ନବୀନଙ୍କ ବିରୋଧ, ବିଜେଡି କରିବ ବଡ଼ ଆନ୍ଦୋଳନ

ଭୁବନେଶ୍ୱର,୧୦।୯: ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ବିଜୁ ଜନତା ଦଳର ପୋଲାଭରମ ଟିମ ମଙ୍ଗଳବାର ପୂର୍ବାହ୍ନରେ ନବୀନ ନିବାସରେ ଭେଟି ରିପୋର୍ଟ ପ୍ରଦାନ କରିଛନ୍ତି । ଏ ଅବସରରେ ସେମାନେ ବିରୋଧି ଦଳ ନେତାଙ୍କୁ ପ୍ରକଳ୍ପ ଅଞ୍ଚଳର ବାସ୍ତବ ସ୍ଥିତି ସମ୍ପର୍କରେ ଅବଗତ କରାଇଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ମାଲକାନଗିରିର ମୋଟୁ ପଞ୍ଚାୟତ ସମେତ କାଲିମେଳା ଓ ପଡ଼ିଆ ବ୍ଲକର ୨୩୬ଟି ଗାଁର ଲୋକମାନେ କ୍ଷତିଗ୍ରସ୍ତ ହେବେ । ସେମାନଙ୍କର ଭିଟାମାଟି ଓ ଜୀବୀକା ଉଜୁଡି ଯିବ । ମାଲକାନଗିରି ଜିଲ୍ଲାରେ ସାଧାରଣତଃ ଅଧିକ ବର୍ଷା ହୋଇଥାଏ । ତେଣୁ ଏ ପ୍ରକଳ୍ପ, ପରିସ୍ଥିତିକୁ ଆହୁରି ଜଟିଳ କରିବ ବୋଲି ପ୍ରତିନିଧି ଦଳ ମତବ୍ୟକ୍ତ କରିଛନ୍ତି।

Image

ଏହି ପରିପ୍ରେକ୍ଷୀରେ ପ୍ରକଳ୍ପକୁ ସବୁ ସ୍ତରରେ ପାର୍ଲିଆମେଣ୍ଟ ଠାରୁ ଆରମ୍ଭ କରି ବିଧାନ ସଭା ତଥା ପଞ୍ଚାୟତ ସ୍ତରରେ ଦୃଢ ବିରୋଧ କରିବା ପାଇଁ ବିରୋଧି ଦଳ ନେତା ପରମର୍ଶ ଦେଇଛନ୍ତି।  ନବୀନ କହିଛନ୍ତି ଆଦିବାସୀମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ ବିଜୁ ଜନତା ଦଳ ସବୁ ବେଳେ ପ୍ରାଥମିକତା ଦେଇଆସିଛି । ଆଦିବାସୀଙ୍କ ହକ ପାଇଁ  ବିଜେଡି ତାର ଲେଇ ଜାରି ରଖିବ ବୋଲି  ସେ କହିଛନ୍ତି। ଏହି ପ୍ରତିନିଧି ଦଳର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ରଙ୍କ ସମେତ ରାଜ୍ୟସଭା ଏମପି  ମୁନ୍ନା ଖାଁ, ବିଧାୟକ ମନୋହର ରାନ୍ଧାରୀ, ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ପୂର୍ବତନ ବିଧାୟକ ଝିନ ହିକକା, ଭ୍ରୁଗୁ ବକ୍ସିପାତ୍ର, ପୂର୍ବତନ ଏମପି ପ୍ରଦୀପ ମାଝୀ ଓ ବିଜେଡିର ମିଡିଆ ସଂଯୋଜକ ପ୍ରିୟବ୍ରତ ମାଝୀ ବିରୋଧି ଦଳ ନେତାଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri