ବୋରିଗୁମ୍ମା ବ୍ଳକରେ ବଢୁଛି ନବଜାତ ଶିଶୁ ମୃତ୍ୟୁ

ବୋରିଗୁମା,୧୫ା୧୨(ଡି.ଏନ.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକରେ ନବଜାତ ଶିଶୁ ମୃତ୍ୟୁ ଘଟଣା ଦିନକୁ ଦିନ ବଢିବାରେ ଲାଗିଛି। ମାତୃ ଏବଂ ନବଜାତ ଜନ୍ମିତ ଶିଶୁ ଉପଯୁକ୍ତ ସେବା ନ ପାଇ ସେମାନଙ୍କ ମୃତ୍ୟୁ ଘଟୁଥିବା କୁହାଯାଉଛି। ସ୍ବାସ୍ଥ୍ୟ ବିଭାଗର ସଚେତନତା ଅଭାବ ଏବଂ ଖାମଖିଆଲି ମନୋଭାବ ଯୋଗୁ ନବଜାତ ଶିଶୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହେଉଛି। ଗତ ୧୫ ଦିନରେ ୫ ଜଣ ଶିଶୁଙ୍କ ଜୀବନ ଯାଇଥିବା ବେଳେ ବୁଧବାର ପୁଣି ଏକ ୧୪ ଦିନର ଶିଶୁପୁତ୍ରର ମୃତ୍ୟୁ ହୋଇଛି।

ଖବରରୁ ଜଣାପଡିଛି, ବୋରିଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା କୋଟପାଡ଼ -ପାଣ୍ଡସଗୁଡା ପଞ୍ଚାୟତର ରେଙ୍ଗାଲଗୁଡା, ବଳିଗୁଡା ଗ୍ରାମରେ ଏକ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ଶିଶୁଟି ଗ୍ରାମର ଇନ୍ଦ୍ର ମୁଦୁଲି ଓ ସ୍ତ୍ରୀ ରଇବାରି ମୁଦୁଲିଙ୍କର ବୋଲି ଜଣାପଡିଛି। ଗତ ୧ ତାରିଖରେ ବୋରିଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏହି ଦମ୍ପତିଙ୍କ ଶିଶୁପୁତ୍ର ଜନ୍ମ ହୋଇଥିଲା। ଜନ୍ମ ବେଳେ ଶିଶୁପୁତ୍ରର ଓଜନ ୨ କେଜି ୫୦୦ ଗ୍ରାମ ଥିଲା। ତା’ପରଦିନ ୨ ତାରିଖରେ ରଇବାରୀଙ୍କୁ ମେଡ଼ିକାଲରୁ ଡିସଚାର୍ଜ କରାଯାଇଥିଲା। ସେତେବେଳେ ତାଙ୍କ ଜନ୍ମିତ ଶିଶୁପୁତ୍ରର ସ୍ବାସ୍ଥ୍ୟବସ୍ଥା ଠିକ ଥିଲା। ତେବେ ମଙ୍ଗଳବାର ରାତିରେ ଶିଶୁଟିର ସ୍ବାସ୍ଥ୍ୟବସ୍ଥା ବିଗିଡି ଯାଇଥିଲା। ମେଡିକାଲ ନେବାକୁ ପରିବାର ଲୋକେ ଗାଡି ଯୋଗାଡ କରୁଥିବା ବେଳେ ଶିଶୁଟିର ମୃତ୍ୟୁ ହୋଇଥିଲା। ପରେ ମାଆବାପା ମୃତଦେହକୁ ନିଜ ଅଗଣାରେ ପୋତି ଦେଇଥିଲେ। ଶିଶୁପୁତ୍ରକୁ ଘରକୁ ଆଣିବା ଦିନଠାରୁ କେହି ସ୍ବାସ୍ଥ୍ୟ କର୍ମଚାରୀ ବୁଝିବାକୁ ଆସି ନ ଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ ବ୍ଲକରେ ୧୫ ଦିନ ମଧ୍ୟରେ ୬ ଜଣ ନବଜାତ ଶିଶୁଙ୍କ ଜୀବନହାନି ଘଟିବା ବ୍ଲକର ସ୍ବାସ୍ଥ୍ୟସେବା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଭାଗ ପକ୍ଷରୁ ଏକ ଟିମ୍‌ ଗଠିତ ହୋଇ ତଦନ୍ତ ଆରମ୍ଭ ହୋଇଥିଲେ ମଧ୍ୟ ଏପଯ୍ୟନ୍ତ ଠିକ କାରଣ ଜଣାପଡିନାହିଁ। ଏହା ପୂର୍ବରୁ ନୂଆଗୁଡା ଗ୍ରାମର ୩ ଜଣ, ନାରୀଗାଁର ଜଣେ, ବୋରିଗୁମାର ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି। କୌଣସି ଶିଶୁଙ୍କ ମୃତ୍ୟୁର ପ୍ରକୃତ କାରଣ ଏଯାଏ ଜଣାପଡିନି। ବିଭାଗ ମଧ୍ୟ କୌଣସି ଆଖିଦୃଷ୍ଟିଆ ପଦକ୍ଷେପ ଗ୍ରହଣ କରିନି। ଗ୍ରାମାଞ୍ଚଳରେ କାର୍ଯ୍ୟରତ ସ୍ବାସ୍ଥ୍ୟ କର୍ମୀମାନେ ମଧ୍ୟ କ୍ଷେତ୍ର ପରିଦର୍ଶନ କରୁନାହାନ୍ତି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ନିବାସରୁ ବରିଷ୍ଠଙ୍କୁ ଗଲା ଡାକରା, ଦଳରେ ହୋଇପାରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୧ା୪: ନବୀନ ନିବାସକୁ ବରିଷ୍ଠ ନେତାଙ୍କୁ ଡାକରା ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋମବାର ନବୀନଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିବ। ଏହି ବୈଠକରେ...

ମହିଳାଙ୍କ ମୃତ୍ୟୁ ପରେ ମେଡିକାଲରେ ଉତ୍ତେଜନା: ଚିକିତ୍ସାରେ ଅବହେଳା ଅଭିଯୋଗ

ଜଗତସିଂହପୁର,୨୧।୪: ଜଗତସିଂହପୁର ଜିଲା ମେଡିକାଲରେ ସୋମବାର ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଘଟିଥିବା ସମ୍ପର୍କୀୟ ଅଭିଯୋଗ...

ବାଇକ୍‌କୁ ଧକ୍କା ଦେଲା ସିଡିଏମ୍‌ଓଙ୍କ ଗାଡ଼ି

ମୋହନା,୨୧।୪: ଗଜପତି ଜିଲା ମୋହନା ଥାନା ଦିବ୍ୟାଙ୍ଗ ସ୍କୁଲ ନିକଟରେ ସୋମବାର ଏକ ଦୁର୍ଘଟଣା ଘଟିଛି। ସିଡିଏମ୍‌ଓଙ୍କ ଗାଡ଼ି ଧକ୍କାରେ ୨ ବାଇକ୍‌ ଆରୋହୀ ଗୁରୁତର...

ବିବାହ ଶୋଭାଯାତ୍ରା ବେଳେ ଅଘଟଣ: ଖଣ୍ଡା ଚୋଟରେ ଛିଣ୍ଡିଲା ଯୁବକଙ୍କ ପାପୁଲି

ପୋଲସରା,୨୧।୪: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ସାନଉସ୍ତାପଡ଼ା ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ବାହାଘର ଶୋଭାଯାତ୍ରା ବେଳେ...

ବଟେଶ୍ୱର ମନ୍ଦିର ଉନ୍ନୟନ ପାଇଁ ବିଡିଓଙ୍କୁ ଭେଟିଲେ ପ୍ରତିନିଧି ଦଳ

ଗଞ୍ଜାମ,୨୧ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ଠାରେ ପ୍ରସିଦ୍ଧ ଐତିହାସିକ ବଟେଶ୍ୱର ଶୈବପୀଠ। ଉକ୍ତ ଶୈବପୀଠର ଉନ୍ନତିକରଣ ନିମନ୍ତେ ସୋମବାର ବଟେଶ୍ୱର ଐତିହ୍ୟ ସଂରକ୍ଷଣ...

ଶିକ୍ଷା ବିଭାଗ ଗାଇଡ୍‌ଲାଇନ୍‌କୁ ଖୋଲାଖୋଲି ଉଲ୍ଲଂଘନ: ସ୍କୁଲ ପରିଚାଳନା କମିଟି ସଭାପତିଙ୍କୁ ନେଇ ଚର୍ଚ୍ଚା

ଗଞ୍ଜାମ,୨୧ା୪(ବିଦ୍ୟାଧର ସାହୁ): ସରକାରୀ ସ୍କୁଲଗୁଡ଼ିକ ନିମନ୍ତେ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତ। ପୋଷାକ, ବୁଟ, ବହି, ସ୍କୁଲ ବ୍ୟାଗ ଇତ୍ୟାଦି ମାଗଣାରେ ସରକାର ଯୋଗାଇ...

ସ୍ତ୍ରୀଙ୍କ ଆଖି ସାମ୍ନାରେ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ

ଢେଙ୍କାନାଳ,୨୧ା୪(ରତନ ନାୟାର): ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ କାରିଗର ସାହିରେ ଘଟିଛି ଏକ ଅଭାବନୀୟ କାଣ୍ଡ। ସ୍ଥାନୀୟ ଯୁବକ ମହେଶ୍ୱର ବେହେରା ଓରଫ ଟିଟନ ନାମକ...

ଫେରିଲା ତାତି: ପୁଣି ପାରଦ ଉପରମୁହାଁ

ଭୁବନେଶ୍ୱର,୨୧ା୪(ଅନୁରାଧା ମହାରଣା): କାଳବୈଶାଖୀ ବର୍ଷା ପାଇଁ କିଛିଦିନ ହେବ ରାଜ୍ୟରେ ତାପମାତ୍ରା କମିଥିଲା। ଗରମ, ଗୁଳୁଗୁଳିରୁ ଲୋକେ ଆଶ୍ୱସ୍ତ ଅନୁଭବ କରୁଥିବାବେଳେ ଏବେ ପାରଦ ପୁଣି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image