ଭଙ୍ଗା ହୃଦୟରେ ମୋହନଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୧୧।୭: ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ। ଏକ ଲମ୍ବା ଚିଠିରେ ଏହି ଘଟଣା ତାଙ୍କ ହୃଦୟକୁ କଷ୍ଟ ଦେଇଥିବା ନବୀନ ଲେଖିଛନ୍ତି।

ନବୀନ ଲେଖିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓଡ଼ିଆ ଅସ୍ମିତାର ପ୍ରତୀକ । ଓଡ଼ିଆ ଜାତିର ସର୍ବଶ୍ରେଷ୍ଠ ପରିଚୟ । ସେ ହେଉଛନ୍ତି ଏ ଜାତିର ମଉଡମଣି । ଜଗତର ନାଥ ଜଗନ୍ନାଥ । ମହାପ୍ରଭୁଙ୍କ ରଥଯାତ୍ରାରେ ଭାଗ ନେବା ପାଇଁ ଦେଶ ବିଦେଶରୁ ଲକ୍ଷ ଲକ୍ଷ ଜଗନ୍ନାଥ ପ୍ରେମୀ ଆସି ପୁରୀ ଧାମରେ ସମ୍ମିଳିତ ହୋଇଥାନ୍ତି । ସାରା ବିଶ୍ବର କୋଣ ଅନୁକୋଣରେ ରଥଯାତ୍ରା ବିପୁଳ ଶ୍ରଦ୍ଧା ଓ ଭକ୍ତିର ସହ ପାଳନ କରାଯାଇଥାଏ । ଏତଦ୍ ବ୍ୟତୀତ ଟିଭି ଓ ସୋସିଆଲ ମିଡିଆ ଜରିଆରେ ସାରା ବିଶ୍ବର କୋଟି କୋଟି ଜଗନ୍ନାଥପ୍ରେମୀ ମହାପ୍ରଭୁଙ୍କର ଏହି ମାନବୀୟ ଲୀଳାକୁ ସଂଦର୍ଶନ କରି ଦିବ୍ୟ ଆନନ୍ଦ ଲାଭ କରିଥାନ୍ତି ।

ଚଳିତ ବର୍ଷ ଆଡପ ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡିବେଳେ ଯେଉଁ ଅଘଟଣ ଘଟିଲା, ତାହା ସାରା ବିଶ୍ବର ଜଗନ୍ନାଥ ପ୍ରେମୀଙ୍କୁ ଗଭୀର ଭାବରେ ବ୍ୟଥିତ କରିଛି । ମୁଁ ମଧ୍ୟ ଏହି ଘଟଣାରେ ଅତ୍ୟନ୍ତ ମର୍ମାହତ । ମହାପ୍ରଭୁ ହେଉଛନ୍ତି ଓଡିଆ ଜାତିର ଇଷ୍ଟ । ତାଙ୍କର ପହଣ୍ଡି ବେଳେ ଏଭଳି ଅଘଟଣ ଅଶ୍ୱେତପୂର୍ବ । ଚାରମାଳରେ ପହଣ୍ଡି ସମୟରେ ବଡଠାକୁର ମୁହଁ ମାଡି ପଡିଯିବାର ଦୃଶ୍ୟ ଥିଲା ଅତ୍ୟନ୍ତ ହୃଦୟ ବିଦାରକ । ରଥଯାତ୍ରାର ହଜାର ହଜାର ବର୍ଷର ପରମ୍ପରାରେଏଭଳି ଘଟଣା କେବେ ଘଟି ନ ଥିଲା । ଆଖୁରେ ଦେଖ୍ ମଧ୍ୟ ଏଭଳି ଅଘଟଣକୁ ବିଶ୍ବାସ କରି ହେଲାନାହିଁ ।

ଏଭଳି ସ୍ପର୍ଶକାତର ବିଷୟରେ ରାଜ୍ୟ ମନ୍ତ୍ରୀମଣ୍ଡଳର କିଛି ସଦସ୍ୟ ଯେଭଳି ହାଲୁକା ମନ୍ତବ୍ୟ ଦେଲେ, ତାହା ଜଗନ୍ନାଥ ପ୍ରେମୀଙ୍କ ଦୁଃଖକୁ ଦ୍ବିଗୁଣିତ କରିଛି । ଭକ୍ତର ଭାବାବେଗକୁ ଗଭୀର ଆଘାତ ଦେଇଛି । ସରକାରଙ୍କ ର ଏଭଳି ଅଭିମୁଖ୍ୟ ଜଗନ୍ନାଥ ପ୍ରେମୀଙ୍କୁ ଆଶ୍ୱସ୍ତ କରିବାରେ ସମର୍ଥ ହେଲାନାହିଁ ।

ମହାପ୍ରଭୁ ହେଉଛନ୍ତି ଓଡ଼ିଆ ଜାତିର ମୁରବୀ । ଆମ ବିଶ୍ବାସର କେନ୍ଦ୍ରବିନ୍ଦୁ । ଏହି ପରିପ୍ରେକ୍ଷୀରେ ମୁଁ ଆପଣଙ୍କୁ ଅନୁରୋଧ କରିବାକୁ ଚାହେଁ ଯେ ଆପଣ ନିଜେ ଦାୟିତ୍ବ ନେଇ ଏଭଳି ଅଘଟଣ ଯେଭଳି ପୁନରାବୃତ୍ତି ନ ଘଟିବ ତାହା ସୁନିଶ୍ଚିତ କରିବେ । ମୋର ବିଶ୍ବାସ ଏ ଦିଗରେ ଆପଣଙ୍କ ଦୃଷ୍ଟାନ୍ତମୂଳକ ପଦକ୍ଷେପ କୋଟି କୋଟି ଭକ୍ତଙ୍କୁ ଆଶ୍ବସ୍ତ କରିବାରେ ସହାୟକ ହେବ ।”


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri