ପରୀ ହତ୍ୟା ମାମଲା: ନୟାଗଡ଼ ସଦର ଆଇଆଇସି ସସ୍‌ପେଣ୍ଡ

ନୟାଗଡ଼ ଅଫିସ, ୧୦।୧୨: ନୟାଗଡ଼ ସଦର ଥାନା ଆଇଆଇସି ରୀତାରାଶୀ ସାହୁଙ୍କୁ ସସ୍‌ପେଣ୍ଡ କରାଯାଇଥିବା ବେଳେ ଏସ୍‌ଡିପିଓ ନିରଞ୍ଜନ ପାଢ଼ୀଙ୍କୁ କନ୍ଧମାନ ଡିଏସ୍‌ପି ଭାବେ ବଦଳି କରାଯାଇଛି। ଏ ନେଇ ପୋଲିସ ମୁଖ୍ୟାଳୟ ସୂତ୍ରରୁ ସୂଚନା ଦିଆଯାଇଛି। ପରୀ ହତ୍ୟା ଘଟଣାକୁ ନେଇ ବିବାଦରେ ଥିଲେ ଉଭୟ ଅଧିକାରୀ। ପରୀ ମା’ଙ୍କୁ ଆଇଆଇସି ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଦୁର୍ବ୍ୟବହାର ନେଇ ଅଭିଯୋଗ କରିଥିଲେ ପରୀଙ୍କ ମା’।
ସୂଚନାଯୋଗ୍ୟ, ୪ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏଥିରେ ମନ୍ତ୍ରୀ ଅରୁଣ ସାହୁ ଓ ତାଙ୍କ ସହଯୋଗୀ ବାବୁଲିଙ୍କ ହାତ ଥିବା ‘ପରୀ’ର ବାପା-ମାଆ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ‘ପରୀ’ର ବାପା-ମାଆଙ୍କୁ ନାନା ହଇରାଣ କରୁଥିଲା। ଅଭିଯୁକ୍ତଙ୍କୁ ପୁଲିସ ଗିରଫ କର ୁନଥିଲା। ଅନ୍ୟପକ୍ଷରେ ପରୀଙ୍କ ମାଆଙ୍କୁ ପୁଲିସ ମାରୁଥିବା ଅଭିଯୋଗ ହୋଇଥିଲା। ଏନେଇ ପରୀଙ୍କ ମାଆ ଅଭିଯୋଗ କରିଥିଲେ।

Share