ନବୀନଙ୍କ ବଡ଼ ଘୋଷଣା: ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି

ଭୁବନେଶ୍ୱର,୧୩।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବାକୁ ନେଇ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର ରହିଛି। ସେହିପରି ଖୋର୍ଦ୍ଧାର ବୋଲଗଡ, ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଯାଇଛି।

Share