ମୋହନଙ୍କ ନିମନ୍ତ୍ରଣ ପାଇବା ପରେ ଏମିତି କହିଲେ ନବୀନ

ଭୁବନେଶ୍ୱର,୧୨।୬: ଶପଥ ଗ୍ରହଣ ପୂର୍ବରୁ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝି ନବୀନ ନିବାସରେ ପହଞ୍ଚି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏଥିସହ ଶପଥ ଗ୍ରହଣ ସମାରୋହକୁ ଆସିବାକୁ ନିମନ୍ତ୍ରଣ କରିଛନ୍ତି। ଏଥିରେ ନବୀନ ସମ୍ମତି ଜଣାଇଥିବା ବେଳେ ଟୁଇଟ୍‌ କରି କହିଛନ୍ତି, ରାଜ୍ୟର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ଶ୍ରୀଯୁକ୍ତ ମୋହନ ଚରଣ ମାଝିଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କଲି। ଏଥିସହ ତାଙ୍କୁ ଶୁଭେଚ୍ଛା ଜଣାଇଲି। ଓଡ଼ିଶାବାସୀଙ୍କ ସେବାରେ ତାଙ୍କ ନେତୃତ୍ୱ, ଦୃଢ଼ତା ଓ ଦକ୍ଷତାର ସହ କାର୍ଯ୍ୟ କରିବ ବୋଲି ମୋର ଆଶା ଓ ବିଶ୍ୱାସ।

କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ।

Share