ବାଜରା ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ନେପାଳ ଭାରତ ସହିତ ମିଳିତ ହେଲା, ମିଳିତ ଜାତିସଂଘ ଅଭିଯାନରେ ସାମିଲ…

କାଠମାଣ୍ଡୁ,୬।୯ : ବାଜରା ଚାଷ ଏବଂ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ନେପାଳ ଭାରତ ସହ ସହଯୋଗ କରିବାକୁ ପ୍ରସ୍ତୁତ । କୃଷି ଏବଂ ପଶୁପାଳନ ମନ୍ତ୍ରୀ ବେଦୁରାମ ଭୁଶାଲ ଏହି ସୂଚନା ଦେଇଛନ୍ତି। ଏକ କାର୍ଯ୍ୟକ୍ରମରେ ଲୋକଙ୍କୁ ସମ୍ବୋଧିତ କରି ବେଦୁରାମ ଭୁଶଲ ମିଲେଟ ଅଭିଯାନରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବାରୁ ଏବଂ ଏହି ଶସ୍ୟର ନାମ ଶ୍ରୀଅନ୍ନ ନାମରେ ପରିବର୍ତ୍ତନ କରିଥିବାରୁ ଭାରତକୁ ଅଭିନନ୍ଦନ ଜଣାଇଛନ୍ତି। ଭୁଶାଲ ବାଜରାର ଉଚ୍ଚ ପୁଷ୍ଟିକର ମୂଲ୍ୟକୁ ଏକ ମୌଳିକ ଖାଦ୍ୟ ଭାବରେ ବର୍ଣ୍ଣନା କରିଛନ୍ତି।

ଭାରତ ସହିତ ମିଳିତ ଜାତିସଂଘ ମଧ୍ୟ ମିଲେଟର ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ଏକ ଅଭିଯାନ ଆରମ୍ଭ କରିଛି। ନେପାଳର କୃଷି ମନ୍ତ୍ରୀ କହିଛନ୍ତି ନେପାଳ ଏହି ଅଭିଯାନରେ ନୂଆଦିଲ୍ଲୀ ସହ ହାତ ମିଳାଇବାକୁ ପ୍ରସ୍ତୁତ। ୨୦୨୧ ମସିହାରେ, ଜାତିସଂଘରେ ୨୦୨୩ କୁ ଅନ୍ତର୍ଜାତୀୟ ବାଜରା ବର୍ଷ ଭାବରେ ଘୋଷଣା କରିବାକୁ ଭାରତ ପ୍ରସ୍ତାବ ଦେଇଥିଲା। ଏହି ପ୍ରସ୍ତାବକୁ ୭୨ ଦେଶ ସମର୍ଥନ କରିଥିଲେ, ଯାହା ପରେ ଜାତିସଂଘ ୨୦୨୩ କୁ ଅନ୍ତର୍ଜାତୀୟ ବାଜରା ବର୍ଷ ଭାବରେ ଘୋଷଣା କରିଥିଲା।

କାଠମାଣ୍ଡୁରେ ଥିବା ଭାରତର ଦୂତାବାସ ନେପାଳର କୃଷି ଏବଂ ପଶୁପାଳନ ମନ୍ତ୍ରଣାଳୟର ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ରମର ଆୟୋଜନ କରିଥିଲେ। ଏହି କାର୍ଯ୍ୟକ୍ରମରେ ନେପାଳରେ ଭାରତୀୟ ରାଷ୍ଟ୍ରଦୂତ ନବୀନ ଶ୍ରୀବାସ୍ତବ ବାଜରା ଉତ୍ପାଦନ କ୍ଷେତ୍ରରେ ଭାରତ ଏବଂ ନେପାଳ ମଧ୍ୟରେ ସହଯୋଗର ଗୁରୁତ୍ୱ ବିଷୟରେ କହିଥିଲେ। ସେ କହିଛନ୍ତି, ଜଳବାୟୁ ପରିବର୍ତ୍ତନ ଏବଂ ବିଶ୍ୱ ଖାଦ୍ୟ ସୁରକ୍ଷା ଭଳି ଆହ୍ବାନର ସମାଧାନ ହେଉଛି ବାଜରା।

ଖାଦ୍ୟ ବିଶେଷଜ୍ଞମାନେ ଉତ୍ପାଦନ ବୃଦ୍ଧି ପାଇଁ ବାଜରାର ଭୂମିକା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଥିଲେ। ବାଜରା ହେଉଛି ମାନବଜାତି ଦ୍ୱାରା ଚାଷ କରାଯାଉଥିବା ସର୍ବ ପୁରାତନ ଫସଲ। ବର୍ତ୍ତମାନ ବଜାରରେ ବିଭିନ୍ନ ପ୍ରକାରର ମିଲେଟ ଅଛି, ଯେଉଁଥିରେ କୋଡୋ, ଫକ୍ସଟେଲ, ବ୍ରାଉନଟପ, ଛୋଟା ବାଜରା ଏବଂ ପୋର୍ସୋ ପ୍ରମୁଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଟ୍‌ରେ ଦେଇଥିବା ଖାଦ୍ୟରୁ ବାହାରିଲା ଜୀବନ୍ତ ମୂଷା, ପରେ ହଠାତ୍‌…

ଖାଦ୍ୟରେ ଜୀଅନ୍ତା ମୂଷା ବାହାରିବା ପରେ ଜରୁରୀ କାଳୀନ ଅବତରଣ କଲା ବିମାନ। ଏହା ଅଆପଣଙ୍କୁ ନିହାତି ଆଶ୍ଚର୍ଯ୍ୟ କରିପାରେ। ଏଭଳି ଘଟଣା ଘଟିଛି ଡେନମାର୍କର...

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ।...

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ...

ଅନୁରା ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି

କଲମ୍ବୋ,୨୨ା୯: ଶ୍ରୀଲଙ୍କାକୁ ମିଳିଛି ନୂଆ ରାଷ୍ଟ୍ରପତି। ଅନୁରା କୁମାରା ଦିଶାନାୟକେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହୋଇଛନ୍ତି। ନ୍ୟାଶନାଲ ପିପୁଲ ପାଓ୍ବାର(ଏନ୍‌ପିପି) ମେଣ୍ଟର ପ୍ରାର୍ଥୀ ଅନୁରା ୫୩%...

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି...

ଏହି ସ୍ବତନ୍ତ୍ର ଡ୍ରୋନ୍‌ ପାଇଁ ଆମେରିକା ସହିତ ଭାରତର ଚୁକ୍ତି, କିଣିବା ପାଇଁ ଲାଗିବ ଏତିକି ଟଙ୍କା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଭାରତ ଏବଂ ଆମେରିକା ରବିବାର କୋଟି କୋଟି ଡଲାର ମୂଲ୍ୟର ଡ୍ରୋନ୍‌ ଚୁକ୍ତି ସ୍ବାକ୍ଷର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ତିନି ଦିନିଆ...

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri