ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି: ଧାନ କିଣାବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା

ଭୁବନେଶ୍ୱର,୧୫।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଖରିଫ୍‌ ଧାନ କିଣା ସଂକ୍ରାନ୍ତରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟରେ ଧାନ କିଣାବେଳେ ପଡ଼ୋଶୀ ରାଜ୍ୟ ସୀମା ସିଲ୍‌ କରିବାକୁ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପରିକି ରାଜ୍ୟ ବାହାର ଚାଷୀ ଓଡ଼ିଶାରେ ଧାନ ବିକ୍ରି କରିପାରିବେ ନାହିଁ ବୋଲି ବୈଠକରେ କୁହାଯାଇଛି। ଏପରିକି ମଣ୍ଡିରେ ଚାଷୀଙ୍କ ଧାନର ମାନ ଥରୁଟିଏ ଯାଞ୍ଚ କରାଯିବ। ଏହା ପୂର୍ବରୁ ମଣ୍ଡି ଓ ମିଲ୍‌ରେ ଧାନର ମାନ ଯାଞ୍ଚ ହେଉଥିଲା।

ଏପରିକି ଚାଷୀଙ୍କ ଧାନ କିପରି ସୂଚାରୁ ରୂପେ କିଣାହେବ ସେନେଇ ବୈଠକରେ ଆଲୋଚନା କରାଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳ ଧାନ କିଣିବା ସମୟ ସୀମା ବଢ଼ାଇ ପାରିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏପରିକି ମଣ୍ଡିଗୁଡିକୁ ଆଧୁନିକୀକରଣ କରାଯିବ। ଏନେଇ ୫୫୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ବୈଠକରେ କୁହାଯାଇଛି।

ଧାନକିଣା ବେଳେ ମନ୍ତ୍ରୀଙ୍କୁ ଜିଲା ଦାୟିତ୍ୱ ଦିଆଯିବ। ପ୍ରତି ମଣ୍ଡି ପାଇଁ ଅଧିକୃତ ଅଧିକାରୀଙ୍କୁ ନିଯୁକ୍ତ କରାଯିବ। ମଣ୍ଡିଗୁଡିକୁ ଜୋନ କରାଯିବ। ଜୋନ୍‌ ଦାୟିତ୍ୱରେ ସୁପରଭାଇଜର ରହିବେ। ଚଳିତ ବର୍ଷ ୮୦ ଲକ୍ଷ କୁଇଣ୍ଟାଲ ଧାନ କିଣିବାକୁ ଲକ୍ଷ୍ୟ ଧାର୍ଯ୍ୟ ରଖାଯାଇଥିବା ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ରାଜ୍ୟ ସରକାର ୩୧ଶହ ଟଙ୍କାରେ ଚାଷୀଙ୍କ ଧାନ କିଣିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ କଲରାପତରିଆ ବାଘ ମୃତ

ବରଗଡ଼,୧୫।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରୁ ମଙ୍ଗଳବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ବାଘର ମୃତଦେହକୁ...

ହତ୍ୟାକାରୀଙ୍କ ଘର ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ: ମୃତଦେହ ରଖି ରାସ୍ତା ଅବରୋଧ, ପୋଲିସ ମୁତୟନ

ଘସିପୁରା/ରାମଚନ୍ଦ୍ରପୁର,୧୫।୧୦(ନିରଞ୍ଜନ ସାହୁ/ଗଣେଶ୍ୱର ସା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ପଣ୍ଡୁଆ ଛକରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ବ...

ଚଳିତବର୍ଷ ବାଲିଯାତ୍ରାରେ ଖୋଲିବ ୧୧ ଶହ ଦୋକାନ, ଜାଣନ୍ତୁ କିପରି କରିବେ ପଞ୍ଜିକରଣ

କଟକ,୧୫।୧୦: ପ୍ଲଟ ପଞ୍ଜୀକରଣ କଟକର ଐତିହାସିକ ବାଲିଯାତ୍ରା ଆସନ୍ତା ମାସ ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏଥିନିମନ୍ତେ ପ୍ଲଟ୍ ଆବଣ୍ଟନ ପାଇଁ...

ଲଢ଼ିଲେ ଗନ୍‌ମ୍ୟାନ, ନିସ୍ତୁକ ମାଡ଼ ଖାଇ ବଞ୍ଚାଇଦେଲେ ୩୮ ଲକ୍ଷ ଟଙ୍କା, ଖସିଗଲେ ୨ ଲୁଟେରା

କେନ୍ଦୁଝର,୧୫।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡ଼ା ନିକଟରେ ବ୍ୟାଙ୍କ୍ ଅଫ୍ ଇଣ୍ଡିଆର ଏଟିଏମ କାଉଣ୍ଟରରେ ଟଙ୍କା ଭରିବାକୁ ଯାଉଥିବା ଏକ ଭ୍ୟାନରୁ ଟଙ୍କା...

ଗଜପତିରେ ଅଭାବୀ ବର୍ଷା: ଧାନ ଅମଳ ହେବ କି ନାହିଁ ଆଶଙ୍କାରେ

ପାରଳାଖେମୁଣ୍ଡି,୧୫ା୧୦(ଗିରିଧାରୀ ପରିଛା): ଗଜପତି ଜିଲାରେ ଅଭାବୀ ବର୍ଷା ଯୋଗୁ ଚିନ୍ତାରେ ରହିଛନ୍ତି ଚାଷୀ। କ୍ଷେତରେ ଧାନ ଗର୍ଭରେ ଥିବା ବେଳେ ଆଉ କିଛି ଧାନ ଗଛ...

ନବୀନଙ୍କ ବଢୁଛି ଟେନଶନ, ରୋକିବାର ନା ନେଉନି ବିଜେଡିର ଗୋଷ୍ଠୀ କନ୍ଦଳ

ଭୁବନେଶ୍ୱର,୧୫।୧୦: ୨୪ବର୍ଷ ଶାସନରେ ଥିବା ବିଜେଡିକୁ ଏବେ ଘାରିଛି ଗୋଷ୍ଠୀ କନ୍ଦଳର ଡର। କ୍ଷମତା ଗଲା ପରେ ଗୋଟିଏ ଦଳରେ ଏ କେଉଁ ପ୍ରକାର ପରିସ୍ଥିତି...

ଓଡ଼ିଶା ଛାଡ଼ିଲା ‘ମୌସୁମୀ’

ଭୁବନେଶ୍ୱର,୧୫।୧୦: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ବିଦାୟ ନେଇଛି। ୧୩ ତାରିଖରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ବୁଧବାର ସୁଦ୍ଧା ଏହା...

ମୁଖ୍ୟମନ୍ତ୍ରୀ ଦେଲେ ସୂଚନା: ଏହି ଦିନ ଆସିବ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ୱର/କେନ୍ଦୁଝର,୧୫।୧୦: ‘ସୁଭଦ୍ରା ଯୋଜନା’କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ଏହାର ପ୍ରଥମ ପର୍ଯ୍ୟାୟର ତୃତୀୟ କିସ୍ତି କେବେ ଆସିବ ସେନେଇ ମହିଳାମାନେ ଚାହିଁ ରହିଛନ୍ତି। ଏମିତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri