Posted inଜାତୀୟ

ଏନ୍‌ଇଇଟି ବିଭ୍ରାଟ: ଦେଶବ୍ୟାପୀ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୨ା୬: ଏନ୍‌ଇଇଟି-ୟୁଜି ପରୀକ୍ଷାରେ ଅନିୟମିତତା, ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗର ତଦନ୍ତ ସୁପ୍ରିମକୋର୍ଟର ଜଣେ କାର୍ଯ୍ୟରତ ବିଚାରପତିଙ୍କ ତତ୍ତ୍ୱାବଧାନରେ କରାଯିବା ଦାବିରେ କଂଗ୍ରେସ ପକ୍ଷରୁ ଶୁକ୍ରବାର ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଦିଲ୍ଲୀ, ଉତ୍ତରପ୍ରଦେଶ, ପଞ୍ଜାବ, ଅରୁଣାଚଳପ୍ରଦେଶ, ନାଗାଲାଣ୍ଡ, ଛତିଶଗଡ଼, କର୍ନାଟକ ଓ ଅନ୍ୟାନ୍ୟ ରାଜ୍ୟରେ ବିକ୍ଷୋଭ ହୋଇଥିଲା। ଦିଲ୍ଲୀ କଂଗ୍ରେସ ସଭାପତି ଦେବେନ୍ଦ୍ର ଯାଦବଙ୍କ ନେତୃତ୍ୱରେ ରାଜଧାନୀରେ ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଦୁର୍ନୀତି ବିରୋଧରେ ବିକ୍ଷୋଭରେ ଅନୁଷ୍ଠିତ ବିକ୍ଷୋଭରେ ଦଳୀୟ କର୍ମୀମାନେ ସାମିଲ ହୋଇଥିଲେ। ନରେନ୍ଦ୍ର ମୋଦି ସରକାରରେ ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ଯୋଗୁ ଲକ୍ଷ ଲକ୍ଷ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ହୋଇଯାଇଛି। ଏହା ସେମାନଙ୍କ କଠିନ ପରିଶ୍ରମ ଓ ସେମାନଙ୍କ ମାତାପିତାଙ୍କ ଆଶାଆକାଂକ୍ଷା ଉପରେ ଆକ୍ରମଣ। ପିଲାମାନଙ୍କ ପ୍ରତି ଅନ୍ୟାୟ ହେବାକୁ ଦିଆଯିବ ନାହିଁ। ‘ପେପର ଲିକ୍‌’ ସରକାରଙ୍କୁ ମୁଣ୍ଡ ନୋଇଁବାକୁ ପଡ଼ିବ ବୋଲି କଂଗ୍ରେସ କହିଛି। ପଞ୍ଜାବରେ ପିସିସି ମୁଖ୍ୟ ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗଙ୍କ ନେତୃତ୍ୱରେ ବିକ୍ଷୋଭ ହୋଇଥିବାବେଳେ କର୍ନାଟକରେ ଏନ୍‌ଏସ୍‌ୟୁଆଇ ଏବଂ ଯୁବକଂଗ୍ରେସ ପକ୍ଷରୁ ବେଙ୍ଗାଲୁରୁରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏନ୍‌ଇଇଟି ଏବଂ ୟୁଜିସି-ନେଟ୍‌ ପ୍ରସଙ୍ଗକୁ ନେଇ ପାଟନାରେ ବିହାରର କଂଗ୍ରେସ କର୍ମୀମାନେ ବିକ୍ଷୋଭ କରିଥିଲେ।
ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଗତ ମେ’ ୫ରେ ହୋଇଥିବା ଏନ୍‌ଇଇଟି ପରୀକ୍ଷାରେ ୨୪ ଲକ୍ଷରୁ ଊର୍ଦ୍ଧ୍ୱ ପିଲା ଭାଗ ନେଇଥିଲେ। ତେବେ ଜୁନ୍‌ ୪ରେ ରେଜଲ୍ଟ ଆସିବା ପରେ ବ୍ୟାପକ ଅନିୟମିତତା ହୋଇଥିବା ପଦାକୁ ଆସିଥିଲା। ୬୭ ଜଣ ପିଲାଙ୍କୁ ପୂର୍ଣ୍ଣ ମାର୍କ ଦିଆଯାଇ ର଼୍ୟାଙ୍କ୍‌ ଓ୍ବାନ୍‌ରେ ରଖାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ଗୋଟିଏ ପରୀକ୍ଷା କେନ୍ଦ୍ରରୁ ୬ ଜଣ ଥିଲେ। ଏହି ମାମଲାରେ ପାଟନାରୁ ଗିରଫ ହୋଇଥିବା ଅନୁରାଗ ଯାଦବ ନାମକ ଛାତ୍ରଙ୍କ କହିବା ଅନୁଯାୟୀ ତାଙ୍କୁ ପରୀକ୍ଷା ପୂର୍ବଦିନ ପ୍ରଶ୍ନପତ୍ର ମିଳିଥିଲା। ପେପର ଲିକ୍‌ରେ ସମ୍ପୂକ୍ତ ଛାତ୍ରୀଛାତ୍ରମାନେ ପାଟନାର ଏନ୍‌ଏଚ୍‌ଏଆଇ ଗେଷ୍ଟହାଉସ୍‌ରେ ରହିଥିଲେ। ତେଣୁ ପ୍ରଶ୍ନପତ୍ର ଲିକ୍‌ ସହ ରାଜନୈତିକ ସମ୍ପୃକ୍ତି ଥିବା ତଦନ୍ତରୁ ଜଣାପଡ଼ିଛି। ପରୀକ୍ଷା ପୂର୍ବଦିନ କେତେଜଣ ପରୀକ୍ଷାର୍ଥୀଙ୍କ ପାଇଁ ପ୍ରଶ୍ନପତ୍ର ଯୋଗାଡ଼ କରାଯାଇଥିଲା। ପ୍ରତି ପ୍ରଶ୍ନପତ୍ର ପାଇଁ ସେମାନଙ୍କୁ ୩୦ରୁ ୩୨ ଲକ୍ଷ ଟଙ୍କା ଲେଖାଏ ଦେବାକୁ ପଡ଼ିଥିଲା ବୋଲି ଗିରଫ ପରୀକ୍ଷାର୍ଥୀ ସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ ପ୍ରସଙ୍ଗ ହରିୟାଣାରେ କଲା ଓଲଟପାଲଟ, ଏମିତି ହୋଇଥିଲେ…

