ଶପଥ ନେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୮।୬: ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି।

ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି ଶପଥ ଗ୍ରହଣ କରୁଛନ୍ତି। କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେଇଥିବା ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମସ୍ତ ନିର୍ବାଚିତ ସଦସ୍ୟଙ୍କ ଶପଥ ପାଠ କରାଉଛନ୍ତି। ନିୟମାନୁଯାୟୀ, ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶପଥ ଗ୍ରହଣ କରିଛନ୍ତି।

Share