ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ନବୀନଙ୍କ ସୁପାରିସ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ବରିଷ୍ଠ ଆଇଏଫଏସ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକଙ୍କୁ ଦିଆଯିବ ବାଧ୍ୟତାମୂଳକ ଅବସର। ଏଥିପାଇଁ କେନ୍ଦ୍ର ସରକାରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଥିବା ଗୁରୁବାର ସୂଚନା ମିଳିଛି। ତେବେ ପ୍ରଥମ ଥର ପାଇଁ ଜଣେ ସର୍ବଭାରତୀୟ ସେବା ଅଧିକାରୀଙ୍କୁ ଅବସର ପାଇଁ ସୁପାରିସ କରାଯାଇଛି।

ପ୍ରକାଶ ଯେ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଅଛନ୍ତି ଅଭୟକାନ୍ତ। ଏଥିସହ ଟାଟା ମୋଟର୍ସରେ ଚାକିରି ଦେବା ଆଳରେ ଜାଲ କାଗଜପତ୍ର ବଳରେ ଠକେଇ ମାମଲାରେ ଅଭୟଙ୍କ ପୁଅ ଆକାଶ ମଧ୍ୟ ଗିରଫ ହୋଇ ୧୪ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି। ତେବେ ଯାଞ୍ଚବେଳେ ବହୁ କୋଟିର ବେଆଇନ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ। ଏଥିସହ ଅଭୟକାନ୍ତ ତାଙ୍କ ଡ୍ରାଇଭର, ସମ୍ପର୍କୀୟ ଓ ଅନ୍ୟମାନଙ୍କ ନାମରେ ମଧ୍ୟ ବେଆଇନ ସମ୍ପତ୍ତି ଠୁଳ କରିଥିବା ଜଣାପଡିଛି। ତେଣୁ ଏହି ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ୨୦ ଜଣିଆ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସ୍‌ଆଇଟି) ଗଠନ କରାଯାଇଛି।

Share