ନୂଆଦିଲ୍ଲୀ,୫।୧୦: ହରିୟାଣା ବିଧାନସଭା ନିର୍ବାଚନର ମତଦାନ ଶେଷ ହୋଇଛି। ଏଥିସହ ରାଜ୍ୟର ଏକଜିଟ ପୋଲ ମଧ୍ୟ ପ୍ରକାଶ ପାଇଛି। ତେବେ ଏଥରର ଏକଜିଟ୍‌ ପୋଲ୍‌ ସମସ୍ତଙ୍କୁ...

ହରିୟାଣାରେ କାହାର ସରକାର? ସଟ୍ଟା ବଜାର ଦେଲା ବଡ଼ ସିଗନାଲ…

ନୂଆଦିଲ୍ଲୀ,୫।୧୦: ଆସିଛି ଭୋଟ ବାହୁଡା ମତ। ହରିୟାଣା, ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନର ଭୋଟିଂ ସରିବା ପରେ ପ୍ରକାଶ ପାଇଛି ଏକଜିଟ୍‌ ପୋଲ୍‌। ହରିୟାଣାରେ ଗୋଟିଏ...

ପଶ୍ଚିମବଙ୍ଗରେ ପୁଣି ତେଜିଲା ହିଂସା: ୯ବର୍ଷର ଝିଅକୁ ଅତି ନୃଶଂସ ଭାବରେ ବଳାତ୍କାର କରି ହତ୍ୟା, ପୋଲିସ ଆଉଟପୋଷ୍ଟ ଜାଳିଦେଲେ…

କୋଲକାତା,୫ା୧୦: ପଶ୍ଚିମବଙ୍ଗର ୨୪ ପ୍ରଗଣା ଜିଲା ଜୟନଗର ଅଞ୍ଚଳର ଏକ ସନ୍ତସନ୍ତିଆ ସ୍ଥାନରୁ ଶନିବାର ସକାଳେ ଜଣେ ୧୦ ବର୍ଷୀୟା ବାଳିକାଙ୍କ ମୃତଦେହ ମିଳିବା ପରେ...

ଏକଜିଟ ପୋଲ ଦେଖି ଢଳିଲେ କି ମେହେବୁବା ମୁଫତି, କହିଲେ ଦେବୁ ସମର୍ଥନ…

ନୂଆଦିଲ୍ଲୀ,୫।୧୦:ପ୍ରାୟ ୧୦ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହୋଇଛି। ଏଠାରେ ୯୦ଟି ବିଧାନସଭା ଆସନ ପାଇଁ ତିନୋଟି ପର୍ଯ୍ୟାୟରେ ନିର୍ବାଚନ ହୋଇଛି।...

ଜମ୍ମୁ-କଶ୍ମୀରରେ ପଲଟିଲା ବାଜି, ଏଥର ଚମକାଇଦେଲା ଏକଜିଟ ପୋଲ୍‌

ନୂଆଦିଲ୍ଲୀ,୫।୧୦:ପ୍ରାୟ ୧୦ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହୋଇଛି। ଏଠାରେ ୯୦ଟି ବିଧାନସଭା ଆସନ ପାଇଁ ତିନୋଟି ପର୍ଯ୍ୟାୟରେ ନିର୍ବାଚନ ହୋଇଛି।...

ହରିୟାଣା ଏକଜିଟ୍‌ ପୋଲ୍‌: ଭାଜପାକୁ ଜବରଦସ୍ତ ଝଟ୍‌କା, ସରକାର ଗଢିବାକୁ ଯାଉଛି…

ନୂଆଦିଲ୍ଲୀ,୫।୧୦: ଆସିଛି ଭୋଟ ବାହୁଡା ମତ। ହରିୟାଣା, ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନର ଭୋଟିଂ ସରିବା ପରେ ପ୍ରକାଶ ପାଇଛି ଏକଜିଟ୍‌ ପୋଲ୍‌। ହରିୟାଣା ବିଧାନସଭାର...

ହରିୟାଣା ଭୋଟିଂ ଭିତରେ ବଡ଼ ଖବର, କଂଗ୍ରେସ ରାଲିରେ ମହିଳା ନେତାଙ୍କ ସହ ଅସଦାଚରଣ, ଭାଇରାଲ ହେଲା ଭିଡିଓ

ଗଣ୍ଡିଗଡ,୫।୧୦: ହରିୟାଣା ନିର୍ବାଚନ ଭିତରେ ଘଟିଛି ବଡ଼ ଅଘଟଣ। ଷ୍ଟେଜ ଉପରେ ମହିଳା ଦଳୀୟ କର୍ମୀ ହୋଇଛନ୍ତି ଅସଦାଚରଣର ଶିକାର। ଏପରି ଘଟଣା ଦେଖିବାକୁ ମିଳିଛି...

ହରିୟାଣା ଏକଜିଟ ପୋଲ୍‌ ପୂର୍ବରୁ ପଲଟିଗଲା ବାଜି! ଏଥର ଭାଜପା…

ନୂଆଦିଲ୍ଲୀ,୫।୧୦: ଆଜି ହରିୟାଣା, ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ପୂର୍ବରୁ ଏକଜିଟ ପୋଲ ଫଳାଫଳ ଆସିବାକୁ ଯାଉଛି। ହରିୟାଣାରେ ଭୋଟ ସଂଧ୍ୟା ୫ଟାରେ ଶେଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri