ନବରାତ୍ରର ନବମ ଦିନ: ସିଦ୍ଧିଦାତ୍ରୀ ବେଶରେ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର:୨୩।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତରେ ଥିବା ମା’ ବନଦୁର୍ଗାଙ୍କ ପୀଠରେ ଶାରଦୀୟ ନବରାତ୍ରର ନବମ ଦିବସରେ ମା’ ସିଦ୍ଧିଦାତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ସକାଳୁ ମା’ଙ୍କର ମଙ୍ଗଳ ଆଳତି, କଳଶ ପୂଜା, ସୂର୍ଯ୍ୟ ପୂଜା ପଞ୍ଚ ଦେବତା ପୂଜା, ଶୋଡ଼ଶ ଉପଚାରରେ ମଧ୍ୟାହ୍ନ ଧୂପ, ଦୁର୍ଗା ସପ୍ତଶତୀ ଚଣ୍ଡୀ ପାଠ, ସନ୍ଧ୍ୟା ବାଳଭୋଗ, ଆଳତି, ଆଧରପଣା ଓ ମହାପ୍ରସାଦ ମା’ଙ୍କୁ ଅର୍ପଣ ପୂର୍ବକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇଥିଲା। ଡ. କୃପାସିନ୍ଧୁ ପଣ୍ଡା ପୂଜାର୍ଚ୍ଚନା କରିଥିଲେ ବେଳେ ଦୁର୍ଗା ଶରଣ ରଥ, ରୀନାମଣି ଦାଶ, ଦୁର୍ଗାପ୍ରସାଦ ପଟ୍ଟନାୟକ, ବିଜୟ କୁମାର ପଟ୍ଟଯୋଷୀ, ଉମାକାନ୍ତ ରଥ, ସ୍ବାଧୀନ ପ୍ରଧାନଙ୍କ ସମେତ ବହୁ ଭକ୍ତ ମାନେ ଉପସ୍ଥିତ ରହି ମା’ଙ୍କର ଦିବ୍ୟ ବେଶକୁ ଦର୍ଶନ କରିଥିଲେ।