ନରସିଂହ ରାଓଙ୍କୁ ମିଳିବ ଭାରତ ରନ୍ନ, ମୋଦି ସରକାରଙ୍କ ଘୋଷଣା

ନୂଆଦିଲ୍ଲୀ,୯।୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିଂହ ରାଓଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନୀତ କରାଯିବ। କେନ୍ଦ୍ରର ମୋଦି ସରକାର ଏହି ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଘୋଷଣା କରିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧରୀ ଚରଣ ସିଂ, ପୂର୍ବତନ ପ୍ରଧାନମନ୍ତ୍ରୀ ନରସିଂହ ରାଓ ଏବଂ କୃଷି କ୍ଷେତ୍ରରେ ଅଦୃଶ୍ୟ ଅବଦାନ ରଖିଥିବା ଏମଏସ ସ୍ବାମୀନାଥନଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ। ପ୍ରଧାନମନ୍ତ୍ରୀ ଏକ୍ସ(ପୂର୍ବରୁ ଟୁଇଟର) କରି ଏହି ସୂଚନା ଶେୟାର କରିଛନ୍ତି। ସର୍ବପ୍ରଥମେ ସେ ଟୁଇଟ କରି କହିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ।
ଏ ସମ୍ପର୍କରେ ସୂଚନା ଦେଇ ସେ ଲେଖିଛନ୍ତି, ଆମ ସରକାରଙ୍କ ଭାଗ୍ୟ ଯେ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂ ଜୀଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯାଇଛି। ଏହି ସମ୍ମାନ ଦେଶ ପାଇଁ ତାଙ୍କର ଅପୂର୍ବ ଅବଦାନ ପାଇଁ ଉତ୍ସର୍ଗୀକୃତ। ସେ ତାଙ୍କର ସମଗ୍ର ଜୀବନକୁ କୃଷକଙ୍କ ଅଧିକାର ଏବଂ କଲ୍ୟାଣ ପାଇଁ ଉତ୍ସର୍ଗ କରିଥିଲେ। ସେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ହୁଅନ୍ତୁ କିମ୍ବା ଦେଶର ଗୃହମନ୍ତ୍ରୀ ହୁଅନ୍ତୁ ଏବଂ ଜଣେ ବିଧାୟକ ଭାବରେ ମଧ୍ୟ ସେ ରାଷ୍ଟ୍ର ନିର୍ମାଣରେ ସର୍ବଦା ପ୍ରେରଣା ଯୋଗାଉଥିଲେ। ସେ ମଧ୍ୟ ଜରୁରୀକାଳୀନ ପରିସ୍ଥିତି ବିରୋଧରେ ଦୃଢ ଭାବରେ ଠିଆ ହୋଇଥିଲେ। ଆମର କୃଷକ ଭାଇ ଓ ଭଉଣୀମାନଙ୍କ ପ୍ରତି ତାଙ୍କର ଉତ୍ସର୍ଗୀକୃତତା ଏବଂ ଜରୁରୀକାଳୀନ ସମୟରେ ଗଣତନ୍ତ୍ର ପ୍ରତି ତାଙ୍କର ପ୍ରତିବଦ୍ଧତା ସମଗ୍ର ଦେଶ ପାଇଁ ପ୍ରେରଣାଦାୟକ ଅଟେ।
ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି ନରସିଂହ ରାଓଙ୍କୁ ଭରତ ରତ୍ନ ପୁରସ୍କାର ଘୋଷଣା କରି ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି ଯେ ମୁଁ ଖୁସି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି ନରସିଂହ ରାଓଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ। ସେ ଜଣେ ପଣ୍ଡିତ ତଥା ଷ୍ଟେଟସମ୍ୟାନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

JEE MAIN EXAMର ୨ ଦିନ ପୂର୍ବରୁ ଟ୍ରେନ୍‌ ଆଗକୁ ଡେଇଁ ଜୀବନ ହାରିଲେ ଛାତ୍ର

ନୂଆଦିଲ୍ଲୀ, ୩୧।୩:ଆସନ୍ତା ଏପ୍ରିଲ ୨ରେ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ହେବାକୁ ଥିବା ବେଳେ ଏହାର ୨ ଦିନ ପୂର୍ବରୁ କୋଟାରେ ଜଣେ ଆଶାୟୀ(୧୮)...

ହଳଧର ସାହିତ୍ୟ ଅସ୍ମିତାର ଆବାହକ: ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକକବିଙ୍କୁ ଶୁଭେଚ୍ଛା

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ ଅନୁଷ୍ଠିତ...

ଚା’ ଦୋକାନରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଗଞ୍ଜାମ, ୩୧ା୩ (ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଚା’ ଦୋକାନରେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା...

ଆନନ୍ଦଉଲ୍ଲାସ ମଧ୍ୟରେ ଭାଇଚାରାର ପର୍ବ ଇଦ-ଉଲ-ଫିତର ପାଳିତ: ଇଦଗାହ ପଡିଆରେ ଭିଡ଼

ବରଗଡ଼, ୩୧।୩(ପ୍ରେମାନନ୍ଦ ଖମାରୀ) – ବରଗଡ ସହରରେ ଇଦ ଉଲ ଫିତର୍‌ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ମୁସଲିମ ସମ୍ପ୍ରଦାୟର ଲୋକେ ମାସେବ୍ୟାପୀ କଠୋର...

Video: ଇଦ୍‌ ଶୁଭେଚ୍ଛା ଜଣାଇବା ପାଇଁ ୩୬ଥର ଟେକ୍‌ ନେଲେ ସ୍ତ୍ରୀ: ରାଗିଗଲେ ପାକିସ୍ତାନ ଖେଳାଳି

ଇସଲାମାବାଦ୍‌,୩୧।୩: ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଖେଳାଳି ୱାସିମ ଆକ୍ରମ ସମସ୍ତଙ୍କୁ ଇଦ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଆକ୍ରମ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର...

ଟ୍ରାଫିକ୍‌ ନିୟମ କଡ଼ାକଡ଼ି: ଇ-ଚାଲାଣ ପୈଠ ନ କଲେ ଡ୍ରାଇଭିଂ ଲାଇସେନ୍ସ ହେବ ଜବତ

ନୂଆଦିଲ୍ଲୀ,୩୧ା୩:ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ଘଟଣାରେ ଦଣ୍ଡସ୍ବରୂପ ଯେତିକି ଇ-ଚାଲାଣ କଟାଯାଉଛି, ତା’ର ମାତ୍ର ୪୦ ପ୍ରତିଶତ ଦେୟ ଆଦାୟ ହେଉଥିବା ଜଣାପଡ଼ିଛି। ଅନେକ ନିୟମ ଉଲ୍ଲଂଘନକାରୀ...

ଚଳିତ ବର୍ଷ ଏପ୍ରିଲ୍‌ରୁ ଜୁନ୍‌ ଅଗ୍ନିବର୍ଷା: IMD ଡିଜି

ନୂଆଦିଲ୍ଲୀ, ୩୧।୩: ସୋମବାର ଆଇଏମଡି କହିଛି ଯେ, ଭାରତରେ ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ। କେନ୍ଦ୍ରୀୟ ଏବଂ ପୂର୍ବ ଭାରତ...

ମ୍ୟାନମାର୍‌ ଭୂମିକମ୍ପ: ମୃତକଙ୍କ ସଂଖ୍ୟା ୨ ହଜାର ଟପିଲା

ମ୍ୟାନମାର୍‌,୩୧।୩: ମିଆଁମାରରେ ହୋଇଥିବା ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଏହି ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୨,୦୫୬ କୁ ବୃଦ୍ଧି ପାଇଛି ଏବଂ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image