ପର୍ଯ୍ୟଟନ କ୍ଷେତ୍ରରେ ନୂଆ ଦିଗନ୍ତ ଆଣିବ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧(ଅସମାପିକା ସାହୁ): ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବକୁ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଉଦ୍‌ଘାଟନ କରିଛନ୍ତି। ଏସିଆର ସର୍ବବୃହତ୍‌ ଲୁଣା ହ୍ରଦ ଚିଲିକା ହେଉଛି ଲକ୍ଷାଧିକ ବିଦେଶାଗତ ପକ୍ଷୀଙ୍କ ବିଚରଣସ୍ଥଳୀ। ଏହି ମହୋତ୍ସବ ପକ୍ଷୀପ୍ରେମୀଙ୍କୁ ଅତି ନିକଟରୁ ଚିଲିକା ଓ ବିଦେଶାଗତ ପକ୍ଷୀଙ୍କ ସମ୍ପର୍କରେ ଜାଣିବାର ସୁଯୋଗ ଆଣିଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପର୍ଯ୍ୟଟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ପ୍ରଶଂସା କରିବା ସହ ପର୍ଯ୍ୟଟନ କ୍ଷେତ୍ରରେ ଏହାଏକ ନୂଆ ଦିଗନ୍ତ ଆଣିଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Share