ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କଲେ ନବୀନ

ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଚଣ୍ଡିଖୋଲର ବେଣାପୁର ସଭାରେ ଯୋଗଦେଇ ଓଡିଶାବାସୀଙ୍କୁ ୧୯,୬୦୦ କୋଟିର ଊର୍ଦ୍ଧ୍ୱ ଟଙ୍କାର ଏକାଧିକ ପ୍ରକଳ୍ପର ଭେଟି ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମବାର୍ଷିକୀ ଅବସରରେ ମନେ ପକାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ମୋଦିଙ୍କୁ ପ୍ରଂଶସା କରିଥିଲେ। ଏପରି କି ମୁଖ୍ୟମନ୍ତ୍ରୀ ଓଡିଶାବାସୀଙ୍କୁ ଭେଟି ଦେଇଥିବା ପ୍ରକଳ୍ପ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ । ମୋଦିଙ୍କ ନେତୃତ୍ୱରେ ଭାରତ ଏବେ ପଞ୍ଚମ ବୃହତ୍ତ ଅର୍ଥନୈତିକ ଶକ୍ତି ଭାବେ ଉଭା ହୋଇଛି । ଖୁବଶୀଘ୍ର ଭାରତ ତୃତୀୟ ବୃହତ ଅର୍ଥନୀତି ଭାବେ ଉଭା ହେବ। ଦେଶର ବିକାଶ ପାଇଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରୁଛି ବୋଲି ନବୀନ କହିଛନ୍ତି।

ଜାଣନ୍ତୁ ଏହିସବୁ ପ୍ରକଳ୍ପର ଶିଳାନ୍ୟାସ-ଲୋକାର୍ପଣ
-ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥର ୮ ଥାକିଆ ରାସ୍ତାର ଶିଳାନ୍ୟାସ
ତୈଳ ଓ ଗ୍ୟାସ, ରେଳବାଇ, ସଡକ ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତି କ୍ଷେତ୍ରରେ ଅନେକ ପ୍ରକଳ୍ପର ଲୋକାର୍ପଣ
-ପାରାଦୀପ ବିଶୋଧନାଗାରରେ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ ମନୋଇଥିଲିନ ଗ୍ଲାଇକୋଲ ପ୍ରକଳ୍ପର ଉଦ୍‌ଘାଟନ
-ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ଯାଏଁ ୩୪୪ କିମି ପାଇପ ଲାଇନର ଉଦ୍‌ଘାଟନ
୧୬୨ କିମିର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ ଦୋହରୀକରଣର ଉଦ୍‌ଘାଟନ
-କେନ୍ଦୁଝରଗ ମାର୍ଗ ଦେଇ ପୁରୀ ଏବଂ ଆନନ୍ଦ ବିହାର ମଧ୍ୟରେ ନୂଆ ଟ୍ରେନ କେନ୍ଦୁଝରଗଡ ରେଳ ଷ୍ଟେନରୁ ଶୁଭାରମ୍ଭ
-କେନ୍ଦ୍ରାପଡା ଜିଲା ଦେଇ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ ଚଳାଚଳ କରିବ
-ପାରାଦୀପ-କେନ୍ଦୁଝରଗଡ ମଧ୍ୟରେ ପ୍ରଥମ ଥର ଯାତ୍ରୀବାହୀ ଟ୍ରେନ ଚଳାଚଳ କରିବ।
ଯାଜପୁରଠାରୁ ଉତ୍ତରପ୍ରଦେଶର ଦାଦ୍ରି ପର୍ଯ୍ୟନ୍ତ କଣ୍ଟେନର ଟ୍ରେନ ସେବା ଆରମ୍ଭ


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ...

ଭୁବନେଶ୍ୱରରେ ଏକାଠି ହୋଇଗଲେ ଶହ-ଶହ ପୋଲିସ, ସ୍ଥିତି ସାଂଘାତିକ!

ଭୁବନେଶ୍ୱର,୨୧।୯: ଘନେଇଲା ଭରତପୁର ପୋଲିସ-ସେନା ବିବାଦ। ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ କରି ହଠାତ୍‌ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି...

ବନ୍ଧା ହେବା ପରେ ରୋଡ୍‌ ରୋମିଓଙ୍କ ଚାଞ୍ଚଲ୍ୟକର ବୟାନ! ସେଦିନ ରାତିରେ…

ଭୁବନେଶ୍ୱର,୨୧।୯: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ ।...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri