ନିଲମ୍ବନ ଉଠାଇଲେ ନବୀନ, ଦଳକୁ ଫେରିଲେ ଟାଣୁଆ ନେତା

ଭୁବନେଶ୍ୱର,୨୦।୧: ଘର ସଜାଡୁଛି ବିଜେଡି। ଏନେଇ ଆକ୍ସନ ମୋଡରେ ଆସିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯେଉଁମାନେ ଦଳ ଛାଡି ଯାଇଥିଲେ କିମ୍ବା ତାଙ୍କୁ ବହିଷ୍କାର କରାଯାଇଥିଲା ସେମାନଙ୍କୁ ପୁଣି ଯୋଗାଯୋଗ କରାଯାଉଛି। ସଂଗଠନକୁ ସୁଦୃଢ କରିବାକୁ ସୁପ୍ରିମୋ ଅଣ୍ଟା ଭିଡିଛନ୍ତି। ଏହାରି ଭିତରେ ବିଜେଡି ବାଲେଶ୍ୱର ରେମୁଣାର ପୂର୍ବ ବିଧାୟକ ସୁଧାଂଶୁ ଶେଖର ପରିଡାଙ୍କ ଉପରେ ନିଲମ୍ବନ ପ୍ରତ୍ୟାହାର କରିଛି। ବିଜେଡି ଦ୍ୱାରା ଜାରି ଏକ ପ୍ରେସ ବାର୍ତ୍ତାରେ ଏନେଇ ସୂଚନା ଦିଆଯାଇଛି।

ଚିଠିରେ କୁହାଯାଇଛି, ବାଲେଶ୍ୱର ଜିଲା ରେମୁଣାର ପୂର୍ବ ବିଧାୟକ ସୁଧାଂଶୁ ଶେଖର ପରିଡାଙ୍କ ଉପରେ ବହିଷ୍କାର ଆଦେଶ ପ୍ରତ୍ୟାହାର କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ଏହାକୁ ତତ୍କାଳ ପ୍ରଭାବରେ ଲାଗୁ କରିବାକୁ କୁହାଯାଇଛି।

୨୦୨୩ ସେପ୍ଟେମ୍ବର ୨୧ରେ ପରିଡାଙ୍କୁ ଦଳରୁ ବହିଷ୍କାର କରିଥିଲେ ନବୀନ। ସେତେବେଳେ ତାଙ୍କ ନାମରେ ଦୂର୍ନୀତି ଅଭିଯୋଗ ଆସିଥିଲା। ୨୦୧୭-୧୮ ଏବଂ ୨୦୧୯-୨୦ ମଧ୍ୟରେ ଅନୁସୂଚିତ ଜାତି ଏବଂ ଜନଜାତି ହିତାଧିକାରୀଙ୍କ ଦ୍ୱାରା କୃଷି ଉପକରଣ କ୍ରୟରେ ସବସିଡି ଦେବା ପାଇଁ ଉଦ୍ଦିଷ୍ଟ ୩ କୋଟି ଟଙ୍କା ହଡ଼ପ କରିବା ଅଭିଯୋଗରେ ପରିଡାଙ୍କ ବିରୋଧରେ ଜନବିରୋଧୀ କାର୍ଯ୍ୟକଳାପ ଅଭିଯୋଗ ଆସିଥିଲା। ଯାହାକୁ ନେଇ ସେପ୍ଟେମ୍ବର ୨୦୨୩ରେ ତାଙ୍କୁ ବିଜେଡିରୁ ବହିଷ୍କାର କରାଯାଇଥିଲା ବୋଲି କୁହାଯାଉଥିଲା। ସେ ସେତେବେଳେ ବାଲେଶ୍ୱରର ନିଗମାନନ୍ଦ ଆସୋସିଏଟର ପରିଚାଳନା ପାର୍ଟନର ଥିଲେ। ବହିଷ୍କାର ଆଦେଶରେ କୁହାଯାଇଥିଲା ଲୋକାୟୁକ୍ତଙ୍କ ନିର୍ଦ୍ଦେଶରେ ଭିଜିଲାନ୍ସ ଦ୍ୱାରା ଏହି ମାମଲା ତଦନ୍ତ କରାଯାଉଛି।

ତେବେ ବିଜେଡି ସୁଧାଂଶୁଙ୍କୁ ଦଳରୁ ବାହାର କରିବା ସହ ୨୦୨୪ ସାଧାରଣ ନିର୍ବାଚନରେ ବିଦ୍ୟାସ୍ମିତା ମହାଳିକଙ୍କୁ ଟିକେଟ୍‌ ଦେଇଥିଲା। ସୁଧାଂଶୁ ସ୍ବାଧୀନ ଭାବେ ନିର୍ବାଚନ ଲଢି ମାତ୍ର ୬୮୩ ଖଣ୍ଡ ଭୋଟ ପାଇଥିଲେ। ସେହିପରି ରେମୁଣାରୁ ବିଜେଡିର ପୂର୍ବତନ ବିଧାୟକ ସୁଦର୍ଶନ ଜେନା ଦଳ ଛାଡି କଂଗ୍ରେସରେ ଯୋଗ ଦେଇ ନିର୍ବାଚନ ଲଢିଥିଲେ। ତେବେ ସୁଧାଂଶୁଙ୍କ ସହ ବାଲେଶ୍ୱରର ପୂର୍ବତନ ଏମପିଙ୍କ ସମେତ ବିଜେଡିର ଗୋଟିଏ ବଡ଼ ଗୋଷ୍ଠୀର ମତଭେଦ ଥିବା ଗତ ନିର୍ବାଚନରେ ପ୍ରତିଫଳିତ ହୋଇଥିଲା। ତେଣୁ ଉଭୟ ରେମୁରା ନିର୍ବାଚନମଣ୍ଡଳୀ ଓ ବାଲେଶ୍ୱର ସଂସଦୀୟ କ୍ଷେତ୍ରରେ ବିଜେଡି ହାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri