ନବୀନଙ୍କୁ କଡ଼ା ଟାର୍ଗେଟ୍‌ କଲେ ଧର୍ମେନ୍ଦ୍ର, କହିଲେ ୨୪ ବର୍ଷରେ ଯିଏ ପାଣି ଯୋଗାଇ ପାରିଲେନି ସେ ପୁଣି…

ଭୁବନେଶ୍ୱର,୨୬ା୧୨: ଗୁରୁବାର ବିଜେଡିର ପ୍ରତିଷ୍ଠା ଦିବସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପା ଉପରେ ବର୍ଷିଥିବାବେଳେ ନବୀନଙ୍କୁ ମଧ୍ୟ କଡ଼ା ଟାର୍ଗେଟ୍‌ କରି ଭାଜପା ସମାଲୋଚନା କରିଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ନବୀନଙ୍କୁ ଟାର୍ଗେଟ୍‌ କରି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଯିଏ ନିଜ ବାପାଙ୍କ ଜନ୍ମମାଟିରେ ୨୪ ବର୍ଷରେ ପାଣି ମୁନ୍ଦାଏ ପହଞ୍ଚାଇ ପାରିଲେ ନାହିଁ, ସିଏ ପୁଣି କହୁଛନ୍ତି ମୋଦି ମିଛ କହୁଛନ୍ତି। ଗଞ୍ଜାମ ଜିଲାରେ ୭/୮ଟି ପ୍ରକଳ୍ପରୁ ୬ଟି କାମ ଅଧାପନ୍ତରିଆ ହୋଇପଡ଼ିଛି। ନଳ ଅଛି, କିନ୍ତୁ ଜଳ ନାହିଁ। ସେ ପୁଣି କହୁଛନ୍ତି ଭାଜପା ମିଛ କହୁଛି। ଗଞ୍ଜାମରେ ସୁଭଦ୍ରାରେ ୧୦ ଲକ୍ଷ ମହିଳାଙ୍କୁ ମିଳିଛି ୫୦୦ କୋଟି ଟଙ୍କା। ଏଥିସହିତ ଜିଲାରେ ୪୪ ଲକ୍ଷ କ୍ବିଣ୍ଟାଲ ଧାନ କିଣିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏସବୁ ଯଦି ମିଛ ଲାଗିବ, ତେବେ କ’ଣ ଆଉ କୁହାଯିବ।

ବିଜେଡିର ପ୍ରତିଷ୍ଠା ଦିବସରେ ନବୀନ କହିଛନ୍ତି, ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା। ବିଜୁ ବାବୁଙ୍କ ଆଦର୍ଶ ଓ ପ୍ରେରଣାକୁ ସାଥିରେ ନେଇ ବିଜୁ ପ୍ରେମୀମାନେ ବିଜୁ ଜନତା ଦଳ ଗଠନ କରିଥିଲେ। ସେତେବେଳେ ବହୁ ଲୋକ କହିଥିଲେ ଏଥର ବିଜେଡି ଆଗୁ ବଢିପାରିବ ନାହିଁ କି ସଫଳ ହେବ ନାହିଁ। ଆଉ ମୋତେ ମଧ୍ୟ କହିଥିଲେ ମୁଁ ରାଜନୀତି କରିପାରିବି ନାହିଁ ହେଲେ ପରିଶ୍ରମ ଏବଂ ଓଡ଼ିଶାବାସୀଙ୍କ ଆଶୀର୍ବାଦ ଯୋଗୁ ବିଜେଡି ୫ ଥର ନିର୍ବାଚନ ଜିତି ଆପଣମାନଙ୍କ ସେବା କରିବାକୁ ସୁଯୋଗ ପାଇଛି।

ସମସ୍ତଙ୍କ ମନରେ ପ୍ରଶ୍ନ ଥିବ ବିଜେଡି କାହିଁକି ହାରିଲା? ଏହି ପ୍ରଶ୍ନର ଉତ୍ତର ଦେଇ ନବୀନ କହିଛନ୍ତି, ଆମେ ହାରି ନାହୁଁ କି ଲୋକଙ୍କ ବିଶ୍ୱାସ ବି ହରାଇ ନାହୁଁ । ଭାଜପା ମିଛ ପ୍ରତିଶ୍ରୁତି ଦେଇ, ଲୋକଙ୍କୁ ଭୁଆଁ ବୁଲାଇ କ୍ଷମତାକୁ ଆସିଛି। ଏତେ ମିଛ କହି ମଧ୍ୟ ଭାଜପା ଆମଠୁ କମ ଭୋଟ ପାଇଛି । ଠାକୁର ଘରେ କିଏ ନା ମୁଁ କଦଳୀ ଖାଇନି, ଏମିତି କହି ଭାଜପା ଉପରେ ବର୍ଷିଛନ୍ତି ବିଜେଡି ସୁପ୍ରିମୋ।

ସେ ଆହୁରି କହିଛନ୍ତି, ଆମର ଭୁଲ ହେଲା, ଭାଜପା ମିଛକୁ ଆମେ ଠିକ ଭାବେ କାଉଣ୍ଟର କରିପାରିଲୁ ନାହିଁ । ଆଜି ଲୋକେ ଜାଣିଲେଣି ଭାଜପା ମିଛ କଥା କହି କ୍ଷମତା ଦଖଲ କରିଛି । ବର୍ତ୍ତମାନର ସରକାର ଲୋକଙ୍କୁ ବଡ ଉପହାର ଦେଇଛନ୍ତି। ତାହା ହେଉଛି ଦରଦାମ ବୃଦ୍ଧି । ଡାଲି, ଚାଉଳଠୁ ନେଇ, ତେଲ ଓ ପନିପରିବା ସବୁଥିରେ ଦର ବୃଦ୍ଧି ଘଟିଛି। ପ୍ରତି ପରିବାର ଆଜି କାନ୍ଦୁଛି । ଧାନ କିଣା ବିକା ନେଇ ଚାଷୀ କାନ୍ଦୁଛି । ମିଶନ ଶକ୍ତି ମା’ ମାନେ ଦୁଃଖରେ ଅଛନ୍ତି। କିନ୍ତୁ କୁମ୍ଭକର୍ଣ୍ଣ ନିଦରେ ଶୋଇଛି ଏ ସରକାର ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସେଲିବ୍ରିଟିଙ୍କୁ ମହାକାଶ ପଠାଇଲା ବ୍ଲୁ ଅରିଜିନ୍‌

ଓ୍ବାଶିଂଟନ,୧୪।୪:ପପ୍‌ ଗାୟିକା କେଟି ପେରୀ ଏବଂ ଆମେରିକୀୟ ଟିଭି ବ୍ୟକ୍ତିତ୍ୱ ଗେଲେ କିଙ୍ଗ୍‌ଙ୍କ ସମେତ ୬ ମହିଳା ସେଲିବ୍ରିଟିଙ୍କୁ ନେଇ ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ୍‌ର...

ଜେନେଭାରେ ନିଲାମ ହେବ ଭାରତର ଦୁର୍ଲଭ ହୀରା

ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍‌...

୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ

ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ...

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି।...

ହନୁମାନ ଜୟନ୍ତୀରେ ଖଣ୍ଡା ବୁଲାଇଲେ ବିଧାୟକ: ଚାରିଆଡ଼େ ଚର୍ଚ୍ଚା

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ସୋମବାର ସନ୍ଧ୍ୟାରେ ବରଗଡ଼ ସହରରେ ହନୁମାନ ଜୟନ୍ତୀ ଅବସରରେ ଶୋଭାଯାତ୍ରା ହୋଇଥିଲା। ସ୍ଥାନୀୟ ସମଲେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରା ବାହାରି...

ଘରକୁ ଫେରୁଥିଲେ ଧକ୍କାଦେଲା ସ୍କୁଟି: ୩ ଗୁରୁତର

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ଖାରିଗୁଡା ନିକଟରେ ସୋମବାର ସାରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସ୍କୁଟିରେ ବସିଥିବା ଦୁଇଜଣ ଏବଂ...

ଝିପିଝିପି ବର୍ଷାରେ ବିଦ୍ୟୁତ କାଟ: ଘଣ୍ଟାଘଣ୍ଟା ଧରି ଅନ୍ଧାରରେ ଅଞ୍ଚଳବାସୀ 

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ ): ସାମାନ୍ୟ ଝିପିଝିପି ବର୍ଷାରେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ୍‌ କାଟ। ଏଭଳି ଘଟଣା ଦେଖିବାକୁ ମିଳିଛି  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି...

‘ଆମ ରୁଚି ଆମ ଖାଦ୍ୟ’ ସମାରୋହ ପିଠାପଣା ଆମ ସଂସ୍କୃତିର ଏକ ଅଙ୍ଗ

ନୂଆପଡ଼ା,୧୪ା୪ (ମକାରୁ ବେମାଲ): ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ। ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ରାଜ୍ୟ ସରକାରଙ୍କ ନଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image