ଆଇଜିକେସିରେ ଜାତୀୟ ବୋନ୍‌ ଆଣ୍ଡ୍‌ ଜଏଣ୍ଟ ଦିବସ

ଭୁବନେଶ୍ୱର,୬।୮: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆଇଜିକେସି ମଲଟିସ୍ପେଶାଲିଟି ହସ୍ପିଟାଲ ପରିସରରେ ଜାତୀୟ ବୋନ୍‌ ଆଣ୍ଡ୍‌ ଜଏଣ୍ଟ ଦିବସ ନିକଟରେ ପାଳିତ ହୋଇଯାଇଛି। ଏପରିକି ସାଧାରଣ ଲୋକଙ୍କୁ ବିଭିନ୍ନ ପ୍ରକାର ଅସ୍ଥିଶଲ୍ୟ ରୋଗ ସମ୍ପର୍କରେ ସଚେତନ କରାଇବା ପାଇଁ ଅଗଷ୍ଟ ୪କୁ ଜାତୀୟ ବୋନ୍‌ ଆଣ୍ଡ୍‌ ଜଏଣ୍ଟ ଦିବସ ଭାବେ ପାଳନ କରାଯାଏ। ଏହି ଅବସରରେ ସାଧାରଣ ଲୋକଙ୍କୁ କିଭଳି ନିଜର ହାଡ଼ ଓ ଗଣ୍ଠିକୁ ସୁସ୍ଥ ଓ ନୀରୋଗ ରଖିହେବ ସେ ସମ୍ପର୍କରେ ମଧ୍ୟ ସଚେତନତା ସୃଷ୍ଟି କରିବା ପାଇଁ ଆଇଜିକେସି ମଲ୍‌ଟି ସ୍ପେଶାଲିଟି ହସ୍ପିଟାଲ ପକ୍ଷରୁ ବିଭିନ୍ନ ପ୍ରକାରର ଜନସେଚତନା ମୂଳକ କାର୍ଯ୍ୟକ୍ରମ ସାଙ୍ଗକୁ ଏକ ଆଲୋଚନାଚକ୍ରର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ହସ୍ପିଟାଲର ଅସ୍ଥିଶଲ୍ୟ ବିଶେଷଜ୍ଞ ଡା. ସୌରଭ ନାରାୟଣ ନନ୍ଦ, ଡା. ଅଶୋକ ଗୋଚ୍ଛାୟତ, ପ୍ରବନ୍ଧ ନିର୍ଦ୍ଦେଶକ ଡା. ପି. ସି. ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ। ପରିଶେଷରେ ହସ୍ପିଟାଲଠାରେ ଏକ ମେଗା ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଏହି ଅବସରରେ ୫୦୦ରୁ ଊର୍ଦ୍ଧ ଲୋକଙ୍କ ମାଗଣାରେ ବିଏମଡି, ନ୍ୟୁରୋପାଥି ପରୀକ୍ଷା ଆଦି କରାଯାଇଥିଲା। ଏହା ବ୍ୟତୀତ ଅଭିଜ୍ଞ ଅସ୍ଥିଶଲ୍ୟ ବିଶେଷଜ୍ଞମାନେ ମାଗଣାରେ ରୋଗୀଙ୍କୁ ଆବଶ୍ୟକ ପରାମର୍ଶ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଆଇଜିକେସି ହସ୍ପିଟାଲର ଅଧ୍ୟକ୍ଷ ଡା. ସୁବୋଧ ଦାଶ, ନିର୍ଦ୍ଦେଶକ ଡା ବୃନ୍ଦାବନ ନାହାକ ଓ ଡା. ମନୋରଞ୍ଜନ ମହାପାତ୍ର, ଡିଏମ୍‌ଏସ୍‌ ପ୍ରଶାସନ ଓ ଅର୍ଥ ବିଭାଗର ଏଜିଏମ୍‌ ସୁବ୍ରତ ଦାଶ, ଅପରେଶନ୍‌ ଏଜିଏମ୍‌ କୈଳାସ ଚନ୍ଦ୍ର ଦଳେଇ, ମାର୍କେଟିଂ ମୁଖ୍ୟ ଅତୁଲ୍ୟ ରଥଙ୍କ ସମେତ ହସ୍ପିଟାଲର ସମସ୍ତ ଡାକ୍ତର, ନର୍ସ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri