Posted inଜାତୀୟ

ଜାରି ହେଲା NEETର ଆଡ୍‌ମିଟ୍‌ କାର୍ଡ, ଏହି ଦିନ ପରୀକ୍ଷା

ନୂଆଦିଲ୍ଲୀ, ୨୧।୬: NEET ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ ଦେଶରେ ଚର୍ଚ୍ଚା ଜାରି ରହିଛି । ଏହାରି ମଧ୍ୟରେ ୧୫୬୩ ଆଶାୟୀଙ୍କ ପୁନର୍ବାର ପରୀକ୍ଷା ହେବା ନେଇ ସୁପ୍ରୀମ୍‌କୋର୍ଟ ଦେଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀ ହୋଇଛି । ଜାରି ହୋଇଛି NEET ୟୁଜିର ପୁନର୍ବାର ପରୀକ୍ଷା ପାଇଁ ଆଡ୍‌ମିଟ୍‌ କାର୍ଡ।

ଏହି ୧୫୬୩ ଆଶାୟୀଙ୍କୁ ଗ୍ରେସ୍‌ ମାର୍କ ମିଳିଥିଲା । କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ସେମାନଙ୍କର ଗ୍ରେସ ମାର୍କ ରଦ୍ଦ କରିଥିଲା । ଏମାନଙ୍କ ମଧ୍ୟରୁ ଯଦି କୌଣସି ଆଶାୟୀ ପୁନର୍ବାର ପରୀକ୍ଷା ନ ଦିଅନ୍ତି ତେବେ ତାଙ୍କୁ ବିନା ଗ୍ରେସ୍‌ ମାର୍କରେ ରଖିଥିବା ନମ଼୍ବର ପ୍ରଦାନ କରିବାକୁ କୁହାଯାଇଛି। ଏହି ପରୀକ୍ଷା ୨୩ ଜୁନ୍‌ରେ ଅନୁଷ୍ଠିତ ହେବ ।

ସୂଚନା ଥାଉକି, ଦେଶରେ ଲାଗି ରହିଥିବା ନିଟ୍‌ ପରୀକ୍ଷାରେ ଅନିୟମିତତାକୁ ନେଇ ସୁପ୍ରିମ୍‌କୋର୍ଟ ଏନ୍‌ଟିଏକୁ ନୋଟିସ୍‌ ଦେଇଥିଲେ । ନିଟ୍‌ ପେପର ଲିକ୍‌ ହୋଇଥିବା ନେଇ ଦାଏର ହୋଇଥିବା ଯାଚିକାର ଶୁଣାଣି କରି କୋର୍ଟ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଏବଂ କନ୍ଦ୍ରକୁ ଜବାବ ଦେଇଥିଲେ । କୌଣସି କାରଣରୁ ଯଦି ୦.୦୦୧ ପ୍ରତିଶତ ବି ଦ଼୍ବାୟିତ଼୍ବହୀନତା ଜଣାପଡ଼ୁଛି ତେବେ ଏହା ଖୋଜି ବାହାର କରିବାକୁ କୋର୍ଟ ଏହି ଶୁଣାଣି ବେଳେ କହିଥିଲେ । ଏହି ମାମଲାରେ ସୁପ୍ରିମ୍‌କୋର୍ଟ ୮ ଜୁଲାଇରେ ପୁନର୍ବାର ଶୁଣାଣି କରିବେ ବୋଲି କୋର୍ଟ କହିଥିଲେ ।

ସର୍ବୋଚ୍ଚ ଅଦାଲତ କେନ୍ଦ୍ର ଏବଂ ଏନ୍‌ଟିଏକୁ ଦୁଇ ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । କୋର୍ଟ କହିଥିଲେ ଯେ ଆମେ ଯାଚିକାକର୍ତ୍ତାଙ୍କ ମୁତାବିକ ଆଜି ଆଦେଶ ଦେଇପାରିବୁ ନାହିଁ । ଯଦି କାହାର ଏଥିରେ ଭୁଲ୍‌ ଅଛି ତେବେ ତାକୁ ତୁରନ୍ତ ସୁଧାର । ପିଲାମାନେ ଏହି ପରୀକ୍ଷା ପାଇଁ ପ୍ରସ୍ତୁତି କରିଛନ୍ତି । ଆମେ ତାଙ୍କ ପରିଶ୍ରମକୁ ଭୁଲି ପାରିବୁ ନାହିଁ ।

ଜୁନ୍‌ ୧୩ ତାରିଖରେ ନିଟ୍‌ ୟୁଜି ରେଜଲ୍ଟ ମାମଲାକୁ ନେଇ ସୁପ୍ରିମ୍‌କୋର୍ଟରେ ଦାଏର ହୋଇଥିବା ୩ ଯାଚିକାର ଶୁଣାଣି ହୋଇଥିଲା । ସୁପ୍ରିମ୍‌କୋର୍ଟ ଏନେଇ କହିଥିଲେ ଯେ, ୨୩ ଜୁନ୍‌ରେ ପୁନର୍ବାର ପରୀକ୍ଷା କରାଯିବ ଏବଂ ୩୦ ଜୁନ୍‌କୁ ଏହାର ଫଳ ପ୍ରକାଶ ପାଇବ । ଫଳରେ ଜୁଲାଇ ୬ରେ ହେବାକୁ ଥିବା କାଉନ୍‌ସେଲିଂରେ କୌଣସି ପ୍ରଭାବ ପଡ଼ିବ ନାହିଁ । କେନ୍ଦ୍ର ସରକାର ୧୫୬୩ ଜଣ ପରୀକ୍ଷାର୍ଥୀଙ୍କ ସ୍କୋରକାର୍ଡ ରଦ୍ଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିବା ସୁପ୍ରିମ୍‌କୋର୍ଟଙ୍କୁ ଜଣାଇଥିଲେ । କାରଣ ସେମାନଙ୍କୁ ଗ୍ରେସ୍‌ମାର୍କ ଦିଆଯାଇଥିଲା । ଏହି ପରୀକ୍ଷାର୍ଥୀଙ୍କୁ ପୁଣିଥରେ ପରୀକ୍ଷା ଦେବା ପାଇଁ ବିକଳ୍ପ ଦିଆଯିବା ନେଇ କେନ୍ଦ୍ର ଜଣାଇବା ପରେ ସୁପ୍ରିମ୍‌କୋର୍ଟ ଏହି ନିଷ୍ପତ୍ତି ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri