Posted inଖେଳ

ଦୋହା ଡାଇମଣ୍ଡ ଲିଗ୍‌ ମିଟ୍‌ ଜିତିଲେ ନୀରଜ

ଦୋହା, ୬ା୫ (ପି.ଟି.): ଅଲିମ୍ପିକ ଚାମ୍ପିୟନ ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଶୁକ୍ରବାର ଏଠାରେ ଅନୁଷ୍ଠିତ ଡାଇମଣ୍ଡ ଲିଗ୍‌ ଜିତିିଛନ୍ତି। ନୀରଜ ତାଙ୍କ ସିଜନ ଆରମ୍ଭ ପ୍ରତିଯୋଗିତାରେ ୮୮.୬୭ ମିଟର ଜାଭେଲିନ୍‌ ଥ୍ରୋ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ପ୍ରତିଯୋଗିତାରେ ବିଶ୍ୱ ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟରମାନେ ଅଂଶଗ୍ରହଣ କରିଥିଲେ। ୨୫ ବର୍ଷୀୟ ଚୋପ୍ରା ଗତ ସେପ୍ଟେମ୍ବରରେ ସୁଇଜରଲାଣ୍ଡରେ ୨୦୨୨ ଡାଇମଣ୍ଡ ଲିଗ୍‌ ଫାଇନାଲ ଟ୍ରଫି ହାସଲ କରିଥିଲେ। ଏଠାରେ ତାଙ୍କର ଶ୍ରେଷ୍ଠ ଥ୍ରୋ ୮୮.୬୭ ମିଟର ଯାହାକି ତାଙ୍କ କ୍ୟାରିୟରର ଚତୁର୍ଥ ଶ୍ରେଷ୍ଠ। କାତାର ସ୍ପୋଟର୍‌ସ କ୍ଲବରେ ନୀରଜଙ୍କର ଏହା ଥିଲା ଦ୍ୱିତୀୟ ପଦାର୍ପଣ। ନୀରଜ ପୂର୍ବରୁ ୨୦୧୮ରେ ଏଠାରେ ପ୍ରଥମ ପଦାର୍ପଣରେ ଚତୁର୍ଥ ସ୍ଥାନ ଅଧିକାର କରିଥିଲେ। ରୌପ୍ୟ ଜିତିଥିବା ଚେକ୍‌ ରିପବ୍ଲକିର ଜାକବ ଭାଦଲେଚ୍‌ ତାଙ୍କ ଦ୍ୱିତୀୟ ରାଉଣ୍ଡ ଥ୍ରୋ ୮୮.୬୩ ମିଟର ସହ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ଭାଦଲେଚ୍‌ ଟୋକିଓ ଅଲିମ୍ପିକ୍ସରେ ରୌପ୍ୟ ଜିତିଥିଲେ। ଗତବର୍ଷ ଦୋହା ଡାଇମଣ୍ଡ ଲିଗ୍‌ରେ ୯୦.୮୮ ମିଟର ଥ୍ରୋ କରି ଏକ ରୌପ୍ୟ ଜିତିଥିଲେ। ବର୍ତ୍ତମାନର ବିଶ୍ୱ ଚାମ୍ପିୟନ ଆଣ୍ଡରସନ ପିଟର୍ସ ଗତବର୍ଷ ଏଠାରେ ୯୩.୦୭ ମିଟର ଥ୍ରୋ କରି ଇଭେଣ୍ଟ ଜିତିଥିଲେ। କିନ୍ତୁ ଏଥର ୮୫.୮୮ମିଟର ଥ୍ରୋ ସହ ତୃତୀୟ ହୋଇଛନ୍ତି। ସୂଚନାଯୋଗ୍ୟ, ଚୋପ୍ରାଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ଥ୍ରୋ ୮୯.୯୪ ମିଟର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri