ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଲା ନାସା

ନ୍ୟୁୟର୍କ,୨୧।୪: ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଛି ଆମେକାର ସ୍ପେସ୍‌ ଏଜେନ୍ସି ନାସା। ନାସା ମୁଖ୍ୟ ବିଲ ନେଲସନ, ଚାଇନା ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରି କହିଛନ୍ତି ଯେ, ସେମାନେ (ଚାଇନା) ମହାକାଶରେ ଏକ ଗୁପ୍ତ ସାମରିକ କାର୍ଯ୍ୟକ୍ରମ ଚଳାଉଛନ୍ତି, ଯାହା ଦ୍ୱାରା ସେମାନେ ଚନ୍ଦ୍ରରେ ନିଜର କବ୍ଜା କରିପାରିବେ। ସେମାନେ ଏହି ସୂଚନା ଲୁଚାଉଛନ୍ତି।
ନେଲସନ କହିଛନ୍ତି, ଚାଇନା ସର୍ବଦା ଏହା କହେ ଯେ ମହାକାଶରେ ଏହାର କାର୍ଯ୍ୟକଳାପ ସମ୍ପୂର୍ଣ୍ଣ ବୈଜ୍ଞାନିକ ଅଟେ। ଏହାର ଉଦ୍ଦେଶ୍ୟ କୌଣସି ପ୍ରକାରେ ଏନକାଉଣ୍ଟର କରିବା ନୁହେଁ। କିନ୍ତୁ ଚାଇାନର ଭିନ୍ନ ଉଦ୍ଦେଶ୍ୟ ରହିଛି। ଆମେ ଅନୁଭବ କରୁଛୁ ଯେ ଚାଇନା ମହାକାଶ କ୍ଷେତ୍ରରେ ଅସାଧାରଣ ଅଗ୍ରଗତି କରିଛି, କିନ୍ତୁ ଏହାର ଅଧିକାଂଶ କାର୍ଯ୍ୟକ୍ରମ ଗୁପ୍ତ ରହିଛି। ଉଭୟ ଆମେରିକା ଏବଂ ଚାଇନା ଚନ୍ଦ୍ର ଉପରେ ସ୍ଥାୟୀ ଭିତ୍ତିଭୂମି ନିର୍ମାଣ କରିବାକୁ ଚେଷ୍ଟା କରୁଛନ୍ତି। ଚଳିତ ବର୍ଷ ମାର୍ଚ୍ଚରେ ଚାଇନାର ବୈଜ୍ଞାନିକମାନେ ଡିଜ୍‌ନିଲ୍ୟାଣ୍ଡର ଆକାର ବିଶିଷ୍ଟ ଏକ ଚନ୍ଦ୍ର ବେସ୍‌ ନିର୍ମାଣ କରିବାକୁ ଘୋଷଣା କରିଥିଲେ।
ନେଲସନ କହିଛନ୍ତି, ଚାଇନାର ଉଦ୍ଦେଶ୍ୟ ଏହା ଚନ୍ଦ୍ରର କିଛି ଅଂଶ ନେବାକୁ ଚାହୁଁଥିବା ପରି ମନେ ହେଉଛି। ଆମେ ଏକ ରେସ୍‌ରେ ଅଛୁ। ୨୦୩୦ ସୁଦ୍ଧା ଚନ୍ଦ୍ରରେ ଅବତରଣ କରିବାକୁ ପ୍ରସ୍ତୁତ ହେଉଛୁ। ଆମେ ଶୀଘ୍ର ସେଠାରେ ପହଞ୍ଚିବାକୁ ଚାହୁଁଛୁ। ସେପ୍ଟେମ୍ବର ୨୦୨୬ରେ ଆର୍ଟେମିସ ଆଇଆଇଆଇ ଲଞ୍ଚ ହେବ। ଆମେରିକା ଚାଇନା ଠାରୁ ବହୁତ ଆଗରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶୋଧ ନେଲା ଇସ୍ରାଏଲ, ରାତି ଅଧରେ ତେହହେରାନରେ ମିସାଇଲ ମାଡ

ତେହେରାନ,୨୬।୧୦: ସକାଳୁ ସକାଳୁ ଇରାନ ଉପରେ ଜୋରଦାର ଆକ୍ରମଣ କରିଛି ଇସ୍ରାଏଲ । ପ୍ରତିଶୋଧ ନେବାକୁ ଇସ୍ରାଏଲ ପକ୍ଷରୁ ବି ବଡ଼ ଧରଣର ଆକ୍ରମଣ ହୋଇଛି...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ମୋ ହାତ, ଅଣ୍ଟାକୁ ଛୁଇଁଥିଲେ ଡୋନାଲ୍ଡ ଟ୍ରମ୍ପ: ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ ମଡେଲ୍‌

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମାତ୍ର ୧୦ ଦିନ ବାକି ଅଛି। ଭାରତୀୟ ମୂଳର କମଲା ହାରିସ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କଡ଼ା...

ଟ୍ରମ୍ଫଙ୍କ ପାଇଁ ପାଣିଭଳି ଅର୍ଥ ଖର୍ଚ୍ଚ କରୁଛନ୍ତି ମସ୍କ

ଓ୍ବାଶିଂଟନ,୨୫।୧୦: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ବିଲିୟନେୟାର ଏଲୋନ ମସ୍କ ଖୋଲାଖୋଲି ଭାବେ ଡୋନାଲ୍ଡ ଟ୍ରମ୍ପଙ୍କୁ ସମର୍ଥନ କରୁଛନ୍ତି। ଟ୍ରମ୍ପଙ୍କ ସମର୍ଥନରେ ସେ ନିରନ୍ତର ରାଲି ମଧ୍ୟ...

ଗୋଟିଏ ଦିନରେ ରେକର୍ଡ ଏତିକି ଟଙ୍କା ରୋଜଗାର କଲେ ଏଲନ ମସ୍କ: ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୫।୧୦: ଦୁନିଆର ସବୁଠାରୁ ଧନୀ ବିଲିୟନେୟାର ଏଲନ ମସ୍କର ନିଟ ମୂଲ୍ୟ ଗୋଟିଏ ଦିନରେ ୩୩.୫ ବିଲିୟନ ଡଲାରକୁ ବୃଦ୍ଧି ପାଇଛି। ଏବେ ତାଙ୍କ ସମ୍ପତ୍ତି...

ଶେଖ ହାସିନାଙ୍କ ପରେ ଏବେ ଏମିତି କରୁଛନ୍ତି ୟୁନୁସ ସରକାର, ଯାହାକୁ ନେଇ…

ଢାକା,୨୫।୧୦: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ପରେ ମଧ୍ୟ ରାସ୍ତାରେ ଲୋକଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ବର୍ତ୍ତମାନ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ...

କମଲା ହାରିସଙ୍କୁ ପ୍ରଶଂସା କଲେ ୨୩ ନୋବେଲ ପୁରସ୍କାର ବିଜେତା ଅର୍ଥଶାସ୍ତ୍ରୀ

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ ପାର୍ଟିର ପ୍ରାର୍ଥୀ ଏବଂ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ୨୩ ନୋବେଲ ପୁରସ୍କାର ବିଜେତା ଅର୍ଥନୀତିଜ୍ଞଙ୍କ ସମର୍ଥନ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri