ରାଜଧାନୀରେ ସଙ୍ଗୀନ ହେଉଛି ସ୍ଥିତି: ଆଜି ଚିହ୍ନଟ ହେଲେ ଆଉ ୧୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜଧାନୀରେ ଶନିବାର ଆଉ ୧୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୮୨୮ରେ ପହଞ୍ଚିଛି। ସେଥିରୁ ୮୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୫୨ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି ୧୧ଜଣଙ୍କ ମୃତ୍ୟୁ ଘଟିଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୨ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୪୯ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ସେହିଭଳି ୨୯ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ମଧ୍ୟ ବିଭାଗ ପକ୍ଷରୁ କୁହାଯାଇଛି।

Share