ସଙ୍ଗଠନ ମଜଭୁତ କରିବାକୁ ନବୀନଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର, ୨୯। ୯(ଅନୀଲ ଦାସ): ନୟାଗଡ଼ ଜିଲା ସାଙ୍ଗଠନିକ କର୍ମକର୍ତ୍ତା ସମ୍ମିଳନୀ ଶନିବାର ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଯୋଗ ଦେଇ ଜିଲାର କର୍ମକର୍ତ୍ତା, ନିର୍ବାଚିତ ପ୍ରତିନିଧିମାନଙ୍କ ସହ ସଙ୍ଗଠନ ବିଷୟରେ ସିଧାସଳଖ ଆଲୋଚନା କରିଛନ୍ତି।
ଦଳର ସଭାପତି ନବୀନ ପଟ୍ଟନାୟକ ଉଦ୍‌ବୋଧନ ଦେଇ କହିଛନ୍ତି ଯେ, ବିଜେଡି ସରକାର ସମୟରେ ଓଡ଼ିଶାର ବହୁତ ଉନ୍ନତିମୂଳକ କାର୍ଯ୍ୟ କରାଯାଇଛି। ଆପଣମାନେ ଆଗାମୀ ଦିନରେ ପରିଶ୍ରମ କରି ଲୋକଙ୍କ ନିକଟକୁ ଯାଇ ସେବା କରନ୍ତୁ। ନିଶ୍ଚିତ ଭାବେ ଓଡ଼ିଶାବାସୀ ପୁଣି ସେବା କରିବାର ସୁଯୋଗ ଆମକୁ ଦେବେ। ରାଜ୍ୟରେ ଭାଜପା ସରକାରର ଭ୍ରଷ୍ଟାଚାର ଓ ଅତ୍ୟାଚାର ଦିନକୁ ଦିନ ବଢ଼ିବାରେ ଲାଗିଛି। ମିଛ କହି ଲୋକଙ୍କ ଠାରୁ ଭୋଟ ନେଇଥିବା ଭାଜପା ଏବେ କେବଳ ଲୋକଙ୍କୁ ପ୍ରତାରଣା ଦେଇ ଚାଲିଛି। ଆପଣମାନେ ଏକତ୍ରିତ ହୋଇ ଏ ସରକାର ଓ ଦୁର୍ନୀତି ବିରୋଧରେ ଲଢ଼େଇ ଜାରି ରଖନ୍ତୁ ।
ମୁଁ ଆପଣମାନଙ୍କ ସହ ସର୍ବଦା ରହିଛି। ବର୍ଷା ପରେ ନୟାଗଡ଼ ଜିଲାକୁ ଯାଇ ଦଳୀୟ କର୍ମକର୍ତ୍ତାଙ୍କୁ ଭେଟିବି ବୋଲି ନବୀନ କହିଛନ୍ତି। ଏହି ସଭାରେ ବିଜେଡି ସମନ୍ବୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ଅଧ୍ୟକ୍ଷତା କରିଥିଲେ। ବୈଠକରେ ନୟାଗଡ଼ ବିଧାୟକ ଡ. ଅରୁଣ ସାହୁ, ଦଶପଲ୍ଲା ବିଧାୟକ ରମେଶ ବେହେରା, ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଭାପୁର ବ୍ଲକର ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ନୟାଗଡ଼ ଜିଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଓ ଜିଲାର ନେତୃବର୍ଗ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଆଇଡି ବିସ୍ଫୋରଣ, ୫ ଯବାନ ଆହତ

ମାଲକାନଗିରି,୨୯ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଆଇଡି ବିସ୍ଫୋରଣ ହୋଇ ୫ ଯବାନ ଆହତ ହୋଇଛନ୍ତି। ସୂଚନା ମୁତାବକ, ଛତିଶଗଡ଼ ବିଜାପୁର...

କାରରେ ପୁଳାପୁଳା ଟଙ୍କା : ମାଡ଼ିବସିଲା ପୋଲିସ

ଭୁବନେଶ୍ୱର,୨୯।୯: କାରରେ ପୁଳା ପୁଳା ଟଙ୍କା। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଓମ୍‌ଫେଡ୍‌ ଛକ ନିକଟରେ। ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ଚେକିଂ ବେଳେ...

ଏହି ଦିନ ଆସିବ ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୯: ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ଏକ ପ୍ରକାର ଅନ୍ତ ଘଟିଛି। ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର...

ମିଡିୟୁବାନ୍ଦା ଜଳପ୍ରପାତରେ କମୁଛି ଜଳସ୍ତର, ପର୍ଯ୍ୟଟକ ମୁହଁ ଫେରାଇବା ଆଶଙ୍କା

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଅନେକ ଜଳପ୍ରପାତ ରହିଛି। ସେଗୁଡିକ ମଧ୍ୟରୁ ପାଙ୍ଗାଲିର ଇନ୍ଦ୍ରଧନୁ ଜଳପ୍ରପାତ ସମେତ ପାଟାବାନ୍ଧା ଜଳପ୍ରପାତ, କିରିକୁଟି ଲଭର୍ସ...

କୁମ୍ଭୀର ପାଇଁ ନଦୀକୂଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା,୨୯ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଦେବେନ୍ଦ୍ର ନାରାୟଣପୁର ଗ୍ରାମର ରଞ୍ଜିତ ମଣ୍ଡଳଙ୍କ ପୋଖରୀରେ ମଙ୍ଗଳବାର ଏକ ବଡ଼ କୁମ୍ଭୀର ପଶିଯାଇଥିଲା। ବନ...

ଜିଲା ଭାଜପା ସଭାପତିଙ୍କୁ କୋଣଠେସା: ହେଉଛି ଚର୍ଚ୍ଚା

ସମ୍ବଲପୁର, ୨୯। ୯(ଭବାନୀ ଶଙ୍କର ଭୋଇ): ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ଏମ୍‌ପି ବୈଜୟନ୍ତ ପଣ୍ଡା ଶନିବାର ସମ୍ବଲପୁର ଗସ୍ତରେ ଆସି ସଦସ୍ୟତା ଅଭିଯାନରେ...

ସୋସିଆଲ ମିଡିଆ ବିବାଦୀୟ ପୋଷ୍ଟ ଘଟଣା: ପହଞ୍ଚିଲେ ରାପିଡ୍‌ ଆକ୍ସନ ଫୋର୍ସ

ଭଦ୍ରକ,୨୯ା୯(ସନାତନ ରାଉତ): ଭଦ୍ରକ ସନ୍ଥିଆଠାରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ହିଂସା ଓ ପୋଲିସକୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଘଟଣାକୁ ନେଇ ୪୮ ଘଣ୍ଟା ଇଣ୍ଟରନେଟ୍‌...

ସେପ୍ଟେମ୍ବର ସରିଲାଣି: ଆସିନି ଶୀତ, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳକୁ ଶୀତ ଆସିବାର ବିଳମ୍ବକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ଦିନକୁ ଦିନ ଜଳବାୟୁର ପରିବର୍ତ୍ତନର ପ୍ରଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri