ଆସିଲେନି ନବୀନ ସିଧା ଶୁଣାଇଦେଲେ ମୋହନ, କହିଲେ ସଂଧ୍ୟାରେ ସେ ଆସନ୍ତି ନାହିଁ…

ଭୁବନେଶ୍ୱର,୬।୩: ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ପଟ୍ଟନାୟକ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିଲେ। ନବୀନ ମୋହନଙ୍କ ନିମନ୍ତ୍ରଣ ରକ୍ଷା କରିବେ ନା ପ୍ରତ୍ୟାଖ୍ୟାନ କରିବେ ତାହା ଉପରେ ସମସ୍ତଙ୍କ ନଜର ଥିଲା। ତେବେ ସତକୁ ସତ ନବୀନ ସରକାର ଆୟୋଜନ କରିଥିବା ବିଜୁବାବୁଙ୍କ ଜନ୍ମ ଉତ୍ସବରେ ଯୋଗ ଦେଇ ନ ଥିଲେ। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ ଏବଂ ବିଜେଡି ନେତା ପ୍ରଫୁଲ୍ଲ ଘଡ଼େଇ ଯୋଗ ଦେଇଥିଲେ। ତେବେ ନବୀନ ବସିବା ପାଇଁ ରଖାଯାଇଥିବା ଚୌକିକୁ କାଢ଼ି ନିଆଯାଇଥିଲା।

ତେବେ ବିଜୁ ଜୟନ୍ତୀ ସମାରୋହରେ ଆସି ନଥିବାରୁ ନବୀନଙ୍କୁ ମୋହନ ମାଝୀ ଟାର୍ଗେଟ କରିଥିଲେ। ସେ କହିଥିଲେ, ଆମେ ନବୀନଙ୍କୁ ଡାକିଥିଲୁ, ସେ ଆସିଲେ ନାହିଁ। ଶୁଣିଥିଲି ସଂଧ୍ୟା ସମୟରେ ସେ ଆସନ୍ତି ନାହିଁ। ୨୦୨୦ ମସିହାରୁ ସଂଧ୍ୟାରେ ସେ କୁଆଡ଼େ ଯାଆନ୍ତି ନାହିଁ। ବିଧାନସଭାକୁ ମଧ୍ୟ ଆସି ନାହାନ୍ତି।

ସୂଚନାଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ ଜଣାଇଥିଲେ। ଏଥିରେ ବିଶିଷ୍ଟ ଅତିଥି ଭାବେ ଯୋଗ ଦେବାକୁ ମୋହନ ନବୀନଙ୍କୁ ଅନୁରୋଧ କରିଥିଲେ। ଚିଠିରେ ମୋହନ ଲେଖିଥିଲେ, ଆପଣଙ୍କୁ ମୋର ସାଦର ନମସ୍କାର। ଆସନ୍ତା ମାର୍ଚ୍ଚ ୫ ତାରିଖରେ ରାଜ୍ୟ ସରକାର ଓ ମହାନ ବରପୁତ୍ର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମହାସମାରୋହରେ ପାଳନ କରୁଛନ୍ତି । ଏଥିପାଇଁ ସ୍ଥାନୀୟ ଜୟଦେବ ଭବନଠାରେ ୫ ତାରିଖ ସନ୍ଧ୍ୟା ୭ଟାରେ ଏକ ରାଜ୍ୟସ୍ତରୀୟ ସଭାର ଆୟୋଜନ କରାଯାଇଛ। ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବରେ ଯୋଗ ଦେବା ପାଇଁ ମୁଁ ଆପଣଙ୍କୁ ଅନୁରୋଧ କରୁଛ। ଆପଣଙ୍କର ଗରମାମୟ ଉପସ୍ଥିତି ଏହି କାର୍ଯ୍ୟକ୍ରମର ଶୋଭା ବର୍ଦ୍ଧନ କରିବ । ତେବେ ସବୁ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ନବୀନ ଆଜି ଏହି ଉତ୍ସବକୁ ଆସିନାହାନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri