ନ୍ୟାୟ ନ ମିଳିଲେ ଛାତ୍ର ସଙ୍ଗଠନ ରାସ୍ତାକୁ ଓହ୍ଲାଇବ: ଦେବୀରଞ୍ଜନ

ଭୁବନେଶ୍ୱର,୨୫ା୬(ଅନିଲ ଦାସ): ଏନ୍‌ଇଇଟି(ୟୁଜି) ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ନେଇ ସମଗ୍ର ଦେଶରେ ବିଭିନ୍ନ ଛାତ୍ର ସଙ୍ଗଠନ ଆନ୍ଦୋଳନ ଚଳାଇଛନ୍ତି। ବିରୋଧୀ ଦଳଗୁଡ଼ିକ ମଧ୍ୟ କେନ୍ଦ୍ର ସରକାରଙ୍କୁ ଏହି ପ୍ରସଙ୍ଗରେ ଘେରିଛନ୍ତି। ତେବେ କିଛିଦିନ ଚୁପ୍‌ ରହିବା ପରେ ସୋମବାର ବିଜେଡି ଏନ୍‌ଇଇଟି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଛି। ଛାତ୍ରମାନଙ୍କୁ ଉଚିତ୍‌ ନ୍ୟାୟ ନ ମିଳିଲେ ବିଜେଡି ଛାତ୍ର ସଙ୍ଗଠନ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ସୋମବାର ବିଜୁ ଛାତ୍ର ଜନତା ଦଳ ସଭାପତି ତଥା ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ଶଙ୍ଖ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, କେନ୍ଦ୍ର ସରକାର ନିଜର ନୀତି ଓ ଉକ୍ତିରେ ସ୍ପଷ୍ଟତା ରଖନ୍ତୁ। କେବଳ ଏନ୍‌ଟିଏ ଅଧ୍ୟକ୍ଷଙ୍କୁ କାର୍ଯ୍ୟରୁ ନିବୃତ୍ତ କରିଦେଲେ ଚଳିବ ନାହିଁ। ଛାତ୍ର ଜଗତର ଭବିଷ୍ୟତ ଓ ପରୀକ୍ଷାର ସ୍ବଚ୍ଛତା ଉପରେ ପ୍ରଶ୍ନ ଉଠିଛି। ସେମାନଙ୍କ ମନରେ ଯେଉଁ ପ୍ରଶ୍ନ ଉଙ୍କିମାରୁଛି, ସେଥିରେ ସ୍ପଷ୍ଟତା ଆସିବା ଦରକାର। ନ ହେଲେ ଓଡ଼ିଶାର ଛାତ୍ରମାନେ ରାସ୍ତାକୁ ଓହ୍ଲାଇ ଲଢ଼େଇ କରିବା ପାଇଁ ବେଶି ସମୟ ଲାଗିବ ନାହିଁ। କେନ୍ଦ୍ର ସରକାର ଏ ସମ୍ପର୍କରେ ତୁରନ୍ତ ନିଷ୍ପତ୍ତି ନିଅନ୍ତୁ, ନଚେତ୍‌ ସମଗ୍ର ଓଡ଼ିଶାରେ ଏକ ବିରାଟ ଛାତ୍ର ଆନ୍ଦୋଳନ ମୁଣ୍ଡ ଟେକିବ ବୋଲି ଦେବୀରଞ୍ଜନ କହିଛନ୍ତି। ଏନ୍‌ଇଇଟି ହେଉ କିମ୍ବା ୟୁଜିସି-ନେଟ୍‌ ପ୍ରାୟ ୩୪ ଲକ୍ଷ ପିଲାଙ୍କ ଭାଗ୍ୟ ସହିତ ଖେଳାଯାଇଛି। ଏନ୍‌ଟିଏ ଅଧ୍ୟକ୍ଷଙ୍କୁ କେବଳ ହଟାଇ ଦେଲେ ଚଳିବ ନାହିଁ। ଏଥିପାଇଁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦରକାର। ପିଲାମାନେ ଯେଉଁ ବିଶ୍ୱସନୀୟତା ହରାଇଛନ୍ତି ଆଗମୀ ଦିନରେ ଯେପରି ତାହା ଫେରିପାଇବେ ସେ ଦିଗରେ ପଦକ୍ଷେପ ନେବା ଆବଶ୍ୟକ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏ ନେଇ ସ୍ପଷ୍ଟତା ଆଣୁନାହାନ୍ତି। କେତେବେଳେ କ୍ୱୋଶ୍ଚିନ ପେପର ଲିକ୍‌ ହୋଇ ନାହିଁ କହୁଥିବା ବେଳେ ଏହା କେବଳ ଲୋକାଲ ଇସ୍ୟୁ ବୋଲି କହୁଛନ୍ତି। ଏହା ସମଗ୍ର ଭାରତ ବର୍ଷର ସମସ୍ୟା ହୋଇଛି। କେବଳ ଜଣେ ଦି’ଜଣଙ୍କୁ ଗିରଫ କରିଦେଲେ ହେବ ନାହିଁ। ଛାତ୍ରମାନଙ୍କର ବିଶ୍ୱସନୀୟତା ଫେରି ପାଇବା ପାଇଁ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri