Posted inଖେଳ

ଆଜି ଭାରତକୁ ମିଳିପାରେ ସ଼୍ବର୍ଣ୍ଣ ପଦକ, ଫାଇନାଲ୍‌ରେ ପଦାର୍ପଣ କରିବେ ନୀରଜ

ନୂଆଦିଲ୍ଲୀ, ୦୮।୦୮: ପ୍ୟାରିସ ଅଲିମ୍ପିକ୍ସର ୧୩ତମ ଦିନରେ ଭାରତବାସୀଙ୍କ ନଜର ଜାଭେଲିନ୍‌ ଇଭେଣ୍ଚ ଉପରେ ରହିଛି । ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ୮୭.୫୮ ମିଟର ଥ୍ରୋ କରି ସ଼୍ବର୍ଣ୍ଣ ପଦକ ଜିତିଥିବା ନୀରଜ ଚୋପ୍ରା ପ୍ୟାରିସ ଅଲିମ୍ପିକ୍ସର ଯୋଗ୍ୟତା ପର୍ଯ୍ୟାୟରେ ଅନ୍ୟ ଆଥଲେଟଙ୍କ ତୁଳନାରେ ଜାଭେଲିନ ସବୁଠାରୁ ଅଧିକ ମିଟର ଫିଙ୍ଗିଥିଲେ। ପୁନର୍ବାର ଅଲିମ୍ପିକ ସ଼୍ବର୍ଣ୍ଣ ପଦକ ଜିତିବା ପାଇଁ ନୀରଜ ଆଜି ପଦକ ଇଭେଣ୍ଟରେ ଅଂଶଗ୍ରହଣ କରିବେ । ଭାରତ ବର୍ତ୍ତମାନ ପର୍ଯ୍ୟନ୍ତ ମାତ୍ର ୩ଟି ବ୍ରୋଞ୍ଜ ଜିତି ଥିବାରୁ ନୀରଜଙ୍କ ଠାରୁ ସ଼୍ବର୍ଣ୍ଣ ଆଶା କରାଯାଉଛି ।

ସୂଚନା ଥାଉକି, ଯୋଗ୍ୟତା ପର୍ଯ୍ୟାୟର ପ୍ରଥମ ରାଉଣ୍ଡରେ ସେ ୮୯.୩୪ ମିଟର ଜାଭେଲିନ ଫିଙ୍ଗି ଫାଇନାଲରେ ସ୍ଥାନ ପକ୍କା କରିଥିଲେ । ନୀରଜଙ୍କ ସହିତ ଥିବା କିଶୋର ଜେନାଙ୍କୁ କିନ୍ତୁ ବିଫଳତା ମିଳିଥିଲା । ଫାଇନାଲରେ ପହଞ୍ଚିବାରେ ତାଙ୍କର ପ୍ରୟାସ ବିଫଳ ହୋଇଥିଲା ।

ତେବେ ଯୋଗ୍ୟତା ପର୍ଯ୍ୟାୟ ପରେ ଅଫିସିଆଲ ବ୍ରଡକାଷ୍ଟରଙ୍କ ସହ କଥାବାର୍ତ୍ତା ବେଳେ ନୀରଜ କହିଥିଲେ ଯେ ମୁଁ ପ୍ୟାରିସକୁ ଯାହା କରିବା ପାଇଁ ଆସିଛି ତାହା କରିବି। ଏହି ମୁହୂର୍ତ୍ତଟି ମୋ ପାଇଁ ସବୁଦିନ ମନେରହିବାକୁ ଯାଉଛି ଏବଂ ମୁଁ ଭାବୁଛି ଏହା ଆଗାମୀ ପୀଢ଼ି ପାଇଁ ମଧ୍ୟ ଅନେକ ପ୍ରେରଣା ଯୋଗାଇବ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କୋଚ୍‌ଙ୍କ ସ୍ଥାନ ନେବେ ପାର୍ଥିବ ପଟେଲ, ହେବେ ଏହି ଦଳର ବ୍ୟାଟିଂ କୋଚ୍‌…

ନୂଆଦିଲ୍ଲୀ,୨୨।୧୦: ପୂର୍ବତନ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲଙ୍କ ବିଷୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ସେ ଖୁବ୍‌ଶୀଘ୍ର ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନର...

