‘ଛାତ୍ରୀଙ୍କ ସାମାଜିକ ସୁରକ୍ଷା ପାଇଁ କୌଶଳର ଆବଶ୍ୟକତା ରହିଛି’

ଦାରିଙ୍ଗବାଡ଼ି,୨୦ା୧(ଅରୁଣ ସାହୁ): ଛାତ୍ରୀଙ୍କ ସାମାଜିକ ସୁରକ୍ଷା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ସେଥିମଧ୍ୟରେ ନିଜକୁ ସୁରକ୍ଷା ଯୋଗାଇବା ପାଇଁ ବିଭିନ୍ନ କୌଶଳର ଆବଶ୍ୟକତା ରହିଛି ଯାହାକି ସରକାର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଓ ମହାବିଦ୍ୟାଳୟଗୁଡିକରେ ଆତ୍ମସୁରକ୍ଷା ପାଇଁ ତାଲିମ ପ୍ରଦାନ କରୁଛନ୍ତି।
ପ୍ରକାଶ ଯେ, ଏହିକ୍ରମରେ ଦାରିଙ୍ଗବାଡ଼ିର ଡଃ ଭୀମରାଓ ଆମ୍ବେଦକର ମହାବିଦ୍ୟାଳୟର ଛାତ୍ରୀମାନଙ୍କୁ ନେଇ ଚାଲିଥିବା ଆତ୍ମସୁରକ୍ଷା ତାଲିମ ଶିବିରର କାର୍ଯ୍ୟକ୍ରମର ଉଦ୍‌ଯାପନୀ ହୋଇଯାଇଛି। ଏହାକୁ ବିଦ୍ୟାଳୟର ଅଧ୍ୟକ୍ଷ ଡଃ ପ୍ରତାପ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅଧ୍ୟାପିକା ତଥା ଆତ୍ମସୁରକ୍ଷା କାର୍ଯ୍ୟକ୍ରମର ସଂଯୋଜିକା ସସ୍ମିତା ସାମନ୍ତ ମଞ୍ଚ ସଂଯୋଜନା କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ଅଧ୍ୟାପିକା ବବଲୀନ ନାୟକ, ନିମାଇଁ ଚରଣ ପଣ୍ଡା, ବିଷ୍ଣୁ ସାହୁ, ବିନୋଦ କୁମାର ସୁବୁଦ୍ଧି, କୀର୍ତ୍ତି ଚନ୍ଦ୍ର ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଅନ୍ୟ କର୍ମଚାରୀ ବିକ୍ରମ କିଶୋର ପଟ୍ଟନାୟକ ଏବଂ ମଦନ ମୋହନ ବାରିକ ପ୍ରମୁଖ ସହଯୋଗ କରିଥିଲେ। ଏହି ତାଲିମ ଶିବିରରେ ବିଦ୍ୟାଳୟର ୧୫୪ ଜଣ ଛାତ୍ରୀ ଆତ୍ମସୁରକ୍ଷା କୌଶଳ ଶିକ୍ଷା ପାଇଁ ତାଲିମ ପାଇଥିବା ବେଳେ ମାଷ୍ଟର ତାଲିମଦାତା ଭାବେ ବିଦ୍ୟାଳୟର କୀର୍ତ୍ତିକା ସାହୁ ଏବଂ ଏଲିନା ଦିଗାଲ ସମସ୍ତ ଛାତ୍ରୀଙ୍କୁ ୮ ଦିନ ଧରି ତାଲିମ ପ୍ରଦାନ କରିଥିଲେ। ସମସ୍ତ ମାଷ୍ଟର ତାଲିମ ଦାତାଙ୍କ ସମେତ ୧୫୪ ଜଣ ଛାତ୍ରୀଙ୍କୁ ଏହି ତାଲିମ ପାଇଁ ପ୍ରମାଣ ପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri