ବଡ଼ ଘୋଷଣା କଲେ ନବୀନ ଜିନ୍ଦଲ: କେନ୍ଦୁଝରରେ ପ୍ରତିଷ୍ଠା ହେବ ଷ୍ଟିଲ ପ୍ଲାଣ୍ଟ

ଭୁବନେଶ୍ବର,୨୮।୧: ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ରେ ଜେଏସ୍‌ପିଏଲ୍‌ ଅଧ୍ୟକ୍ଷ ନବୀନ ଜିନ୍ଦଲ ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବ ନବୀନ ସୂଚନା ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି। କ୍ଷମତା ବୃଦ୍ଧି ପାଇଁ ୬ ବର୍ଷରେ ୭୦ ହଜାର କୋଟି ନିବେଶ ହେବ ବୋଲି ସେ କହିଛନ୍ତି।
ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଆରମ୍ଭ ହୋଇଛି। ଏହା ୨ ଦୁଇଦିନ ଧରି ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭକୁ ଉଦ୍‌ଘାଟନ କରିବେ। ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁଷ୍‌, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି କନ୍‌କ୍ଲେଭରେ ସାମିଲ ହେବେ ବୋଲି ଜଣାପଡ଼ିଛି। ୨ ଦିନରେ ହେବାକୁ ଥିବା ଏହି କନ୍‌କ୍ଲେଭରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
ଏହି କନ୍‌କ୍ଲେଭରେ ଏଲ୍‌.ଏନ୍‌. ମିତ୍ତଲ, କୁମାର ମଙ୍ଗଳମ୍‌ ବିର୍ଲା, ଅନିଲ ଅଗ୍ରୱାଲ, ସଜ୍ଜନ ଜିନ୍ଦଲ, ନବୀନ ଜିନ୍ଦଲ, କରଣ ଆଦାନୀ, ଟି.ଭି. ନରେନ୍ଦ୍ରନଙ୍କ ଭଳି ଦେଶର ବଡ଼ ବଡ଼ ଶିଳ୍ପପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାଛଡ଼ା ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭରେ ୧୦୦ରୁ ଊର୍ଦ୍ଧ୍ୱ ଶିଳ୍ପପତିଙ୍କ ସହ ଏମ୍‌ଓୟୁ ସ୍ବାକ୍ଷର ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଶିଳ୍ପ, ଆଇଟି, ଖାଦ୍ୟ ପ୍ରକ୍ରିୟାକରଣ, ପେଟ୍ରୋକେମିକାଲ୍ସ, ଏମ୍‌ଏସ୍‌ଏମ୍‌ଇ, ସେମିକଣ୍ଡକ୍ଟର ଭଳି ବିଭିନ୍ନ କ୍ଷେତ୍ରରେ ବ୍ୟାପକ ପୁଞ୍ଜି ନିବେଶ ପାଇଁ ନିବେଶକାରୀଙ୍କ ସହ ଆଲୋଚନା କରି ରାଜ୍ୟ ସରକାର ଆଗକୁ ବଢ଼ିବେ।
ଗଣମାଧ୍ୟମକୁ ସୂଚନା ଦେଇ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଛନ୍ତି, ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ ଏକ ଐତିହାସିକ ଓ ଯୁଗାନ୍ତକାରୀ ପଦକ୍ଷେପ ହେବ। ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ। ଆଗାମୀ ଦିନରେ ଓଡ଼ିଶା ଶିଳ୍ପ ଅଗ୍ରଣୀ ରାଜ୍ୟରେ ପରିଣତ ହେବ। ପୂର୍ବ ସରକାର ସମୟରେ ଦୁଇ ଦଶନ୍ଧି ଧରି ସବୁପ୍ରକାର ସମ୍ଭାବନା ଥାଇ ବି ଓଡ଼ିଶା ଶିଳ୍ପର ମରୁଭୂମି ପାଲଟିଥିଲା। ଶିଳ୍ପ କ୍ଷେତ୍ରରେ ଓଡ଼ିଶା ବହୁତ ଆଗକୁ ଯିବ। ଓଡ଼ିଶାକୁ ଶିଳ୍ପ ସମୃଦ୍ଧ କରିବା ସହ ଶିଳ୍ପର ଇକୋ ହବ୍‌ କରିବା ସରକାରଙ୍କ ଲକ୍ଷ୍ୟ ରହିଛି। ଓଡ଼ିଶାର ପ୍ରତ୍ୟେକ ଜିଲା କିଭଳି ଶିଳ୍ପ କ୍ଷେତ୍ରରେ ଆଗକୁ ଯିବ ତାହା ସରକାରଙ୍କ ପରିକଳ୍ପନା। ମେକ୍‌ ଇନ୍‌ ଇଣ୍ଡିଆ ପ୍ରଧାନମନ୍ତ୍ରୀଙ୍କର ବ୍ରେନ୍‌ ଚାଇଲ୍ଡ ଥିଲା। ଦେଶ ବିଦେଶରୁ ବଡ଼ ବଡ଼ ନିବେଶକମାନେ ଆସିଥିଲେ ଏବଂ ଭାରତର ବିଭିନ୍ନ ସ୍ଥାନରେ ପୁଞ୍ଜି ନିବେଶ କରିଥିଲେ। ସେହିପରି ଓଡ଼ିଶାର ପ୍ରତ୍ୟେକ ଜିଲାରେ ନିବେଶକମାନେ ନିବେଶ କରିବେ।
କନ୍‌କ୍ଲେଭରେ ୪ଟି ପ୍ଲେନାରି ଅଧିବେଶନ ଏବଂ ୧୬ଟି କ୍ଷେତ୍ରୀୟ ଅଧିବେଶନ ରହିବ। ସେମି କଣ୍ଡକ୍ଟର, ଗ୍ରୀନ୍‌ ଏନର୍ଜୀ, ପେଟ୍ରୋ କେମିକାଲ ଓ ଜାହାଜ ନିର୍ମାଣ ଉପରେ ଫୋକସ ଦିଆଯାଉଥିବା ମନ୍ତ୍ରୀ କହିଛନ୍ତି। ଭାଜପା ସରକାରରେ ଗତ ୭ ମାସରେ ୨ଲକ୍ଷ ୭୫ ହଜାର କୋଟିର ନିବେଶ ପାଇଁ ୧୫୯ଟି ଶିଳ୍ପ ସଂସ୍ଥାକୁ ସିଙ୍ଗିଲ ୱିଣ୍ଡୋ ଅନୁମୋଦନ ମିଳିଛି। ଏଥିରେ ୨ ଲକ୍ଷ ୧୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri