ନବନିର୍ବାଚିତ ବିଧାୟକଙ୍କୁ ଏମିତି ମନ୍ତ୍ର ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୮(ଅନିଲ ଦାସ):ବିଜେଡିର ନବନିର୍ବାଚିତ ବିଧାୟକମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର ରବିବାର ଶଙ୍ଖ ଭବନରେ ଆରମ୍ଭ ହୋଇଛି। ପୂର୍ବାହ୍ନରେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓଡ଼ିଶା ତଥା ଓଡ଼ିଶାବାସୀଙ୍କ ସ୍ବାର୍ଥର ସୁରକ୍ଷା ପାଇଁ ଲଢ଼େଇ ଜାରିରଖିବାକୁ ଦଳର ବିଧାୟକମାନଙ୍କୁ ଆହ୍ବାନ ଜଣାଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ ସରକାରଙ୍କ ଯେତିକି ଦାୟିତ୍ୱ ରହିଛି ବିରୋଧୀ ଦଳର ତା’ଠାରୁ ଅଧିକ ଦାୟିତ୍ୱ ରହିଛି। ବିରୋଧୀ ଦଳ ହିଁ ଗଣତନ୍ତ୍ରର ଶ୍ରେଷ୍ଠ ସୁରକ୍ଷାକାରୀ। ଲୋକଙ୍କ ସ୍ବାର୍ଥଜଡ଼ିତ ବିଷୟକୁ ପ୍ରାଥମିକତା ଦେଇ ବିଧାନସଭାରେ ଉଠାଇବାକୁ ବିଧାୟକମାନଙ୍କୁ ସେ ପରାମର୍ଶ ଦେଇଛନ୍ତି। ନୂଆ ବିଧାୟକମାନଙ୍କୁ ବିଧାନସଭାର ନୀତିନିୟମ ଏବଂ କାର୍ଯ୍ୟ ପରିଚାଳନା ବିଷୟରେ ସମ୍ୟକ୍‌ ଜ୍ଞାନ ଦେବା ଏ ତାଲିମ ଶିବିରର ମୁଖ୍ୟ ଉଦ୍ଦେଶ୍ୟ। କେବଳ ଗୃହ ପରିଚାଳନା ନୁହେଁ, ସରକାରଙ୍କୁ ଉତ୍ତରଦାୟୀ କରିବାରେ ମଧ୍ୟ ଗୃହର ନୀତି ନିୟମ ହେଉଛି ଅସ୍ତ୍ର। ବିଧାୟକ ଭାବରେ ନିଜ ଦାୟିତ୍ୱକୁ ନିର୍ବାହ କରିବା ପାଇଁ ଗୃହର ନୀତି ନିୟମ ସହ ବିଭିନ୍ନ ସଂସଦୀୟ ପରମ୍ପରା ଆଦି ଉପରେ ବିଶେଷ ଧ୍ୟାନଦେବାକୁ ନବୀନ ଗୁରୁତ୍ୱାରୋପ କରିଛନ୍ତି।
ମୁଲତବୀ ପ୍ରସ୍ତାବ, ଦୃଷ୍ଟି ଆକର୍ଷଣକାରୀ ପ୍ରସ୍ତାବ, ପ୍ରଶ୍ନୋତ୍ତର, ଶୂନ୍ୟକାଳ ଆଦି ଜରିଆରେ ସରକାରଙ୍କୁ ଉତ୍ତରଦାୟୀ କରିବା ସହ ବିଭିନ୍ନ କମିଟି କାର୍ଯ୍ୟରେ ମଧ୍ୟ ସକ୍ରିୟ ଭାବରେ ଅଂଶଗ୍ରହଣ କରିବା ଉପରେ ନବୀନ ଗୁରୁତ୍ୱାରୋପ କରିଛନ୍ତି। ନୂଆ ବିଧାୟକମାନଙ୍କୁ ମାର୍ଗଦର୍ଶନ ଦେବା ପାଇଁ ନବୀନ ବରିଷ୍ଠ ବିଧାୟକମାନଙ୍କୁ ପରାମର୍ଶ ଦେଇଛନ୍ତି। ସଂସଦୀୟ ଶାସନ ବ୍ୟବସ୍ଥା ସମ୍ପର୍କରେ ଭାରତୀୟ ସମ୍ବିଧାନର ଜନକ ଡ. ବି.ଆର. ଆମ୍ବେଡକରଙ୍କ ମତ ଉଦ୍ଧୃତ କରି ବିରୋଧୀ ଦଳନେତା କହିଛନ୍ତି, ସଂସଦୀୟ ଶାସନ ବ୍ୟବସ୍ଥା ଉତ୍ତରଦାୟୀ ହୋଇଥିବାରୁ ରାଷ୍ଟ୍ରପତି ଶାସନ ବ୍ୟବସ୍ଥାଠାରୁ ଏହା ଉତ୍ତମ। ବିଧାନସଭା ଦ୍ୱାରା ଆୟୋଜିତ ତାଲିମ ଶିବିର ଆୟୋଜନରେ ରାଜନୈତିକ ଅଭିସନ୍ଧି ଥିଲା। ଏହି କାର୍ଯ୍ୟକ୍ରମରେ ଆମ ମୁଖ୍ୟମନ୍ତ୍ରୀଙ୍କ ସମ୍ମାନ ଓ ମର୍ଯ୍ୟାଦା ନିଜ ରାଜ୍ୟରେ କ୍ଷୁଣ୍ଣ ହୋଇଥିବା ଅନୁଭବ କରି ବିଜେଡି ସେ କାର୍ଯ୍ୟକ୍ରମରୁ ଦୂରେଇ ରହିଥିଲା ବୋଲି ନବୀନ କହିଛନ୍ତି।

୫୧ ବିଧାୟକଙ୍କୁ ନେଇ ବିଜେଡି ଆଜି ଏକ ଶକ୍ତିଶାଳୀ ବିରୋଧୀ ଦଳ ଭାବରେ କାର୍ଯ୍ୟ କରୁଛି । ସରକାରଙ୍କୁ ଉତ୍ତରଦାୟୀ କରିବା ପାଇଁ କୌଣସି ସୁଯୋଗ ଆମେ ହାତଛଡ଼ା ନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ରାଜ୍ୟସ୍ତରୀୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ସ୍ବାଗତ ଭାଷଣ ଦେଇଥିବା ବେଳେ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଉପମୁଖ୍ୟ ସଚେତକ ପ୍ରତାପ କେଶରୀ ଦେବ ପ୍ରମୁଖ ଶିବିରର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ଧନ୍ୟବାଦ ଦେଇଥିଲେ। ନବନିର୍ବାଚିତ ବିଧାୟକମାନଙ୍କ ତାଲିମ ପାଇଁ ୧୦ଟି ବୈଷୟିକ ସେସନ୍‌ର ଆୟୋଜନ କରାଯାଇଛି। ନବନିର୍ବାଚିତ ବିଧାୟକଙ୍କ ସହ ବିଜେଡିର ସମସ୍ତ ବିଧାୟକ, ପୂର୍ବତନ ବିଧାୟକ, ଏମ୍‌ପିମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୬ା୧୦:ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହା ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ...

ପୁଣି ଆସିପାରେ ଆଉ ଏକ ବାତ୍ୟା: ଏହି ଦିନ ହେବ…

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ):ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ...

ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍‌ ଛାତ୍ରୀଙ୍କୁ ଗଣବଳାତ୍କାର

ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ...

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri