ପୁତୁରାକୁ ଛୁରି ଭୁସି ହତ୍ୟା, ମଉସା ଗିରଫ

ପୁରୀ,୧୦।୮(ଅଜିତ ମହାନ୍ତି)ପାରିପାରିକ କଳହକୁ ନେଇ ପୁରୀରେ ଏକ ହତ୍ୟାକାଣ୍ଡ ଘଟିଛି। ମଉସା ଛୁରିରେ ଆକ୍ରମଣ କରିବାରୁ ପୁତୁରାଙ୍କ ମୃତ୍ୟୁ ଘଟିଥିବା ବେଳେ ଶ୍ୱଶୁର ଘର ଲୋକ ଗୁରୁତର ଆହତ ହୋଇଛନ୍ତି। କୁମ୍ଭାରପଡା ଥାନା ଅନ୍ତର୍ଗତ ପୁରୀ ଉପରମାଳି ସାହି ତାତାମ୍ବରୀ ଆଖଡା ମଠ ନିକଟରେ ବୁଧବାର ଏହି ହତ୍ୟାକାଣ୍ଡ ଘଟିଛି। ମୃତକ ହେଉଛନ୍ତି ଉପର ମାଳି ସାହିରେ ଭଡ଼ା ଘରେ ରହୁଥିବା ଛଇତନା ଅଧୀନ ଗଇଣ୍ଡୋଳ ଗ୍ରାମର ସୌମ୍ୟରଞ୍ଜନ ପ୍ରଧାନ (୨୨)। ସେହିପରି ଆକ୍ରମଣରେ ସୌମ୍ୟରଞ୍ଜନଙ୍କ ବାପା, ମା, ମାଉସୀ, ଆଇ ଆଦି ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଅପରପକ୍ଷେ ଆକ୍ରମଣ କରିଥିବା ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ସୌମ୍ୟରଞ୍ଜନଙ୍କ ମଉସା ତଥା ଉକ୍ତ ଥାନା ଅନ୍ତର୍ଗତ ପୁରୀ ଉପରମାଳି ସାହିର ନୃସିଂହ ମହାନ୍ତି। ଏ ନେଇ ସୌମ୍ୟରଞ୍ଜନଙ୍କ ପରିବାରପକ୍ଷରୁ ହୋଇଥିବା ଅଭିଯୋଗକ୍ରମେ ପୋଲିସ ଏକ ମାମଲା(ନଂ.୧୭୧/୨୩) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।
ତେବେ ନୃସିଂହଙ୍କ ସ୍ତ୍ରୀ ନନ୍ଦିନୀ ମହାନ୍ତିଙ୍କ କହିବା ଅନୁଯାୟୀ, ତାଙ୍କ ସ୍ବାମୀ ଅଧିକାଂଶ ସମୟ ନିଶା ଖାଇ ଅସଭ୍ୟ ଭାଷାରେ ତାଙ୍କୁ ଗାଳିଗୁଲଜ କରିବା ସହ ସନ୍ଦେହ କରି ମାରପିଟ କରନ୍ତି। କିଛି ବର୍ଷ ହେବ ତାଙ୍କ ଦୁହିଁଙ୍କ ମଧ୍ୟରେ କୋର୍ଟରେ କେସ୍‌ ଚାଲିଛି। ଏପରିକି ନୃସିଂହଙ୍କ ନିର୍ଯାତନା ସହି ନପାରି ନନ୍ଦିନୀ ବାପଘରେ ଆସି ରହୁଥିଲେ। ତାଙ୍କ ବାପଘର ପାଖରେ ତାଙ୍କ ଭଉଣୀ ମଧ୍ୟ ଭଡ଼ାଘର ନେଇଛନ୍ତି। ଯେଉଁଠାରେ ତାଙ୍କ ଭଉଣୀଙ୍କ ପୁଅ, ଝିଅ ରହି ପାଠ ପଢୁଥିଲେ। ତେବେ ତାଙ୍କ ଭଉଣୀ ଜଣେ ଅଙ୍ଗନଓ୍ବାଡି କର୍ମୀ ହୋଇଥିବାରୁ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ମଙ୍ଗଳବାର ରାତିରେ ପୁରୀ ଆସିଥିଲେ। ତେବେ ନୃସିଂହ ବୁଧବାର ସକାଳେ ତାଙ୍କ ଘରକୁ ଆସି ନନ୍ଦିନୀ ଓ ପରିବାର ଲୋକଙ୍କ ପାଟିତୁଣ୍ଡ କରିବା ସହ ମାରିଦେବା ପାଇଁ ଧମକ ଦେଇଥିଲା। ତେବେ ଏ ଘଟଣାକୁ ନେଇ ନୃସିଂହ ପାଖକୁ ନନ୍ଦିନୀଙ୍କ ଭଉଣୀ, ଭିଣେଇ, ବାପା, ଭାଇ, ସୌମ୍ୟରଞ୍ଜନ ଯାଇ ପାଟିତୁଣ୍ଡ କରିଥିଲେ। ଏଥିରେ ନୃସିଂହ ଉତ୍ତ୍ୟକ୍ତ ହୋଇ ଅପରାହ୍ନ ୨ଟାରେ ଶ୍ୱଶୁରଘରକୁ ଯାଇ ଏକ ଧାରୁଆ ଛୁୁରି ଧରି ପରିବାରର ୫ଜଣଙ୍କୁ ଆକ୍ରମଣ କରିଥିଲା। ଫଳରେ ସୌମ୍ୟରଞ୍ଜନଙ୍କ ସମେତ ୫ଜଣ ଗୁରୁତର ହୋଇଥିଲେ। ତେବେ ସମସ୍ତଙ୍କୁ ଚିକିତ୍ସା ପାଇଁ ସଦରମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ସୌମ୍ୟଙ୍କୁ ଡାକ୍ତର ମୃତ ଘୋଷଣା କରି ବ୍ୟବଚ୍ଛେଦ କରିବା ପାଇଁ ପଠାଇଥିବା ବେଳେ ଅନ୍ୟ ଗୁରୁତରମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଅପରପକ୍ଷେ ଘଟଣା ସମ୍ପର୍କରେ ଅଭିଯୋଗ ହେବା ପରେ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ଅଭିଯୁକ୍ତ ନୃସିଂହଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଶାଳିନୀ: ଜିଲାପାଳ ହୋଇ ଲୋକଙ୍କ ସେବା କରିବା ରହିଛି ଲକ୍ଷ୍ୟ

ପୁରୁଷୋତ୍ତମପୁର,୧୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ବଜାର ସାହି ଏକ କୃଷକ ପରିବାରରେ ଜନ୍ମ ଗ୍ରହଣ କରିଥିବା ଆଇ ଶାଳିନୀ(୨୩ ) ପ୍ରଥମ ପ୍ରୟାସରେ ଓଏଏସ୍‌...

ଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା

ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଓଏଏସ୍‌ ପରୀକ୍ଷାରେ ସଫଳ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ଼ର ପୁଅ ଲଲାଟେନ୍ଦୁ ଦଣ୍ଡସେନା।...

ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ

ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ,...

ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା...

ଘର ବାରଣ୍ଡାରେ ବସିଥିଲେ ଛାତ୍ରୀ, ହେଲା ବଜ୍ରପାତ, ଆଉ ତା’ ପରେ…

ବାଲିଗୁଡ଼ା,୧୯ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ମାରିବା ଦ୍ୱାରା ବଜ୍ରପାତରେ...

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ସ୍ବାମୀ ଫେରାର

ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନରସିଂହପୁର ଗ୍ରାମର ଏସ୍‌. ବେଦମତୀ ଦୋରାଙ୍କୁ ତାଙ୍କ ସ୍ବାମୀ ଏସ୍‌.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼...

କେନାଲରେ ବୁଡ଼ି ଗଲେ ୩ ନାବାଳକ

ବାରିପଦା,୧୯।୧୦: ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ନୂଆଗାଁରେ ଶନିବାର ଏକ ଅଘଟଣ ଘଟିଛି। ସୁବର୍ଣ୍ଣରେଖା କେନାଲରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ବୟସ...

OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୯ା୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ(ବିଇଓ) ସୁଶ୍ରୀ ବିଜୟଲକ୍ଷ୍ମୀ ନାଗ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri