ନରସିଂହ ମିଶ୍ରଙ୍କୁ କରୋନା; ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ନିଜର ପରୀକ୍ଷା କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ବଲାଙ୍ଗୀର ବିଧାୟକ ତଥା କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ କୋଭିଡ୍‌ ଟେଷ୍ଟ କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି।

ତେବେ ନରସିଂହ କରୋନା ଟିକାର ଦ୍ୱିତୀୟ ଡୋଜ୍‌ ନେଇସାରିଥିଲେ। ହେଲେ ସେ ସଂକ୍ରମିତ ହୋଇଛନ୍ତି। ତାଙ୍କ ନିକଟରେ କରୋନାର ଲକ୍ଷଣ ନ ଥିବା ବେଳେ ସ୍ବାସ୍ଥ୍ୟ ଠିକ୍‌ ଥିବା ଜଣାପଡ଼ିଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ ନେତା ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Share