ପନ୍ତଙ୍କୁ ନିଜର ‘ଗୁରୁ’ ମାନିଲେ ଶାମି, ଦେଲେ ବଡ଼ ବୟାନ 

ନୂଆଦିଲ୍ଲୀ,୨୨।୧୦: ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ଶାମୀ ବର୍ତ୍ତମାନ ଆହତ ସମସ୍ୟାକୁ ନେଇ ଏନ୍‌ସିଏରେ ଅଛନ୍ତି। ଦିନିକିଆ ବିଶ୍ୱକପ୍‌ ୨୦୨୩ ପରେ ସେ ମଇଦାନକୁ...

ଓ୍ବାର୍ନରଙ୍କ ବଡ଼ ଘୋଷଣା, ଭାରତକୁ ହରାଇବା ଲାଗି ସନ୍ନ୍ୟାସରୁ ନେଇପାରନ୍ତି ୟୁ-ଟର୍ନ

ନୂଆଦିଲ୍ଲୀ,୨୨।୧୦: ପ୍ରାୟ ମାସକ ପରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ। ୧୦ ବର୍ଷ ଧରି ପରାଜିତ ହୋଇ...

ଭାରତକୁ ବଡ଼ ଝଟ୍‌କା: କମନୱେଲଥ ଗେମ୍ସରୁ ଏହି ୫ ଖେଳକୁ ଦିଆଗଲା ବାଦ୍‌

ଗ୍ଲାସ୍‌ଗୋ,୨୨ା୧୦: କମନୱେଲଥ ଗେମ୍ସରେ ଭାରତର ପଦକ ସମ୍ଭାବନାକୁ ଏକ ବଡ଼ ଝଟ୍‌କା ଲାଗିଛି। ଆୟୋଜକ ସହର ଗ୍ଲାସ୍‌ଗୋ ୨୦୨୬ ସଂସ୍କରଣରୁ କ୍ରିକେଟ, ହକି, ବ୍ୟାଡମିଣ୍ଟନ, ରେସଲିଂ...

ପୃଥ୍ବୀ ଶ’ଙ୍କୁ ବଡ଼ ଦଣ୍ଡ ଦେଲା ବିସିସିଆଇ, ଦଳରୁ ବିଦା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୨।୧୦: ସମୟ ଥିଲା ମୁମ୍ବାଇର ଷ୍ଟାର ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ଙ୍କ ଠାରେ ସଚିନ ତେନ୍ଦୁଲକରଙ୍କ ଝଲକ ଦେଖିବାକୁ ମିଳିଥିଲା। ଶ’ ଖୁବ କମ ବୟସରେ ଅନ୍ତର୍ଜାତୀୟ...

ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୨୨।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ୨୪ ରୁ ୨୮ ଅକ୍ଟୋବରରେ ପୁଣେର ମହାରାଷ୍ଟ୍ର...

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୨।୧୦: ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଅଷ୍ଟ୍ରେଲିଆ ଗସ୍ତ ପାଇଁ ୧୫ ଜଣିଆ ଇଣ୍ଡିଆ ଏ ଦଳ ଘୋଷଣା କରିଛି।...

ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିବ ହକି

ମେଲବୋର୍ନ,୨୨ା୧୦: ରାଜ୍ୟଗୋଷ୍ଠୀ କ୍ରୀଡାରୁ ହକି ଇଭେଣ୍ଟ ବାଦ ପଡିବାକୁ ଯାଉଛି। ୨୦୨୬ରେ ରାଜ୍ୟଗୋଷ୍ଠୀ କ୍ରୀଡା ଆରମ୍ଭରୁ ଅଷ୍ଟ୍ରେଲିଆର ଭିକ୍ଟୋରିଆରେ ହେବାର କାର୍ଯ୍ୟକ୍ରମ ରହିଥିଲା। ତେବେ ବର୍ଦ୍ଧିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri