ପରାକ୍ରମ ଦେଖାଇଲା ନୌସେନା, ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ପୁରୀ,୪ା୧୨: ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ବୁଧବାର ନୌସେନା ତା’ର ପରାକ୍ରମ ଦେଖାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଡେମୋର ଉଦ୍‌ଘାଟନ କରିଛନ୍ତି। ରାଷ୍ଟ୍ରପତି ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ପ୍ରଥମ କରି ପୁରୀରେ ନୌସେନା ଦିବସ ପାଳିତ ହେଉଛି। ଏଥିରେ ୧୫ଟି ଯୁଦ୍ଧ ଜାହାଜ, ୩୭ ଏୟାରକ୍ରାଫ୍ଟ, ଗୋଟିଏ ବୁଡ଼ା ଜାହାଜ ସାମିଲ ହୋଇଥିବାବେଳେ ବେଳାଭୂମିରେ ସତେ ଯେମିତି ଯୁଦ୍ଧର ଭ୍ରମ ସୃଷ୍ଟି ହୋଇଛି। ଆମ ଦେଶର ନୌବୀରମାନେ ଜଳପଥରେ ସେମାନଙ୍କର ରଣକୌଶଳ ଦେଖାଉଛନ୍ତି।

Image

ଧ୍ୱଜାବତରଣ ପରେ ନୌସେନା ମୁଖ୍ୟ ସମ୍ବୋଧିତ କରିଥିଲେ। ସେ କହିଥିଲେ, ଆମେ ସମୁଦ୍ର ଭିତରେ କ’ଣ କରିପାରିବୁ ତାହା ଏଠାରେ ପ୍ରଦର୍ଶନ କରିଛୁ। ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧରେ ନୌସେନାର ଭୂମିକା ଅତୁଳନୀୟ। ଉଭୟ ଆରବ ସାଗର ଓ ବଙ୍ଗୋପସାଗରରେ ନୌସେନା ତା’ର ଶକ୍ତି ଦେଖାଇଥିଲା। ପାକିସ୍ତାନ ସେନା ଉପରେ ପ୍ରଚଣ୍ଡ ଆକ୍ରମଣ କରିଥିଲେ ଆମ ନୌବୀରମାନେ। ଆଜି ତାହା ଏଠାରେ ସୁନ୍ଦର ଭାବରେ ପ୍ରଦର୍ଶିତ ହେଉଛି।

ରାଷ୍ଟ୍ରପତିଙ୍କ ସହିତ ଗଜପତି ମହାରାଜା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକବର୍ଦ୍ଧନ ସିଂଦେଓଙ୍କ ସମେତ ରାଜ୍ୟ ମନ୍ତ୍ରିମଣ୍ଡଳ ସଦସ୍ୟ, ଏମ୍‌ପି ଏବଂ ବିଧାୟକମାନେ ମଧ୍ୟ ଉପସ୍ଥିତ ଅଛନ୍ତି। ନୌସେନାର ବୀରତ୍ୱ ଦେଖିବା ପାଇଁ ହଜାର ହଜାର ଲୋକ ଏକତ୍ରିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରାଟେ କଲର ବେଲ୍ଟ ପରୀକ୍ଷା: ୨୦ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ

ଲାଞ୍ଜିଗଡ଼,୧୩ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ବେଦାନ୍ତ କଲୋନୀ କ୍ଲବ ହାଉସଠାରେ କରାଟେ କଲର ବେଲ୍ଟ ପରୀକ୍ଷା ଗୁରୁବାର ଅନୁଷ୍ଠିତ ହୋଇଯାଇଛି।...

ସିଦ୍ଧ ବାଙ୍କେଶ୍ବରୀଙ୍କ ଡିମ୍ବୁଳା ଯାତ୍ରା ଆରମ୍ଭ, ଯାତ୍ରା ପୀଠ ଲୋକାରଣ୍ୟ

ଦିଗପହଣ୍ଡି,୧୩ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ଶକ୍ତିପୀଠ ମଧ୍ୟରୁ ତତ୍କାଳୀନ ବଡଖେମୁଣ୍ଡି ଗଡ଼ ତଥା ଦିଗପହଣ୍ଡି ବ୍ଲକ ବଡଡିମ୍ବୁଳା ଗ୍ରାମରେ କେଉଁ ଆବହମାନ କାଳରୁ...

୧୭ରେ କୃଷକ ମହାପଞ୍ଚାୟତ

ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୭ତାରିଖରେ ବରଗଡ ଜିଲା ସୟାଁ ଖେଳ ପଡ଼ିଆରେ କୃଷକ ମହାପଞ୍ଚାୟତ ହେବ। ଏଥିପାଇଁ ଜିଲାର ସମସ୍ତ ଗାଁ ଗାଁରେ ଜୋରଦାର ପ୍ରସ୍ତୁତି...

ଓଡ଼ିଆ ଅସ୍ମିତା ପାଇଁ ଭାଜପା ୫୦ ବର୍ଷ ଶାସନ କରିବ: ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ଉଦ୍‌ଯାପିତ ଅବସରରେ ଏମିତି କହିଲେ ବିଧାୟକ

ଭଞ୍ଜନଗର,୧୩।୩(ବାବୁଲା ପ୍ରଧାନ): କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମମାଟି ଭଞ୍ଜନଗର ନିକଟସ୍ଥ କୁଲାଡରେ ଦୁଇ ଦିନ ଧରି ଚାଲିଥିବା କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ...

ବାଇକରେ ବ୍ରହ୍ମପୁର ଅଭିମୁଖେ ଦ୍ରୁତଗତିରେ ଯାଉଥିବାବେଳେ ଧରିଲା ପୋଲିସ, ଯାଞ୍ଚବେଳେ ମିଳିଲା…

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଗୁରୁବାର ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ୨ ଜଣ ଯୁବକଙ୍କୁ ଗିରଫ କରି ବ୍ରହ୍ମପୁର ଜିଲା ଦୌରା...

ଗଞ୍ଜେଇ ସହ ଧରାପଡିବା ପରେ ମାରିଥିଲେ ଚମ୍ପଟ, ଗୋଡାଇ ଗୋଡାଇ ଧରିଲା ଅବକାରୀ

ଛତ୍ରପୁର, ୧୩।୩(ସନ୍ତୋଷ ପାଢ଼ୀ ): ଛତ୍ରପୁର ସ୍ଥିତ ଭ୍ରାମ୍ୟମାଣ ଅବକାରୀ ଟିମ ଗୁରୁବାର ଗଞ୍ଜାମ ବ୍ରିଜ ନିକଟରୁ ୮ କିଗ୍ରା ଗଞ୍ଜେଇ ସହ ଜଣଙ୍କୁ ଗିରଫ...

କନ୍ଧମାଳ ମହୋତ୍ସବ, ପଲ୍ଲୀଶ୍ରୀ ମେଳା-୨୦୨୫: ମଶାଲ ଶୋଭାଯାତ୍ରାରେ ସାମିଲ ହେଲେ ଅଞ୍ଚଳବାସୀ, ବ୍ଲକ କର୍ମଚାରୀ

ଦାରିଙ୍ଗବାଡି, ୧୩।୩ (ଅରୁଣ ସାହୁ ): ଆସନ୍ତା ୨୧ ଠାରୁ ୨୫ ପର୍ଯ୍ୟନ୍ତ ଫୁଲବାଣୀଠାରେ କନ୍ଧମାଳ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା -୨୦୨୫ ହେବାକୁ ଯାଉଛି।...

ଜାତୀୟ ମାଷ୍ଟର ଗେମ୍ସ, ବିଦ୍ୟାଧରଙ୍କୁ ମିଳିଲା ସ୍ବର୍ଣ୍ଣ

ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ): ସପ୍ତମ ଜାତୀୟ ମାଷ୍ଟର ଗେମ୍ସ ପ୍ରତିଯୋଗିତାରେ ବରଗଡ଼ ଜିଲା ଅତାବିରା ବ୍ଲକ ଅଧୀନ କାଦୋବାହାଲ ଗ୍ରାମର ବିଦ୍ୟାଧର ସାହୁ କ୍ରୀଡ଼ାରେ ରେକର୍ଡ ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image