ନେତାନ୍ୟାହୁ ହସ୍ପିଟାଲରେ ଭର୍ତ୍ତି…

ଜେରୁଜେଲମ,୧୫।୭ : ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଶନିବାର ତାଙ୍କର ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ଚିକିତ୍ସା ପାଇଁ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ହଠାତ ବେହୋସ ହୋଇ ପଡ଼ିଥିଲେ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ତାଙ୍କ ଅବସ୍ଥା ଏବେ ସ୍ଥିର ରହିଛି। ଇସ୍ରାଏଲର ଉପକୂଳବର୍ତ୍ତୀ ସହର ତେଲ ଅଭିଭର ଶିବା ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯାଉଛି।

Share