୩୦ ଜିଲାରେ ପର୍ଯ୍ୟବେକ୍ଷକ ନିଯୁକ୍ତ ଦେଲେ ନବୀନ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦ ଜିଲାରେ ଦଳୀୟ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛନ୍ତି। ଏହି ତାଲିକାରେ ୯ ମନ୍ତ୍ରୀ ସାମିଲ ରହିଛନ୍ତି। ଅନେକ ବିଧାୟକଙ୍କୁ ବି ଦାୟିତ୍ୱ ମିଳିଛି। ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁରର ଦାୟିତ୍ୱ ଦିଆଯାଇଥିବା ବେଳେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଗଜପତି ଏବଂ ରାୟଗଡ଼ା ଦାୟିତ୍ୱ ଦିଆଯାଇଛି। ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ବାଲେଶ୍ୱର ଦାୟିତ୍ୱ ମିଳିଛି।

ସେହିପରି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ କଟକ, ପ୍ରମିଳା ମଲ୍ଲିକଙ୍କୁ କେନ୍ଦ୍ରାପଡ଼ା, ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ପୁରୀ, ପ୍ରୀତିରଞ୍ଜନ ଘଡ଼ାଇକୁ ସୁନ୍ଦରଗଡ଼, ପ୍ରଦୀପ ଅମାତଙ୍କୁ ଗଞ୍ଜାମ ଓ ଅଶୋକ ପଣ୍ଡାଙ୍କୁ ଯାଜପୁର,ବଲାଙ୍ଗୀର- ସୁଶାନ୍ତ ସିଂ, ବରଗଡ଼- ସୁଧୀର ସାମଲ, ଭଦ୍ରକ – ପ୍ରତାପ ଜେନା, ଦେବଗଡ଼ – ଅମରେଶ ଜେନା, ଜଗତସିଂହପୁର – ଅରୁଣ କୁମାର ସାହୁ, କନ୍ଧମାଳ – ବିଜୟ ନାୟକ, ଖୋର୍ଦ୍ଧା – ରବୀନ୍ଦ୍ର କୁମାର ଜେନା, କୋରାପୁଟ-ମାଲକାନାଗିରି ପାଇଁ ଦିବ୍ୟଶଙ୍କର ମିଶ୍ର, ନବରଙ୍ଗପୁର – ଈଶ୍ୱର ପାଣିଗ୍ରାହୀ ଏବଂ ନୟାଗଡ଼ ପାଇଁ ପଦ୍ମନାଭ ବେହେରାଙ୍କୁ ଏହି ଗୁରୁଦାୟିତ୍ୱ ମିଳିଛି।

ସେହିପରି କଳାହାଣ୍ଡି ପାଇଁ ପ୍ରଣବ ବଳବନ୍ତରାୟ, ସ୍ନେହାଙ୍ଗିନୀ ଛୁରିଆଙ୍କୁ ନୂଆପଡ଼ା, ପ୍ରଦୀପ୍ତ କୁମାର ଅମାତଙ୍କୁ ଗଞ୍ଜାମ, ସୌଭାଗ୍ୟ ନାୟକଙ୍କୁ ବୌଦ୍ଧ, ସାରଦା ପ୍ରସାଦ ନାୟକଙ୍କୁ ଝାରସୁଗୁଡ଼ା, ପ୍ରଶାନ୍ତ ମୁଦୁଲିଙ୍କୁ ମୟୁରଭଞ୍ଜ ଏବଂ ଦେବେଶ ଆଚାର୍ଯ୍ୟଙ୍କୁ ସୁବର୍ଣ୍ଣପୁର ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri