ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶା ବିଧାନସଭାର ନବ ନିର୍ବାଚିତ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖଙ୍କୁ ଶୁଭେଚ୍ଛା। ପବିତ୍ର ଗୃହର ଗରିମା ଅକ୍ଷୁଣ୍ଣ ରଖିବା ସହ ସାମ୍ବିଧାନିକ ପଦ, ମର୍ଯ୍ୟାଦା ପ୍ରତି ସମ୍ମାନ ରଖି ତାଙ୍କ ଉତ୍ତମ ଗୃହ ପରିଚାଳନା ଗଣତନ୍ତ୍ରକୁ ଆହୁରି ମଜଭୁତ କରିବ।
ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ଅସୁସ୍ଥ ହେବା ପରେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ବାଚସ୍ପତି ଆସନ ଖାଲି ପଡ଼ିଥିଲା। ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ ବାଚସ୍ପତି ହେବା ନେଇ ବିଜେଡି ସୁପ୍ରିମୋ ନିଷ୍ପତ୍ତି ନେଇଥିଲେ।