଭାଗୀୟ ସ୍ବତନ୍ତ୍ର ଶାସନ ସଚିବ ମଧୁସୂଦନ ଦାଶ ସଂଯୋଜନା କରିଥିଲେ। ଶିକ୍ଷାବିତ୍‌ କାମଦେବ ମହାପାତ୍ର ସ୍ବରଚିତ କବିତା ଆବୃତ୍ତି କରିଥିଲେ। ବିଧାୟକ ସୁରେଶ କୁମାର ରାଉତରାୟ, ପୂର୍ବତନ ମନ୍ତ୍ରୀ ସୀତାକାନ୍ତ ମହାପାତ୍ର, ବିଜେଡି ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟର ରାଜ୍ୟ ସଂଯୋଜକ ପ୍ରବୀର ମହାନ୍ତି, ବିଜେଡି ରାଜ୍ୟ ଯୁଗ୍ମ ସାଧାରଣ ସମ୍ପାଦକ ରୁଦ୍ରନାରାୟଣ ସାମନ୍ତରାୟ, କର୍ପୋରେଟର ଅମରେଶ ଜେନା, ଉଇ ଫର୍‌ ଭୁବନେଶ୍ୱର ଓ ଜୟ ଓଡ଼ିଶାର କର୍ମକର୍ତ୍ତା, ପୂର୍ବତନ କର୍ପୋରେଟର ନରେନ୍‌ ସାହୁ, ଶାଶ୍ୱତୀ ମିଶ୍ର, ରମାନାଥ ସାମନ୍ତରାୟ, ପ୍ରାଧ୍ୟାପକ ଡକ୍ଟର ରଙ୍ଗାଧର ସାହୁ, ରମେଶ ଚନ୍ଦ୍ର ପାତାଳସିଂହ, ଅଶ୍ୱିନୀ ପଟ୍ଟନାୟକ, ପ୍ରଗତି ରଥ, ଉଷାରାଣୀ ମହାନ୍ତି, ରୀତା ମହାନ୍ତି, ଅନୁପମା ବେହେରା, ଶାନ୍ତିଲତା ସାହୁ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଆଡ୍‌ଭୋଟେ୍‌ ରମାବଲ୍ଲଭ ରଥ, ବୁଦ୍ଧରାମ, ସମରେନ୍ଦ୍ର ସାହୁ, ଉଷାରାଣୀ ମହାନ୍ତି, ରଘୁନାଥ ରାୟ, ଭବାନୀ ଶଙ୍କର ଜଗଦ୍ଦେବ, ରଘୁନାଥ ପାତ୍ର, ଅଜୟ କୁମାର ହରିଚନ୍ଦନ, ମନୋରଞ୍ଜନ ପଟ୍ଟନାୟକ, ନାରାୟଣ ମହାପାତ୍ର, ରଶ୍ମିତା ମଲ୍ଲିକ, ରାଜେଶ୍ୱର ହୋତା ଓ ସୀତାକାନ୍ତ ମହାପାତ୍ରଙ୍କୁ ‘ନନ୍ଦିନୀ ଶତପଥୀ ସ୍ମୃତି ସମ୍ମାନ’ରେ ସମ୍ମାନିତ କରାଯାଇଥିଲା। ସ୍ବତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଲକ୍ଷ୍ମୀଧର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

୩ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଏସବୁ ସ୍ଥାନରେ…

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

କାହିଁକି ଦୀପାଳିଙ୍କ ନାଁରେ ଏତଲା? 

କାହିଁକି ଦୀପାଳିଙ୍କ ନାରେ ଏତଲା? ଭୁବନେଶ୍ୱର,୨୨।୯: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଦୀପାଳି ଦାସ ଓ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲଙ୍କ ନାଁରେ ଏତଲା  ହୋଇଛି। ସମ୍ବଲପୁରସ୍ଥିତ...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

କଂଗ୍ରେସ ବିଜେଡି ମେଣ୍ଟ: ବିଜେଡିର ଚକ୍ରାନ୍ତ ଲୋକମାନେ ଜାଣନ୍ତି …

ଜାଣିଛନ୍ତଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମ୍‌ପି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri