କରୋନା ତୃତୀୟ ଲହର ଚିନ୍ତା: ପ୍ରଭାବିତ ହୋଇପାରନ୍ତି ଶିଶୁ; ପୂର୍ବରୁ ପ୍ରସ୍ତୁତ ରହିବା ଉପରେ ମୁଖ୍ୟମନ୍ତ୍ରୀ ଦେଲେ ଗୁରୁତ୍ୱ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦ୍ୱିତୀୟ ଲହର ପରେ ଏବେ କରୋନାର ତୃତୀୟ ଲହର ଚିନ୍ତା। ଏସବୁ ମଧ୍ୟରେ ମଙ୍ଗଳବାର ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ଭିଡିଓ କନ୍‌ଫେରେନ୍ସି ଜରିଆରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହାର ମୁକାବିଲା ପାଇଁ ୧୧୧୪ ଡାକ୍ତର ତାଲିମ ନେବେ। ଏହାଛଡ଼ା ଦୈନିକ ଟିକାଦାନ ୩ ଲକ୍ଷକୁ ବୃଦ୍ଧି କରିବା ଲାଗି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ଥିବା ବିଶେଷଜ୍ଞମାନେ ମତ ଦେଉଛନ୍ତି। ଏଣୁ ଏଥିପାଇଁ ପୂର୍ବରୁ ପ୍ରସ୍ତୁତ ରହିବା ଆବଶ୍ୟକତା ରହିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ଆରମ୍ଭ କରି ମେଡିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ବାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ ରୋଗୀଙ୍କ ତାଲିମ ଆରମ୍ଭ କରାଯିବ ବୋଲି ଜଣାପଡ଼ିଛି।

ଏହାଛଡ଼ା ରାଜ୍ୟରେ କୋଭିଡ୍‌ ସଂକ୍ରମଣ ହାର କମୁଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ୱସ୍ତି ପ୍ରକାଶ କରିଛନ୍ତି। ଆଗାମୀ କିଛି ସପ୍ତାହ ମଧ୍ୟରେ ପରିସ୍ଥିତିରେ ଆହୁରୀ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Share