Posted inରାଜ୍ୟ

ନବୀନ ଦେଲେ ଇସାରା! ପାଣ୍ଡିଆନ୍‌ ହିଁ ବିଜେଡିର… ରାଜନୀତି ମହଲରେ ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୮।୭: ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ଦଳରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ତାଙ୍କ ସ୍ବାକ୍ଷରରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ ରାଜ୍ୟସ୍ତରୀୟ ସମସ୍ତ ଦଳୀୟ ପଦାଧିକାରୀଙ୍କୁ ହଟାଇ ଦିଆଯାଇଛି। ହେଲେ ଜିଲାସ୍ତରୀୟ କମିଟି ଓ କର୍ମକର୍ତ୍ତା ଅପରିବର୍ତ୍ତିତ ରହିଛନ୍ତି। ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର ମଣ୍ଡଳୀ ଗଠନ କରାଯାଇଛି। ଦଳ ପକ୍ଷରୁ ଜାରି ବିଜ୍ଞପ୍ତିରେ ଡ. ସଂତୃପ୍ତ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତ କରିଥିବା ପ୍ରକାଶ ପାଇଛି।

ସେହିପରି ସୁକାନ୍ତ କୁମାର ପଣ୍ଡାଙ୍କୁ ବିରୋଧୀ ଦଳ ନେତା ଏବଂ ନବୀନଙ୍କ ଜନସମ୍ପର୍କ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି । ଏପରିକି ୫ଜଣଙ୍କୁ ଦଳ ଜାତୀୟ ମୁଖପାତ୍ର ଭାବେ ଘୋଷଣା କରିଛି । ଡ. ସଂତୃପ୍ତ ମିଶ୍ର, କଲିକେଶ ନାରାୟଣ ସିଂଦେଓ, ଡ. ଅମର ପଟ୍ଟନାୟକ, ଡ. ସସ୍ମିତ ପାତ୍ର ଏବଂ ପ୍ରଦୀପ କୁମାର ମାଝୀ ଜାତୀୟ ମୁଖପାତ୍ର ଭାବେ ଦାୟିତ୍ୱ ତୁଲାଇବେ।

ତେବେ ଯେଭଳି ଢଙ୍ଗରେ ଏହା ଗଠନ କରାଯାଇଛି ସେଥିରେ ନବୀନଙ୍କ ଉପରେ ପାଣ୍ଡିଆନ୍‌ଙ୍କ ଇଫେକ୍ଟ ଥିବା ଜଳଜଳ ହୋଇ ପ୍ରତିଫଳିତ ହେଉଛି । ଆଉ ପାଣ୍ଡିଆନ ହିଁ ବିଜେଡିର ସର୍ବେସର୍ବା ବୋଲି ସନ୍ଦେଶ ମିଳିଛି ।

ଅନପଟେ ୧୪ ଜଣଙ୍କୁ ରାଜ୍ୟସ୍ତରୀୟ ମୁଖପାତ୍ର ଭାବେ ବିଜେଡି ଦାୟିତ୍ୱ ଦେଇଛି। ସେମାନେ ହେଲେ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ଦେବୀ ପ୍ରସାଦ ମିଶ୍ର, ପ୍ରତାପ କୁମାର ଦେବ, ଡ. ଅରୁଣ କୁମାର ସାହୁ, କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ଦେବୀ ରଞ୍ଜନ ତ୍ରିପାଠୀ, ଶ୍ରୀମୟୀ ମିଶ୍ର, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାରାଣ୍ଡି, ସୁଲତା ଦେଓ, ରମେଶ ଚନ୍ଦ୍ର ମାଝୀ, ଭୃଗୁ ବକ୍ସିପାତ୍ର ଓ ଡ. ଲେନିନ ମହାନ୍ତି ପ୍ରମୁଖ । ବରିଷ୍ଠ ନେତା ପ୍ରତାପ ଜେନାଙ୍କୁ ରାଜ୍ୟ ଗଣମାଧ୍ୟମ ସଂଯୋଜକ ଭାବେ ନିଯୁକ୍ତ କରାଯାଇଥିବା ବେଳେ ସ୍ବୟଂପ୍ରକାଶ ମହାପାତ୍ର ସୋସିଆଲ ମିଡିଆ କୋ-ଅର୍ଡିନେଟର ଭାବେ ନିଯୁକ୍ତ ହୋଇଛନ୍ତି । ଲେନିନ ମହାନ୍ତି ଓ ପ୍ରିୟବ୍ରତ ମାଝୀଙ୍କୁ ଗଣମାଧ୍ୟମ ସଂଯୋଜକ ଭାବେ ଦଳ ପକ୍ଷରୁ ନିଯୁକ୍ତ କରାଯାଇଛି।

ଯଦିଓ ୧୯ଜଣିଆ ମୁଖପାତ୍ର ଟିମରେ ଦଳର ଅଭିଜ୍ଞ ଓ ପୁରୁଖା ନେତାମାନଙ୍କୁ ସ୍ଥାନ ମିଳିଛି, କିନ୍ତୁ ନବୀନ ନିଜର ରାଜନୀତିକ ସଚିବ ଭାବେ ସନ୍ତୃପ୍ତ ମିଶ୍ରଙ୍କୁ ନିଯୁକ୍ତି ଦେଇ ପାଣ୍ଡିଆନଙ୍କ ହାତରେ ବିଜେଡିର ଲଗାମ ରଖିବାକୁ ସୁଯୋଗ ସୃଷ୍ଟି କରିଥିବା ଦଳୀୟ ମହଲରେ ଚର୍ଚ୍ଚା ହେଉଛି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରୁ କୋଇଲା ଚୋରି କରିବା ଦୁର୍ଦ୍ଦାନ୍ତ ଅପରାଧୀ ବାୟାଙ୍କୁ ପଡ଼ିଲା ମହଙ୍ଗା

ତିହିଡ଼ି,୬ା୧୦(ସଞ୍ଜିତ ବଳ)- ଭଦ୍ରକ-ଧାମରା ରେଳପଥରୁ କୋଇଲା ଚୋରି କରି ଚାଲାଣ କରୁଥିବା ଭଗବାନ ଦାସ ଓରଫ ବାୟାଙ୍କୁ ରବିବାର ତିହିଡ଼ି ପୋଲିସ ଗିରଫ କରିଛି। ତାଙ୍କ...

ଭୁବନେଶ୍ୱରରେ ବର୍ଷାପବନ: ଭାଙ୍ଗିଲା ୩୦ ଫୁଟ ଉଚ୍ଚର ତୋରଣ

ଭୁବନେଶ୍ୱର,୬।୧୦: ଆଗକୁ ଦୁର୍ଗାପୂଜା। ଏନେଇ ଚଳଚଞ୍ଚଳ ହୋଇଉଠିଛି ରାଜଧାନୀ ଭୁବନେଶ୍ୱର। ବିଭିନ୍ନ ଦୁର୍ଗାପୂଜା କମିଟି ପକ୍ଷରୁ ସାଜସଜ୍ଜାକୁ ବିଶେଷ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ରବିବାର...

ରାଉରକେଲାରୁ ୨୦ଲକ୍ଷ ଟଙ୍କାରେ ବାଣ ଜବତ

ରାଉରକେଲା,୬।୧୦: ଆଗକୁ ଆଲୋକର ପର୍ବ ଦୀପାବଳି। ଏନେଇ ବେଆଇନ ବାଣ ଗୋଦାମଗୁଡିକ ଖେଳିବା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ଜିଲା ପ୍ଲାଣ୍ଟ ସାଇଟ ଥାନା...

PGT ନିଯୁକ୍ତି ଲିଖିତ ପରୀକ୍ଷା ବାତିଲ୍‌: ଜାଣନ୍ତୁ ପୁଣି କେବେ ହେବ

କଟକ,୬।୧୦: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ପିଜିଟି ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌ କରାଯାଇଛି। ରବିବାର ଏହି ପରୀକ୍ଷାଗୁଡିକ ହେବାକୁ...

ପୁଣି ପ୍ରଶ୍ନପତ୍ର ଲିକ୍‌ : OSSC ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍‌…

ଭୁବନେଶ୍ୱର,୬।୧୦: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ...

ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ...

ସୁଭଦ୍ରା ଟଙ୍କା ୯ରେ ଆସିବ କି ନାହିଁ? ସହଜରେ ଏମିତି କରନ୍ତୁ ଚେକ୍‌…

ଭୁବନେଶ୍ୱର,୬।୧୦: ଆଉ ମାତ୍ର ୩ ଦିନ ବାକି । ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଟଙ୍କା । ସୁଭଦ୍ରାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତିରେ ରାଜ୍ୟର...

ପାର୍ବଣରେ ୧୦୦ ଟପିଲାଟମାଟୋ ଦର

ଭୁବନେଶ୍ୱର,୬।୧୦: ପରିବା ଦରରେ ନିଆଁ ଲାଗିଛି। ମାର୍କେଟକୁ ଗଲେ ୫୦୦ ଟଙ୍କାରେ ମଧ୍ୟ ବ୍ୟାଗ୍‌ ପୁରୁନି। ସବୁ ପରିବା ଦର ହୁହୁ ହୋଇ ବଢ଼ି ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri