ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା: ‘୩ ମାସ ହୋଇଗଲା ଆଈ ମା’ ଗପଛାଡ଼ି କାମ କର’

ଭୁବନେଶ୍ୱର,୧୧।୯: ବୁଧବାର ବିଜୁ ଯୁବ ଜନତା ଦଳର ବୈଠକରେ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟରେ ଭାଜପା କ୍ଷମତାକୁ ଆସିବା ୩ ମାସ ହୋଇଗଲାଣି, ଆଈ ମା’ ଗପଛାଡ଼ି କାମ କରିବାକୁ ସେ ସରକାରଙ୍କୁ କହିଛନ୍ତି।

ନବୀନ ଆହୁରି କହିଛନ୍ତି ”କିଛି ଲୋକ ନିଜ ଚିନ୍ତାଧାରା ଅନ୍ୟ ଉପରେ ଥାପୁଛନ୍ତି, ଏହା ଗ୍ରହଣୀୟ ନୁହେଁ। ଏମିତିକି କିଛି ଲୋକ ବରପୁତ୍ରମାନଙ୍କୁ ଅପମାନିତ କରିବାକୁ ଲାଗିଲେଣି। ଏହା କଣ ଓଡ଼ିଆ ଅସ୍ମିତା ବୋଲି ନବୀନ ପ୍ରଶ୍ନ କରିଛନ୍ତି। ବଡ଼ ପାଟିରେ କହିଲେ ମିଛ ସତ ହୁଏନି, ସୁଭଦ୍ରାରୁ ଭତ୍ତା, ବିଜୁଳି ସବୁଥିରେ ମିଛ ଦେଖିବାକୁ ମିଳୁଛି। ମିଛ କହି ନିର୍ବାଚନ ଜିତିପାର କିନ୍ତୁ ଲୋକଙ୍କ ହୃଦୟ ନୁହେଁ।”

ଏଥିସହିତ ନିକଟ ଅତୀତରେ ଦଳ ଛାଡ଼ିଥିବା ନେତାମାନଙ୍କୁ ନବୀନ କଟାକ୍ଷ କରିଛନ୍ତି। ନବୀନ ତାଙ୍କର ଅଭିଭାଷଣରେ କହିଛନ୍ତି, ”ବିଜେଡି ଆଜି ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି। ଆମ ଆଦର୍ଶ ହେଉଛି ସେବା, ସ୍ବାଭିମାନ ଓ ସଂଗ୍ରାମ। ମୁଁ ରାଜନୀତିକୁ ଲୋକଙ୍କ ସେବାର ମାଧ୍ୟମ ଭାବେ ଦେଖେ, ବିଜେଡି ବ୍ୟକ୍ତିଙ୍କ ଉପରେ ନିର୍ଭରଶୀଳ ନୁହେଁ। ବିକଶିତ ଓଡ଼ିଶାର ସ୍ବପ୍ନ ନେଇ ବିଜେଡି ଗଠନ ହୋଇଛି। ତେବେ ଦଳରେ ଥିବା ସୁବିଧାବାଦୀ ନେତାମାନେ ବିଜେଡି ଛାଡୁଛନ୍ତି। ଏହା ଆମକୁ ଅଧିକ ଶକ୍ତିଶାଳୀ କରିବାକୁ ବଳ ଯୋଗାଇବ।”

ଏହାପୂର୍ବରୁ ମଙ୍ଗଳବାର ନବୀନ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସରକାରଙ୍କୁ ସମାଲୋଚନା କରିଥିଲେ। ଏଥିରେ ସେ ସାମ୍ପ୍ରତିକ ଘଟଣାକୁ ନେଇ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ।

ନବୀନ ତାଙ୍କର ପୋଷ୍ଟରେ ଲେଖିଥିଲେ, ”ଏହା କ’ଣ ଓଡ଼ିଆ ଅସ୍ମିତା? ମହାପୁରୁଷମାନଙ୍କ ପ୍ରତି ସମ୍ମାନ, କୃତଜ୍ଞ ରହିବା ଜାତିର ନୈତିକ ଦାୟିତ୍ୱ। ମହାପୁରୁଷମାନଙ୍କ ତ୍ୟାଗ, ସାଧନା ଓ ଦୂରଦୃଷ୍ଟି ଦ୍ୱାରା ଗଢ଼ି ଉଠିଥିବା ଉତ୍କର୍ଷ ଅନୁଷ୍ଠାନ ଜାତିର ଅକ୍ଷୟ କୀର୍ତ୍ତି।

ଓଡ଼ିଆ ଭାଷା ଓ ସାହିତ୍ୟର ଉନ୍ନତିରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଅତୁଳନୀୟ ଅବଦାନ ରହିଛି। ଓଡ଼ିଶାର ସାମଗ୍ରିକ ବିକାଶରେ ମୟୂରଭଞ୍ଜ ରାଜପରିବାରର ଅବଦାନ ସମସ୍ତେ ଜାଣନ୍ତି। ସାହିତ୍ୟ, ଶିକ୍ଷା, ସ୍ୱାସ୍ଥ୍ୟ, ସଂସ୍କୃତି ଆଦି ସବୁ କ୍ଷେତ୍ରରେ ସେମାନଙ୍କ ଅବଦାନ ଅସୀମ।

ଇତିହାସକୁ ବିକୃତ କରିବା ପାଇଁ କିଛି ଲୋକ ଅପଚେଷ୍ଟା କରୁଛନ୍ତି। ଆଗାମୀ ପୀଢ଼ି ପାଇଁ ଏହା କି ବାର୍ତ୍ତା ଦେବ?କଥାରେ କୋଣାର୍କ ହୁଏ ନାହିଁ। ଗୋଟିଏ ଅନୁଷ୍ଠାନ ଟିଏ ଗଢ଼ିବା ସହଜ ନୁହେଁ। ଦରକାର ଅନେକ ତ୍ୟାଗ ଓ ତପସ୍ୟା।

ସାମୟିକ ସଫଳତାର ଉଲ୍ଲାସରେ ମଦମତ୍ତ ନେତାମାନେ ଆଜି ନୂଆ ଇତିହାସ ଲେଖିବା ଆରମ୍ଭ କରିଛନ୍ତି। ସେମାନେ ମନେ ରଖିବା ଉଚିତ, ହିମାଳୟ ପରି ଉତ୍ତୁଙ୍ଗ ବରପୁତ୍ରମାନଙ୍କ ବ୍ୟକ୍ତିତ୍ୱକୁ ମଳିନ କରିବାକୁ ଚେଷ୍ଟା କଲେ ନିଜର ଅସ୍ତିତ୍ୱ ହରାଇ ବସିବେ।”


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri